ନେପାଳ ବିମାନ ଦୁର୍ଘଟଣାରେ ସିଙ୍ଗର ନିରା ଛନ୍ତୟାଲଙ୍କ ନିଧନ

କାଠମାଣ୍ଡୁ,୧୬ ।୧: ରବିବାର ନେପାଳରେ ହୋଇଥିବା ଦୁଃଖଦ ବିମାନ ଦୁର୍ଘଟଣାରେ ୭୨ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଥିବା ବେଳେ ଏବେ ପର୍ଯ୍ୟନ୍ତ ୬୮ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଏବେ ସୂଚନା ମିଳିଛି କି ଏହି ଦୁର୍ଘଟଣାରେ ନେପାଳର ନାମୀ ଲୋକ ଗାୟିକା ନିରା ଛନ୍ତୟାଲଙ୍କର ବି ମୃତ୍ୟୁ ହୋଇଛି । ଏ ଖବର ତାଙ୍କ ଭଉଣୀ ହୀରା ଛନ୍ତୟାଲ ଶେରଚନ ଦେଇଛନ୍ତି ।
ନୀରାଙ୍କ ଭଉଣୀ ହୀରା ସୂଚନା ଦେଇଛନ୍ତି କି ଗାୟିକା ନୀରା ପୋଖରାରେ ନେପାଳ ଚଂଟୟାଲ ୟୁଥ ଆସୋସିଏଶନର ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିଲେ । ସେଠାରେ ସେ ଏକ ମ୍ୟୁଜିକ ଶୋ କରିଥାଆନ୍ତେ । ହେଲେ ନୀରାଙ୍କ ପରଲୋକ ପରେ ଏହି କାର୍ଯ୍ୟକ୍ରମକୁ ରଦ୍ଦ କରି ଦିଆଯାଇଛି ।
ସୂଚନାଯୋଗ୍ୟ, ଏହି ଦୁର୍ଘଟଣାର ଗୋଟିଏ ଦିନ ପୂର୍ବରୁ ନୀରା ସୋସିଆଲ ମିଡିଆରେ ତାଙ୍କ ପ୍ରଶଂସକଙ୍କୁ ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଥିଲେ । ଆଉ କହିଥିଲେ ସେ ମକର ସଂକ୍ରାନ୍ତିରେ ପୋଖରାରେ ଥିବେ । ହେଲେ କିଏ ଜାଣିଥିଲା ଏହି ପୋଷ୍ଟ ହିଁ ନୀରାଙ୍କ ଶେଷ ପୋଷ୍ଟ ହେବ । ତେବେ ନୀରାଙ୍କ ବିୟୋଗରେ ତାଙ୍କ ପ୍ରଶଂସକ ଏହି ଖବରକୁ ସହଜରେ ଗ୍ରହଣ କରିପାରୁ ନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri