Posted inଖେଳ

ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌: ୟୁଏଇକୁ ୬ ଉଇକେଟରେ ହରାଇଲା ନେପାଳ

ଦାମ୍ବୁଲା, ୧୯ା୭: ଓପନର ସମ୍‌ଝାନା ଖଡ୍‌କାଙ୍କ ଦ୍ରୁତ ଅର୍ଦ୍ଧଶତକ ଓ ଇନ୍ଦୁ ବର୍ମାଙ୍କ ୩ ଉଇକେଟ ସଫଳତାକୁ ପାଥେୟ କରି ନେପାଳ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)କୁ ୬ ଉଇକେଟରେ ପରାସ୍ତ କରି ଏହାର ଅଭିଯାନ ଆରମ୍ଭ କରିଛି।

ଖଡ୍‌କା ୪୫ ବଲ୍‌ର ସମ୍ମୁଖୀନ ହୋଇ ୧୧ ଚୌକା ସହ ୭୧ ରନ କରି ଅପରାଜିତ ରହିଥିଲେ। ନେପାଳ ୧୬.୧ ଓଭରରେ ୪ ଉଇକେଟ ବିନିମୟରେ ୧୧୬ରନର ଟାର୍ଗେଟକୁ ହାସଲ କରି ନେଇଥିଲା। ବର୍ମା (୩/୧୯)ଙ୍କ ନେତୃତ୍ୱରେ ନେପାଳର ଅଭିଜ୍ଞ ବୋଲରମାନଙ୍କ ଉଚିତ ମୁକାବିଲା କରି ନ ପାରି ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଏମିରେଟ୍ସ ନିର୍ଦ୍ଧାରିତ ଓଭରରେ ୮ଉଇକେଟ ବିନିମୟରେ ୧୧୫ ରନ୍‌ କରିପାରିଥିଲା।

ପାଓ୍ବାର ପ୍ଲେ ପରେ ୟୁଏଇ ଅଫ୍‌-ସ୍ପିନର କବିଶା ଏଗୋଡେଗ୍‌ (୩/୧୨) ନେପାଳ ଅଗ୍ରଗତିରେ ସାମାନ୍ୟ ବାଧା ସୃଷ୍ଟି କରିଥିଲେ। କିନ୍ତୁ ଖଡ୍‌କା ପଡ଼ିଆର ଚତୁର୍ଦିଗକୁ ଶଟ୍‌ମାନ ମାରି ଏକାକି ନେପାଳକୁ ବିଜୟ ଲକ୍ଷ୍ୟରେ ପହଞ୍ଚାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri