ଖୁଡ଼ୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରି ପୁତୁରା ଗିରଫ

ଆନନ୍ଦପୁର,୨୦।୧୦(ସ୍ବ.ପ୍ର.):କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ସମ୍ପର୍କୀୟ ଖୁଡ଼ୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ ଅଭିଯୋଗରେ ପୁତୁରାକୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ବିଜୟ ମହାନ୍ତ। ପୋଲିସ ସୂଚନା ମୁତାବକ ନିଜ ସମ୍ପର୍କୀୟ ଖୁଡ଼ୀଙ୍କର ମୋବାଇଲରେ ଥିବା ଫେସ୍‌ବୁକ୍‌ ଆପ୍‌କୁ ଅପଡେଟ୍‌ କରିବା ବାହାନାରେ ମୋବାଇଲରେ ଥିବା ଅଶ୍ଳୀଳ ଫଟୋକୁ ଅଭିଯୁକ୍ତ ଭାଇରାଲ କରି ଦେଇଥିଲେ। ଏ ନେଇ ପୀଡ଼ିତା ଆନନ୍ଦପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ନଂ. ୨୬୪/୨୨ରେ ମାମଲା ରୁଜୁ କରି ଅଭିଯୋଗକାରୀ ଓ ଅଭିଯୁକ୍ତଙ୍କ ମୋବାଇଲ୍‌ ଯାଞ୍ଚ କରିଥିଲା। ପରେ ମୋବାଇଲ, ସିମ୍‌କାର୍ଡ଼କୁ ଜବତ କରିବା ସହ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରିଛି। ଅନ୍ୟପକ୍ଷରେ ଅଭିଯୁକ୍ତ ବିଜୟ ନିଜ ଖୁଡ଼ୀର ବିୟୋଗରେ ମୁଖାଗ୍ନି ଦେଇଥିବା ବେଳେ ଖୁଡ଼ିର ନବମୀ କ୍ରିୟା ଦିନ ଗିରଫ ହୋଇ ଦଶାହରେ କୋର୍ଟଚାଲାଣ ହୋଇଥିଲେ। ଫଳରେ ଖୁଡ଼ୀଙ୍କ ଦଶାହ କ୍ରିୟାକର୍ମରେ ଯୋଗଦେଇ ପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri