ନେପାଳ ବିମାନ ଦୁର୍ଘଟଣା: ସମସ୍ତ ଯାତ୍ରୀ ପ୍ରାଣ ହରାଇଥିବା ଆଶଙ୍କା

କାଠମାଣ୍ଡୁ,୩୦।୫: ନେପାଳ ବିମାନ ଦୁର୍ଘଟଣାସ୍ଥଳରୁ ବର୍ତ୍ତମାନ ସୁଦ୍ଧା ୧୪ଜଣଙ୍କ ମୃତଦେହ ଜବତ କରାଯାଇଥିବା ବିଭାଗୀୟ ଅଧିକାରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷେ ପୋଲିସ ଏବଂ ସେନା ଅଧିକାରୀ ଘଟଣାର ସ୍ଥିତି ଅନୁସନ୍ଧାନ କରୁଛନ୍ତି। ଏପରି କି ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ପୋଲିସ ସୂଚନା ମୁତାବକ, ପର୍ବତରେ ଧକ୍କାହୋଇ ବିମାନଟି ଖଣ୍ଡବିଖଣ୍ଡିତ ହୋଇ ପ୍ରାୟ ୧୦୦ ମିଟର ପରିଧିରେ ପଡ଼ିରହିଛି। ମୃତଦେହ ଉଦ୍ଧାର କରିବା ପାଇଁ ଦୁର୍ଘଟଣାସ୍ଥଳରେ ନେପାଳ ସୈନ୍ୟବାହିନୀର ୧୫ଜଣ ଯବାନଙ୍କୁ ଅବତରଣ କରାଯାଇଥିବା ନେପାଳ ସେନାର ମୁଖପାତ୍ର କହିଛନ୍ତି। ଦୁର୍ଘଟଣାସ୍ଥଳ ସମୁଦ୍ର ପତ୍ତନରୁ ୧୪,୫୦୦ ଫୁଟ ଉଚ୍ଚ ରହିଛି। ଅନ୍ୟପକ୍ଷେ ବିମାନରେ ଥିବା ସମସ୍ତ ଯାତ୍ରୀ ପ୍ରାଣ ହରାଇଥିବା ଆଶଙ୍କା କରାଯାଉଛି ବୋଲି ନେପାଳ ଗୃହ ମନ୍ତ୍ରଣାଳୟ ମୁଖପାତ୍ର ଫଡ଼ତନ୍ଦ୍ରମଣି ପୋଖରେ ସୂଚନା ଦେଇଛନ୍ତି। ଏ ସଂକ୍ରାନ୍ତରେ ସରକାରଙ୍କ ପକ୍ଷରୁ ସୂଚନା ଜାରି କରାଯାଇ ନାହିଁ। ବିମାନରେ ୨୨ଜଣ ଯାତ୍ରୀ ଥିଲେ। ସେମାନଙ୍କ ମଧ୍ୟରୁ ଓଡ଼ିଶାର ଗୋଟିଏ ପରିବାରର ୪ଜଣ ଥିଲେ। ତାଙ୍କ ଘର ଭୁବନେଶ୍ୱର ଜୟଦେବ ବିହାର ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?