Posted inଖେଳ

ଯୁବରାଜଙ୍କ ସମକକ୍ଷ ହେଲେ ନେପାଳର ଏହି କ୍ରିକେଟର

ଅଲ ଆମେରଟ୍‌,୧୩ା୪: ବିଶ୍ୱ କ୍ରିକେଟରେ ତୃତୀୟ ଖେଳାଳି ଭାବରେ ଗୋଟିଏ ଓଭରରେ ୬ ଛକା ମାରିଛନ୍ତି ନେପାଳର ଦୀପେନ୍ଦ୍ର ସିଂ ଐରୀ। ଏସିଆନ୍‌ କ୍ରିକେଟ କାଉନ୍‌ସିଲ(ଏସିସି) ପକ୍ଷରୁ ଆୟୋଜିତ ପ୍ରିମିୟର କପ୍‌ ଟି୨୦ରେ ଐରୀ କାତାର ବିପକ୍ଷ ମ୍ୟାଚ୍‌ରେ ଏହି ସଫଳତା ହାସଲ କରିଛନ୍ତି।

ପୂର୍ବରୁ ଭାରତର ଯୁବରାଜ ସିଂ ଓ ଓ୍ବେଷ୍ଟଇଣ୍ଡିଜର ଆନ୍ଦ୍ରେ ରସେଲ ଏଭଳି ରେକର୍ଡ ନିଜ ନାମରେ ରଖିଛନ୍ତି। ଯୁବରାଜ ୨୦୦୭ ଟି୨୦ ବିଶ୍ୱକପରେ ଷ୍ଟୁଆର୍ଟ ବ୍ରଡଙ୍କୁ ଓ ରସେଲ୍‌ ୨୦୨୧ରେ ଶ୍ରୀଲଙ୍କାର ଅକିଲା ଧନଞ୍ଜୟଙ୍କୁ ୬ ଛକା ମାରିଥିଲେ।୨୪ ବର୍ଷୀୟ ଐରୀ ୬ ଛକାର ଇନିଂସ ଅବସରରେ ୨୧ ବଲ୍‌ ଖେଳି ୬୪ ରନ୍‌ ସ୍କୋର କରିଥିଲେ।

ତେବେ ଅନ୍ତର୍ଜାତୀୟ କ୍ରିକେଟରେ ପଞ୍ଚମ ଥର ଏଭଳି ଘଟଣା ଘଟିଛି। ଦିନିକିଆ କ୍ରିକେଟରେ ଦକ୍ଷିଣ ଆଫ୍ରିକାର ହର୍ଶେଲ ଗିବ୍ସ ଓ ଆମେରିକାର ଜଶକରନ ମଲହୋତ୍ରା ଏଭଳି କାରନାମା କରିଛନ୍ତି। ପୂର୍ବରୁ ହାଙ୍ଗଝୋ ଏସିଆନ୍‌ ଗେମ୍ସରେ ମଧ୍ୟ ଦୀପେନ୍ଦ୍ର ୬ ବଲରେ ୬ ଛକା ମାରିଥିଲେ। ତେବେ ୨ଟି ଭିନ୍ନ ଓଭରରେ ସେ ଏଭଳି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri