ଭାରତକୁ ୧୦ ହଜାର ମେଗାଓ୍ବାଟ୍‌ ବିଦ୍ୟୁତ୍‌ ଯୋଗାଇବ ନେପାଳ

କାଠମାଣ୍ଡୁ,୪।୧ : ଭାରତ ଏବଂ ନେପାଳ ମଧ୍ୟରେ ଗୁରୁବାର ଦୀର୍ଘମିଆଦୀ ବିଦ୍ୟୁତ୍‌ ବାଣିଜ୍ୟ ଚୁକ୍ତିନାମା ସମେତ ଅନେକ ଚୁକ୍ତି ସ୍ବାକ୍ଷର ହୋଇଛି। ବିଦ୍ୟୁତ୍‌ ଚୁକ୍ତିନାମା ଅନୁଯାୟୀ ନେପାଳ ଆଗାମୀ ୧୦ ବର୍ଷ ଯାଏ ଭାରତକୁ ୧୦ ହଜାର ମେଗାଓ୍ବାଟ୍‌ ବିଦ୍ୟୁତ୍‌ ରପ୍ତାନି କରିବ। ନେପାଳର ଶକ୍ତି, ଜଳସମ୍ପଦ ଓ ଜଳସେଚନ ମନ୍ତ୍ରୀ ଶକ୍ତିବାହାଦୂର ବସନେଟଙ୍କ ଉପସ୍ଥିତିରେ ନେପାଳର ବିଭାଗୀୟ ସଚିବ ଗୋପାଳ ସିଗଡେଲ୍‌ ଏବଂ ଭାରତର ଶକ୍ତି ସଚିବ ପଙ୍କଜ ଅଗ୍ରଓ୍ବାଲ ଦୁଇଦେଶ ତରଫରୁ ଚୁକ୍ତିନାମା ସ୍ବାକ୍ଷର କରିଛନ୍ତି। ଗତବର୍ଷ ମେ’୩୧ରୁ ଜୁନ୍‌ ୩ ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପକମଲ ଦହଲ ଭାରତ ଗସ୍ତରେ ଆସିଥିବାବେଳେ ବିଦ୍ୟୁତ୍‌ ରପ୍ତାନି ନେଇ ଦ୍ୱିପାକ୍ଷିକ ବୁଝାମଣା ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେପାଳରୁ ବିଦ୍ୟୁତ୍‌ କିରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ।
ନେପାଳ ପ୍ରତିପକ୍ଷ ଏନ୍‌.ପି. ସୁଦ୍‌ଙ୍କ ସହ ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଗୁରୁବାର ବିଭିନ୍ନ ପ୍ରସଙ୍ଗରେ ବିସ୍ତୃତ ତଥା ଫଳପ୍ରଦ ଆଲୋଚନା କରିଥିବାବେଳେ ଅନେକ ଚୁକ୍ତି ସ୍ବାକ୍ଷର ହୋଇଛି। ଦ୍ୱିପାକ୍ଷିକ ସମ୍ପର୍କ, ବାଣିଜ୍ୟ, ଯୋଗାଯୋଗ ପ୍ରକଳ୍ପ ଏବଂ ପ୍ରତିରକ୍ଷା ଓ ସୁରକ୍ଷା ସହଯୋଗ ନେଇ ଉଭୟ ନେତାଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ସପ୍ତମ ଭାରତ-ନେପାଳ ମିଳିତ କମିଶନ ବୈଠକରେ ମୋଟାମୋଟି ଦ୍ୱିପାକ୍ଷିକ ସମ୍ପର୍କ, ବାଣିଜ୍ୟ, ଆର୍ଥତ୍କ ସମ୍ପର୍କ, ଜମି, ରେଳ ସଂଯୋଗ, ବିମାନ ସଂଯୋଗ ପ୍ରକଳ୍ପ, ପ୍ରତିରକ୍ଷା ସହଯୋଗ, କୃଷି, ଶକ୍ତି, ଜଳସମ୍ପଦ, ବିପର୍ଯ୍ୟୟ ପରିଚାଳନା, ପର୍ଯ୍ୟଟନ, ବେସାମରିକ ବିମାନ ଚଳାଚଳ, ସାଂସ୍କୃତିକ ବିନିମୟ ଏବଂ ବିଭାଶରେ ସହଭାଗିତା ପ୍ରସଙ୍ଗ ସ୍ଥାନ ପାଇଥିଲା। ଗୋଷ୍ଠୀ ଉନ୍ନୟନ ପ୍ରକଳ୍ପ, ଦୀର୍ଘମିଆଦି ବିଦ୍ୟୁତ୍‌ ବାଣିଜ୍ୟ, ଅକ୍ଷୟ ଶକ୍ତି ବିକାଶରେ ସହଯୋଗ, ମୁନାଲ ସାଟେଲାଇଟ୍‌ ଏବଂ ଜାଜରକୋଟ ଭୂକମ୍ପ ରିଲିଫ୍‌ ସହାୟତାର ୫ମ କିସ୍ତି ଯୋଗାଣ ନେଇ ଚୁକ୍ତି ସ୍ବାକ୍ଷର ହୋଇଥିଲା। ଉଭୟ ନେତା ମିଳିତ ଭାବେ ୩ଟି ସୀମାପାର ଟ୍ରାନ୍ସମିଶନ ଲାଇନ୍‌ର ଉଦ୍‌ଘାଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri