ଭାରତକୁ ଆଖି ଦେଖାଇଲା ନେପାଳ: ଚାଇନା ସହିତ ସମ୍ପର୍କ ଅତୁଟ

କାଠମାଣ୍ଡୁ, ୨୮।୯: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢିବାରେ ଲାଗିଛି। ଦୁଇପକ୍ଷ ସୀମାରେ ସମରସଜ୍ଜାରେ ବ୍ୟସ୍ତ ରହିଛନ୍ତି। ଏପରିସ୍ଥଳେ ନେପାଳ ଭାରତକୁ ଆଖି ଦେଖାଇଛି। ଚାଇନାରେ ଅବସ୍ଥାପିତ ଥିବା ନେପାଳର ରାଷ୍ଟ୍ରଦୂତ ମହେନ୍ଦ୍ର ବାହାଦୂର ପାଣ୍ଡେ ଗଣମାଧ୍ୟମକୁ ସାକ୍ଷାତ୍‌କାର ଦେଇ ଭାରତ ବିରୋଧରେ ମନ୍ତବ୍ୟ ଦେଇଛନ୍ତି। ସେ ନେପାଳ ଏବଂ ଚାଇନାର ସମ୍ପର୍କ ଅତୁଟ ବୋଲି କହିଛନ୍ତି। ଦୁଇ ଦେଶ ଭଲ ପଡ଼ୋଶୀ। ସେମାନଙ୍କ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ୧୯୫୫ଠାରୁ ଜାରି ରହିଛ। କୂଟନୈତିକସ୍ତରରେ ଉଭୟ ଦେଶଙ୍କ ମଧ୍ୟରେ ଭଲ ମୁଝାମଣା ରହିଥିବା ସେ କହିଛନ୍ତି। ଗତ ବର୍ଷ ଚାଇନା ରାଷ୍ଟ୍ରପତି ଶି ଜନ୍‌ପିଙ୍ଗ୍‌ ନେପାଳ ଗସ୍ତରେ ଆସିଥିଲେ। ଏହି ସମୟରେ ୨୦ଟି ପାରସ୍ପରିକ ଚୁକ୍ତି ସ୍ବାକ୍ଷରିତ ହୋଇଥିଲା। ନେପାଳ ଏବଂ ଚାଇନା ସମ୍ପର୍କ ଯୋଗୁ ଭାରତର ସୁରକ୍ଷା ଚିନ୍ତା ବଢୁଥିବା ନେଇ ଚାଇନା ସରକାରୀ ଗଣମାଧ୍ୟମ ଗ୍ଲୋବାଲ ଟାଇମ୍ସ୍‌ ପକ୍ଷରୁ ପଚରା ଯାଇଥିବା ପ୍ରଶ୍ନର ଉତ୍ତରରେ ପାଣ୍ଡେ କହିଥିଲେ ଯେ ଭାରତୀୟ ମିଡ଼ିଆ ଭ୍ରମାତ୍ମକ ଖବର ପ୍ରଚାର କରୁଛି। ନେପାଳ ସବୁବେଳେ ଏକ ସ୍ବତନ୍ତ୍ର ଦେଶ ଭାବେ ନିଚର ପରିଚିତି ରଖି ଆସିଥିବା ସେ କହିଛନ୍ତି। ସୂଚନାଯୋଗ୍ୟ, ଭାରତ ଚାଇନା ମଧ୍ୟରେ ବଢୁଥିବା ଉତ୍ତେଜନା ପାଇଁ ନେପାଳର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଚାଇନା ନେପାଳରେ ସୈନ୍ୟ ବାହିନୀ ଠୁଳ କରିବା ଯୋଗୁ ଭାରତର ସୁରକ୍ଷା ପ୍ରତି ବିପଦ ସୃଷ୍ଟି ହେଉଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri