ନେପାଳ ବିମାନ ଦୁର୍ଘଟଣା: ବିମାନ କର୍ମଚାରୀଙ୍କ ସମେତ ସ୍ତ୍ରୀ-ପୁଅଙ୍କ ଜୀବନ ଗଲା, ଭିଡିଓ ଦେଖିଲେ…

କାଠମାଣ୍ଡୁ,୨୪ା୭: ବୁଧବାର ନେପାଳର ରାଜଧାନୀ କାଠମାଣ୍ଡୁରେ ବିମାନ ଦୁର୍ଘଟଣାଗ୍ରସ୍ତ ହେବାର ଏକ ଦୁଃଖଦ କାହାଣୀ ସାମ୍ନାକୁ ଆସିଛି। ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ତିନିଜଣ ସଦସ୍ୟଙ୍କ ସମେତ ମୋଟ୍‌ ୧୮ ଜଣଙ୍କର ମୃତ୍ୟୁ ଘଟିଛି। ପାଇଲଟ ଗୁରୁତର ହୋଇଛନ୍ତି। ତ୍ରିଭୂବନ ଅନ୍ତର୍ଜାତୀୟ ବିମାନବନ୍ଦରରୁ ବିମାନ ଉଡ଼ାଣ ଭରିବା ପରେ ସୌର୍ଯ୍ୟ ବିମାନରେ ନିଆଁ ଲାଗି ଯାଇଥିଲା। ଦୁର୍ଘଟଣା ସମୟରେ ବିମାନରେ ସମୁଦାୟ ୧୯ ଜଣ ଲୋକ ଥିଲେ।

ରିପୋର୍ଟ ଅନୁଯାୟୀ, ବିମାନ ଟେକ୍ନିସିଆନ ମନୁ ରାଜ ଶର୍ମା, ତାଙ୍କ ସ୍ତ୍ରୀ ପ୍ରିଜା ଖାଟିଓ୍ବାଡା ଏବଂ ସେମାନଙ୍କର ଚାରି ବର୍ଷର ପୁଅ ଆଦି ରାଜ ଶର୍ମାଙ୍କର ଏହି ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ପ୍ରିଜା ଶକ୍ତି, ଜଳ ସମ୍ପଦ ଏବଂ ଜଳସେଚନ ମନ୍ତ୍ରଣାଳୟରେ ସହକାରୀ କମ୍ପ୍ୟୁଟର ଅପରେଟର ଭାବରେ କାର୍ଯ୍ୟ କରୁଥିଲେ।

ଦୁର୍ଘଟଣା ପରେ ଅଧିକାରୀମାନେ କହିଛନ୍ତି ଯେ, ପୋଖରା ଅଭିମୁଖେ ବିମାନରେ ଦୁଇଜଣ କ୍ରୁ ସଦସ୍ୟ ଏବଂ ବିମାନର ବୈଷୟିକ କର୍ମଚାରୀଙ୍କ ସମେତ ମୋଟ୍‌ ୧୯ ଜଣ ଜଣ ଯାତ୍ରା କରୁଥିଲେ। ଏହି ବିମାନଟି ବୁଧବାର ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

ଏହି ଦୁର୍ଘଟଣାରେ ନେପାଳର ପ୍ରଧାନମନ୍ତ୍ରୀ କେ.ପି ଶର୍ମା ଓଲି ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଦୁର୍ଘଟଣାରେ ପ୍ରାଣ ହରାଇଥିବା ସମସ୍ତ ମୃତକଙ୍କ ପାଇଁ ସେ ଦୁଃଖିତ। ପ୍ରଧାନମନ୍ତ୍ରୀ କହିଛନ୍ତି, ବେସାମରିକ ବିମାନ ଚଳାଚଳ ପ୍ରାଧିକରଣର ଅଧିକାରୀମାନେ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି। ଏହି ଦୁଃଖଦ ସମୟରେ ସମସ୍ତଙ୍କୁ ଧୈର୍ଯ୍ୟ ଧରିବାକୁ ସେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri