ପ୍ରଚଣ୍ଡ ହେବେ ନେପାଳର ଆଗାମୀ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୨୫।୧୨: ନେପାଳରେ ଏକ ନୂତନ ସରକାର ଗଠନ ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଛି। ନିକଟରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ କୌଣସି ଦଳ ସ୍ପଷ୍ଟ ସଂଖ୍ୟାଗରିଷ୍ଠତା ପାଇନାହାଁନ୍ତି। ରାଷ୍ଟ୍ରପତିଙ୍କ ଆହ୍ବାନ କ୍ରମେ ବହୁ ବଡ ରାଜନୈତିକ ଦଳ ମିଳିତ ଗଠବନ୍ଧନ ବିଷୟରେ ଆଲୋଚନା କରିଛନ୍ତି। ଆଜି ଏକ ନୂତନ ସରକାର ଗଠନ କରିବାର ଶେଷ ଦିନର ଶେଷ ଦିନ ଥିଲା। ପୁଷ୍ପ କମଲ ଦହଲ ଓରଫ ପ୍ରଚଣ୍ଡଙ୍କ ନେତୃତ୍ୱରେ ଦଳଗୁଡ଼ିକର ବୈଠକ ପରେ ସେ ନେପାଳର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବେ ବୋଲି ନିଷ୍ପତ୍ତି ନିଆଯାଇଛି।
ସୂଚନାଯୋଗ୍ୟ,ନିର୍ବାଚନ ଫଳାଫଳରେ କୌଣସି ଦଳ ସଂଖ୍ୟାଗରିଷ୍ଠତା ହାସଲ ନ କରିବା ପରେ ନେପାଳର ରାଷ୍ଟ୍ରପତି ବିଦ୍ୟା ଦେବୀ ଭଣ୍ଡାରୀ ରବିବାର ସୁଦ୍ଧା ଏକ ନୂତନ ସରକାର ଗଠନ ପାଇଁ ନିଷ୍ପତ୍ତି ନେବାକୁ କହିଥିଲେ। ଏହା ପରେ ଶେର୍‌ ବାହାଦୂର ଦେଉବା ଏବଂ ପ୍ରଚଣ୍ଡଙ୍କ ସିପିଏନ ମାଓବାଦୀଙ୍କ ନେତୃତ୍ୱରେ ନେପାଳୀ କଂଗ୍ରେସ ଏକତ୍ର ସରକାର ଗଠନ ପାଇଁ ପ୍ରସ୍ତୁତ ହେଉଥିଲା। ତେବେ ଉଭୟ ପାର୍ଶ୍ୱରୁ କୌଣସି ନିଷ୍କର୍ଷ ବାହାରି ନ ଥିଲା। ରବିବାର ସାରେ ପ୍ରଚଣ୍ଡଙ୍କ ମାଓବାଦୀ ସେଣ୍ଟର ପାର୍ଟି ଅନ୍ୟ ୫ ଦଳ ସହ ମିଳିତ ଭାବେ ସରକାର ଗଠନ ପାଇଁ ଘୋଷଣା କରିବା ପରେ ଏହି ସସପେନ୍ସ ଶେଷ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ସେନାକୁ ଚାଇନା ସହାୟତା: ପ୍ରତିବାଦ ଜଣାଇଲେ ବ୍ଲିଙ୍କେନ୍‌

ବେଜିଂ,୨୭ା୪: ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ ଶୁକ୍ରବାର ଚାଇନା କର୍ତ୍ତୃପକ୍ଷଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ୟୁକ୍ରେନ୍‌ ସହ ଯୁଦ୍ଧରେ ରୁଷିଆ ସେନାକୁ...

ପ୍ଲାଷ୍ଟିକ୍‌ ପ୍ରଦୂଷଣ ପାଇଁ ୫୬ କମ୍ପାନୀ ଦାୟୀ

ଲଣ୍ଡନ୍‌,୨୭ା୪: ବିଶ୍ୱର ଅର୍ଦ୍ଧାଧିକ ପ୍ଲାଷ୍ଟିକ୍‌ ପ୍ରଦୂଷଣ ପାଇଁ ୫୬ ବହୁରାଷ୍ଟ୍ରୀୟ କମ୍ପାନୀ ଦାୟୀ। ସେହିପରି ଏକ-ଚତୁର୍ଥାଂଶ ପ୍ରଦୂଷଣ ପାଇଁ ୬ଟି କମ୍ପାନୀ ଦାୟୀ ବୋଲି ଏକ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ

ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି।...

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri