ନେପାଳରେ ଝୁଲା ପାର୍ଲାମେଣ୍ଟ ହୋଇପାରେ

କାଠମାଣ୍ଡୁ,୧୮।୧୧:ଆସନ୍ତା ୨୦ରେ ନେପାଳ ପାର୍ଲାମେଣ୍ଟ ଏବଂ ରାଜ୍ୟ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ଝୁଲା ପାର୍ଲାମେଣ୍ଟ ହୋଇପାରେ ବୋଲି ରାଜନୈତିକ ବିଶ୍ଳେଷକ ପୂର୍ବାନୁମାନ କରିଛନ୍ତି। ଫଳରେ ଗଠନ ହେବାକୁ ଥିବା ସରକାର ରାଜନୈତିକ ସ୍ଥିରତା ଦେଇ ନ ପାରେ। ସାଧାରଣ ନିର୍ବାଚନରେ ନେପାଳୀ କଂଗ୍ରେସ ନେତୃତ୍ୱାଧୀନ ଗଣତାନ୍ତ୍ରିକ ଓ ବାମପନ୍ଥୀ ମେଣ୍ଟ ଏବଂ ସିପିଏନ୍‌-ୟୁଏମ୍‌ଏଲ୍‌ ନେତୃତ୍ୱାଧୀନ ହିନ୍ଦୁ ଓ ରାଜତନ୍ତ୍ର ସପକ୍ଷବାଦୀ ମେଣ୍ଟ ମଧ୍ୟରେ ଲଢ଼େଇ ହେଉଛି। ପ୍ରଧାନମନ୍ତ୍ରୀ ଶେର୍‌ ବାହାଦୁର ଦେଉବାଙ୍କ ନେତୃତ୍ୱାଧୀନ ଶାସକ ମେଣ୍ଟ ପାର୍ଲାମେଣ୍ଟ ନିର୍ବାଚନରେ ବିଜୟୀ ହେବା ଆଶା କରାଯାଉଛି। ନେପାଳୀ କଂଗ୍ରେସ ଏକକ ସଂଖ୍ୟାଗରିଷ୍ଠ ଦଳ ହେବ ବୋଲି ରାଜନୈତିକ ପର୍ଯ୍ୟବେକ୍ଷକମାନେ ପୂର୍ବାନୁମାନ କରିଛନ୍ତି। ଅନ୍ୟପକ୍ଷରେ କେ.ପି. ଶର୍ମା ଓଲିଙ୍କ ନେତୃତ୍ୱାଧୀନ ସିପିଏନ୍‌-ୟୁଏମ୍‌ଏଲ୍‌ ମେଣ୍ଟ ଦ୍ୱିତୀୟ ସଂଖ୍ୟାଗରିଷ୍ଠ ଦଳ ହେଲେ ମଧ୍ୟ ପୂର୍ବାପେକ୍ଷା ଅଧିକ ଆସନ ପାଇବା ଆଶା କରାଯାଉଛି। ଏହା ବ୍ୟତୀତ ଅନେକ ଛୋଟ ଦଳ ଏବଂ ସ୍ବାଧୀନ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଥିବାରୁ ହେଭିଓ୍ବେଟ୍‌ମାନଙ୍କ ପାଇଁ କଡ଼ା ଚ୍ୟାଲେଞ୍ଜ ହେବ। ରାଜନୈତିକ ସ୍ଥିରତା ନେପାଳ ପାଇଁ ଅତି ଜରୁରୀ ହୋଇଥିବାବେଳେ ନିର୍ବାଚନ ପରେ ଗଠିତ ସରକାର ସ୍ଥିରତା ଦେବା ସମ୍ଭାବନା କମ୍‌ ବୋଲି ରାଜନୈତକ ବିଶ୍ଳେଷକ ଧ୍ରୁବ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ବିରୋଧରେ ଆସିଲା ଦୁର୍ନୀତି ଅଭିଯୋଗ, ପଦ ଛାଡିବାର ସଙ୍କେତ ଦେଲେ ସ୍ପେନ୍‌ ପ୍ରଧାନମନ୍ତ୍ରୀ

ମାଦ୍ରିଦ୍‌,୨୫।୪: ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କ ସ୍ତ୍ରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଛି। ପ୍ରଧାନମନ୍ତ୍ରୀ ତାଙ୍କର ସମସ୍ତ ସରକାରୀ କାର୍ଯ୍ୟ ବନ୍ଦ କରି ଦେଇଛନ୍ତି ଏବଂ...

ମିଳିତ ଜାତିସଂଘରେ ଆମେରିକା-ରୁଷିଆ ମୁହାଁମୁହିଁ

ଓ୍ବାଶିଂଟନ,୨୫ା୪: ମିଳିତ ଜାତିସଂଘରେ ଆମେରିକା ଏବଂ ରୁଷିଆ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି। କିଛି ଦିନ ପୂର୍ବରୁ ଏକ ଗଣମାଧ୍ୟମ ରିପୋର୍ଟରେ ଦର୍ଶାଯାଇଛି ଯେ, ରୁଷିଆ...

ଆମେରିକା ଉପରେ ରାଗିଗଲେ ନେତାନ୍ୟାହୁ: କହିଲେ ଏମିତି କଥା

ଜେରୁଜେଲମ,୨୫।୪: ଗାଜାରେ ହମାସ ଆତଙ୍କବାଦୀଙ୍କ ସହ ଇସ୍ରାଏଲର ଯୁଦ୍ଧ ଜାରି ରହିଛି ଏବଂ ଇରାନ ସହିତ ଯୁଦ୍ଧ ପରି ପରିସ୍ଥିତି ଅଛି। ଏହି ସମୟରେ ବେଞ୍ଜାମିନ...

ଇସାରା ଇସାରାରେ ପାକିସ୍ତାନକୁ ଧମକ ଦେଲା ଆମେରିକା

ଓ୍ବାଶିଂଟନ,୨୪ା୪: ଫେବୃଆରୀ ୮ ସାଧାରଣ ନିର୍ବାଚନ ପରେ ଇରାନର ରାଷ୍ଟ୍ରପତି ସୟଦ ଇବ୍ରାହିମ ରାଇସିଙ୍କ ଇସଲାମାବାଦ ଗସ୍ତ ପ୍ରଥମ ରାଜ୍ୟ ମୁଖ୍ୟଙ୍କ ଦ୍ୱାରା ହୋଇଛି। ତାଙ୍କର...

ପାଶ୍ଚରାଇଜ୍ଡ କ୍ଷୀରରେ ମିଳିଲା ବାର୍ଡ ଫ୍ଲୁ ଜୀବାଣୁର ଅବଶିଷ୍ଟାଂଶ, ପରୀକ୍ଷା ପାଇଁ ପଠାଗଲା ନମୁନା

ଓ୍ବାଶିଂଟନ,୨୪।୪: ଆମେରିକାର ବିଭିନ୍ନ ରାଜ୍ୟରେ ଡେୟରି ଗାଈମାନଙ୍କଠାରେ H5N1 ଷ୍ଟ୍ରେନ ପ୍ରଥମ ଥର ପାଇଁ ଚିହ୍ନଟ ହୋଇଛି। ଏହା ପ୍ରାୟ ୮ଟି ରାଜ୍ୟରେ ବ୍ୟାପିଛି। ଏହି...

ଆମେରିକାରେ ମୋଦିଙ୍କ ଭଳି ନେତାଙ୍କର ଆବଶ୍ୟକତା ରହିଛି, କିଏ କଲେ ଏମିତି ପ୍ରଶଂସା

ନୂଆଦିଲ୍ଲୀ,୨୪।୪: ସମଗ୍ର ବିଶ୍ୱରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା କେତେ ବଢୁଛି ତାହା ଆକଳନ କରାଯାଇପାରିବ ଯେ ଲୋକମାନେ ତାଙ୍କ ଭଳି ଜଣେ ନେତା ମଧ୍ୟ...

ଇଣ୍ଡୋନେସିଆରେ ଜ୍ୱାଳାମୁଖି ଦେଖିବା ଚାଇନା ମହିଳାଙ୍କୁ ପଡିଲା ମହଙ୍ଗା

ଜାକର୍ତ୍ତା,୨୪।୪: ଇଣ୍ଡୋନେସିଆର ଆଗ୍ନେୟଗିରି ଦେଖିବା ଚାଇନାର ଜଣେ ମହିଳାଙ୍କ ପାଇଁ ମୃତ୍ୟୁର କାରଣ ପାଲଟିଥିଲା ଯେତେବେଳେ ସେ ଜ୍ୱଳନ୍ତ ଆଗ୍ନେୟଗିରି ନିକଟରେ ଫଟୋ ଉଠାଉଥିଲେ। ଏହି...

ପାକିସ୍ତାନ ମାଟିରୁ ଇସ୍ରାଏଲକୁ ଧମକ ଦେଲେ ଇରାନ ରାଷ୍ଟ୍ରପତି

ଇସଲାମାବାଦ୍‌,୨୪।୪: ପାକିସ୍ତାନ ଗସ୍ତରେ ଆସୁଥିବା ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି ଇସ୍ରାଏଲ ପାଇଁ ଏକ ବଡ଼ ଧମକ ଦେଇଛନ୍ତି। ସେ କହିଛନ୍ତି, ଯଦି ଇସ୍ରାଏଲ କୌଣସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri