ପାର୍ବଣ ପୂର୍ବରୁ ଭାରତରୁ ୨୦ହଜାର ମେଟ୍ରିକ ଟନ ଚିନି ଆମଦାନୀ କରିବ ନେପାଳ

ନୂଆଦିଲ୍ଲୀ,୧୪।୯: ପାର୍ବଣ ପୂର୍ବରୁ ଘରୋଇ ଚାହିଦା ପୂରଣ କରିବା ପାଇଁ ନେପାଳ ସରକାର ଭାରତରୁ ୨୦ହଜାର ମେଟ୍ରିକ ଟନ ଚିନି ଆମଦାନୀ କରିବାକୁ ଯାଉଛନ୍ତି। ଶିଳ୍ପ, ବାଣିଜ୍ୟ ଏବଂ ଯୋଗାଣ ମନ୍ତ୍ରଣାଳୟ ସ୍ଥାନୀୟ ଚାହିଦା ପୂରଣ ପାଇଁ ୬୦ହଜାର ମେଟ୍ରିକ ଟନ ଚିନି ଉପରେ ସୀମା ଶୁଳ୍କରେ ଛାଡ ପାଇଁ ଅନୁରୋଧ କରିଛି। ତେବେ କେବଳ ୨୦ହଜାର ମେଟ୍ରିକ ଟନ ଚିନି ଆମଦାନୀ କରିବାକୁ ଅର୍ଥ ମନ୍ତ୍ରଣାଳୟ ଅନୁମତି ଦେଇଛି।

କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର ମୁଖପାତ୍ର ଧନୀରାମ ଶର୍ମା କହିଛନ୍ତି, ମନ୍ତ୍ରଣାଳୟ ସୀମା ଶୁଳ୍କରେ ୫୦ ପ୍ରତିଶତ ରିହାତି ଦେଇଛି। ଏସଟିସି ଡିଭିଜନାଲ ମ୍ୟାନେଜର ବ୍ରଜେଶ ଝା କହିଛନ୍ତି, ୫୦ହଜାର ମେଟ୍ରିକ ଟନ ଚିନି ଆମଦାନୀ କରିବାକୁ ସରକାରଙ୍କଠାରୁ ଅନୁମତି ନିଆଯାଇଛି। ନେପାଳରେ ଚିନିର ଘରୋଇ ଚାହିଦା ୩ଲକ୍ଷ ମେଟ୍ରିକ ଟନ। ତେଣୁ ସେ ଭାରତରୁ ବିପୁଳ ପରିମାଣର ଚିନି ଆମଦାନୀ କରିବାକୁ ଚାହୁଁଛି। ନେପାଳରେ ବର୍ତ୍ତମାନ ୧୨ଟି ଚିନି କାରଖାନା ଅଛି। ଯାହା ପ୍ରାୟ ୧ଲକ୍ଷ ମେଟ୍ରିକ ଟନ ଚିନି ଉତ୍ପାଦନ କରିଥାଏ।

ଏକ ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ନେପାଳ ଭାରତରୁ ୭୦ ପ୍ରତିଶତ ଚିନି ଆମଦାନୀ କରିଥାଏ। ସେହିପରି ସୀମା ଶୁଳ୍କ ନ ଦେଇ ବେଆଇନ ଉପାୟରେ ହଜାର ହଜାର ଟନ ଚିନି କାରବାର ହୋଇଥାଏ। କାଠମାଣ୍ଡୁରେ ଚିନିର କଳା ବଜାର କରାଯାଇ କିଲୋଗ୍ରାମ ପ୍ରତି ୧୦୦ରୁ ୧୨୫ ଟଙ୍କାରେ ବିକ୍ରି ହୁଏ ଯେଉଁଠି ଭାରତରେ ଏହାର ମୂଲ୍ୟ ୪୦-୫୦ଟଙ୍କା ମଧ୍ୟରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?