ଭାରତ ସହିତ ଶକ୍ତି ଚୁକ୍ତି ସ୍ବାକ୍ଷର କରିବାକୁ ଚାହୁଁଛି ନେପାଳ

କାଠମାଣ୍ଡୁ,୨ା୪: ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ପ୍ରଚଣ୍ଡଙ୍କ ନୂଆଦିଲ୍ଲୀ ଗସ୍ତ ସମୟରେ ନେପାଳ ଭାରତ ସହିତ ୨୫ ବର୍ଷ ପାଇଁ ବିଜୁଳି ଶକ୍ତି ଚୁକ୍ତି ସ୍ବାକ୍ଷର କରିବାକୁ ଯୋଜନା କରିଛନ୍ତି।

ଯଦିଓ ନେପାଳ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତର ସରକାରୀ ତାରିଖ ଏପର୍ଯ୍ୟନ୍ତ ଘୋଷଣା କରାଯାଇ ନାହିଁ। କାଠମାଣ୍ଡୁର ଏକ ଖବରକାଗଜ ରବିବାର ନେପାଳର ଅଧିକାରୀଙ୍କ ଉଦ୍ଦେଶ୍ୟରେ କହିଛି ଯେ, ଏପ୍ରିଲର ଦ୍ୱିତୀୟ ସପ୍ତାହ ପରେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ ଗସ୍ତ କରିବାର ସମ୍ଭାବନା ରହିଛି। ତେବେ ଉଭୟ ପକ୍ଷ ଏପର୍ଯ୍ୟନ୍ତ ତାରିଖ ଘୋଷଣା କରିନାହାନ୍ତି।

ଶକ୍ତି ମନ୍ତ୍ରଣାଳୟର ଜଣେ ବରିଷ୍ଠ ଅଧିକାରୀଙ୍କ ରିପୋର୍ଟରେ କୁହାଯାଇଛି, ଯେ ଆମେ ୨୫ ବର୍ଷ ଚୁକ୍ତିରେ ଭାରତ ପାଇଁ ଏକ ପ୍ରସ୍ତାବ ପ୍ରସ୍ତୁତ କରୁଛୁ। କିନ୍ତୁ ଅନେକ କିଛି ମଧ୍ୟ ନିର୍ଭର କରେ ଯେ, ଭାରତୀୟ ପକ୍ଷ ଆମର ପ୍ରସ୍ତାବକୁ ଏଜେଣ୍ଡାରେ ଅନ୍ତର୍ଭୁକ୍ତ କରିବାକୁ ରାଜି ହେବେ କି ନାହିଁ।

ମନ୍ତ୍ରଣାଳୟର ସଚିବ ଦୀନେଶ ଘିମିରେ କହିଛନ୍ତି, ଦୀର୍ଘସ୍ଥାୟୀ ଆନ୍ତଃ- ସରକାରୀ ଚୁକ୍ତି ପ୍ରସଙ୍ଗରେ ମନ୍ତ୍ରଣାଳୟରେ ଆଲୋଚନା ଚାଲିଛି, କିନ୍ତୁ ଏହାକୁ ନେପାଳର ବୈଦେଶିକ ମନ୍ତ୍ରଣାଳୟକୁ ପଠାଯିବ। ଯାହା ଦ୍ୱାରା ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଏହା ଏକ ଏଜେଣ୍ଡା ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri