କିଟ୍‌ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ମତ୍ୟୁ ଘଟଣା: ମୃତଦେହ ନେପାଳ ନେବାକୁ ମନାକଲେ ପରିବାର ଲୋକେ…

ପୁରୀ,୩।୫: ପୁରୀରେ ହେବ କିଟ୍‌ ଛାତ୍ରୀଙ୍କ ଶେଷକୃତ୍ୟ। କିଟ୍‌ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରୀଶା ଶାହାଙ୍କ ମତ୍ୟୁ ଘଟଣାରେ ମୃତଦେହ ବ୍ୟବଚ୍ଛେଦ ପରେ ପୁରୀ ସ୍ବର୍ଗଦ୍ବାରରେ ଶେଷକୃତ୍ୟ ହେବ । ତାଙ୍କ ପରିବାରଲୋକେ ମୃତଦେହ ନେପାଳ ନେବାକୁ ମନା କରିବାରୁ ପୁରୀରେ ଶେଷକୃତ୍ୟ ହେବ। ତେବେ ପରିବାର ଲୋକଙ୍କ ଉପସ୍ଥିତିରେ ହେଲା ପୋଷ୍ଟମର୍ଟମ ହୋଇଛି। ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯିବ। ସେମାନେ ମୃତଦେହ ନେଇ ପୁରୀ ବାହାରିବେ।

ବିଶ୍ୱବିଦ୍ୟାଳୟ(KIIT)ରେ ପୁଣି ଜଣେ ନେପାଳୀ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ପୋଲିସ କମିଶନର ଏନେଇ ସୂଚନା ଦେଇଛନ୍ତି। ଏପଟେ ନିରପେକ୍ଷ ତଦନ୍ତ ହେଉ ବୋଲି ନେପାଳ ଦୂତାବାସ ପ୍ରେସ୍ ବିଜ୍ଞପ୍ତି ଜାରି କରିଛନ୍ତି। ଘଟଣାର ନିରପେକ୍ଷ ତଦନ୍ତ ପାଇଁ ଦୂତାବାସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି। କେନ୍ଦ୍ର ସରକାର ଓ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ଯୋଗାଯୋଗରେ ଅଛୁ। କିଟ୍‌ ପ୍ରତିନିଧିଙ୍କୁ ଦୂତାବାସକୁ ଡାକି ଘଟଣା ସଂପର୍କରେ ପଚାରି ବୁଝିଛୁ।

ସୂଚନାଯୋଗ୍ୟ, ଗୁରୁବାର କିଟ୍‌ ହଷ୍ଟେଲ ରୁମରୁ ନେପାଳ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ତେବେ କେଉଁ ପରିସ୍ଥିତିରେ ଛାତ୍ରୀଙ୍କ ମୃତ୍ୟୁ ହୋଇଛି ଏଯାଏ ସ୍ପଷ୍ଟ ହୋଇନାହିଁ। ଗତ ଫେବୃଆରୀ ୧୬, ୨୦୨୫ରେ ଜଣେ ୨୦ ବର୍ଷୀୟ ନେପାଳୀ ଛାତ୍ରୀ ପ୍ରକ୍ରିତି ଲମସାଲଙ୍କ ଆତ୍ମହତ୍ୟା ପରେ ଏହା ଦ୍ୱିତୀୟ ଏଭଳି ଘଟଣା। ଘଟଣାର ପ୍ରାଥମିକ ତଦନ୍ତରୁ ଜଣାପଡିଥିଲା ଯେ, ଛାତ୍ରୀ ଜଣଙ୍କ ଜଣେ ସହପାଠୀଙ୍କ ଦ୍ୱାରା ନିର୍ଯାତନାର ଶିକାର ହୋଇଥିଲେ। ଏହି ଅଭିଯୋଗକୁ ନେଇ ସେ ବିଶ୍ୱବିଦ୍ୟାଳୟର ଇଣ୍ଟରନ୍ୟାଶନାଲ ରିଲେସନ୍ସ ଅଫିସ (IRO)ରେ ଅଭିଯୋଗ କରିଥିଲେ, କିନ୍ତୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନ ଥିଲା। ଜାତୀୟ ମାନବାଧିକାର ଆୟୋଗ (NHRC) ତାଙ୍କ ରିପୋର୍ଟରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଏହି ଅବହେଳାକୁ ଗୁରୁତର ଅବହେଳା ବୋଲି କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri