ସାତ ଦିନ ମଧ୍ୟରେ ସରକାର ଗଠନ କରନ୍ତୁ ରାଜନୈତିକ ଦଳ, ରାଷ୍ଟ୍ରପତି ଭଣ୍ଡାରି ଦେଲେ ଅଲଟିମେଟମ

କାଠମାଣ୍ଡୁ,୧୯ ।୧୨: ନେପାଳରେ ନିର୍ବାଚନ ସରିଥିଲେ ବି ଏବେ ପର୍ଯ୍ୟନ୍ତ ସେଠାରେ ସରକାର ଗଠନ ହୋଇପାରି ନାହିଁ । ରବିବାର ରାଷ୍ଟ୍ରପତି ବିଦ୍ୟା ଦେବୀ ଭଣ୍ଡାରୀ ନେପାଳର ସମସ୍ତ ରାଜନୈତିକ ଦଳଙ୍କୁ ୭ ଦିନ ମଧ୍ୟରେ ସରକାର ଗଠନ କରିବାକୁ ଆହ୍ୱାନ ଦେଇଛନ୍ତି । ରାଷ୍ଟ୍ରପତିଙ୍କ ପକ୍ଷରୁ ସରକାର ଗଠନ କରିବାକୁ ୨୫ ଡିସେମ୍ବର ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ସମୟ ଦିଆଯାଇଛି ।
ପ୍ରଧାନମନ୍ତ୍ରୀ ଶେର ବାହାଦୂର ଦେଉବା ମେଣ୍ଟ ସହଯୋଗୀ ପୁଷ୍ପ କମଲ ଦହଲ ପ୍ରଚଣ୍ଡଙ୍କ ସହ ଶାସନ କ୍ଷମତା ବଣ୍ଟନ କରିବାକୁ ନେଇ ଚର୍ଚ୍ଚା କରିଛନ୍ତି । ରାଷ୍ଟ୍ରପତି କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା ଏକ ବୟାନ ଅନୁଯାୟୀ, ଦାବି ପ୍ରସ୍ତୁତ କରିବା ସମୟରେ ସୀମା ୨୫ ଡିସେମ୍ବର ସନ୍ଧ୍ୟା ୫ଟା ରଖାଯାଇଛି । ୨୭୫ ସଦସ୍ୟ ବିଶିଷ୍ଟ ପ୍ରତିନିଧି ସଭାରେ କୌଣସି ଦଳ ନିକଟରେ ସରକାର ଗଠନ କରିବାକୁ ଆବଶ୍ୟକ ଥିବା ୧୩୮ ଆସନ ନାହିଁ ।
ଦେଉବାଙ୍କ ନେତୃତ୍ୱରେ ଥିବା ନେପାଳି କଂଗ୍ରେସ(ଏନସି) ୮୯ ଆସନ ସହ ନିର୍ବାଚନରେ ସବୁଠାରୁ ବଡ ଦଳ ଭାବେ ଆଗରେ ରହିଛି । ଏହାପରେ ବିରୋଧି ସିପିଏମ-ୟୁଏମଏଲ ୭୮ ଆସନ ସହ ଓ ପ୍ରଚଣ୍ଡଙ୍କ ନେତୃତ୍ୱରେ ଥିବା ସିପିଏମ୍ ମାଓବାଦୀ ସେଣ୍ଟର ୩୨ ଆସନ ହାତେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?