ଇନ୍ଦିରା ଗାନ୍ଧୀଙ୍କ ହତ୍ୟାକାରୀଙ୍କ ଭଣଜା ଗିରଫ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୫ା୪: ନ୍ୟୁଜିଲାଣ୍ଡର ଅକଲାଣ୍ଡରେ ଥିବା ପୋଲିସ କର୍ମଚାରୀ ଏକ ଡ୍ରଗ୍ସ ରାକେଟକୁ ଧରିବାରେ ସଫଳ ହୋଇଛି। ଏଥିରେ ବଲତେଜ ସିଂ ନାମକ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଯିଏକି ସତଓ୍ବନ୍ତ ସିଂଙ୍କ ଭଣଜା। ଯିଏକି ସାଥୀ ଅଙ୍ଗରକ୍ଷୀ ବେଆନ୍ତ ସିଂଙ୍କ ସହ ଅକ୍ଟୋବର ୧୯୮୪ରେ ଭାରତର ପୂବର୍ତତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ହତ୍ୟା କରିଥିଲେ।

୧୯୮୪ ଅକ୍ଟୋବର ୩୧ରେ ଇନ୍ଦିରା ଗାନ୍ଧୀଙ୍କୁ ବେଆନ୍ତ ସିଂ ଏବଂ ସତଓ୍ବନ୍ତ ସିଂ ମିଳିତ ଭାବେ ହତ୍ୟା କରିଥିଲେ। ସେଥିମଧ୍ୟରୁ ବେଆନ୍ତଙ୍କୁ ଘଟଣାସ୍ଥଳରେ ହତ୍ୟା କରାଯାଇଥିବା ବେଳେ ସତଓ୍ବନ୍ତ ଏବଂ କେହର ସିଂଙ୍କୁ ୬ ଜାନୁୟାରୀ ୧୯୮୯ରେ ଫାଶୀ ଦିଆଯାଇଥିଲା। କେହର ସିଂ ବେଆନ୍ତଙ୍କ ସମ୍ପର୍କୀୟ ଥିଲେ। ଏହି ଘଟଣାରେ ବଲବୀର ସିଂ ମଧ୍ୟ ଜଡ଼ିତ ଥିଲେ।

ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ଓଡ଼ିଶାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ଇନ୍ଦିରା କହିଥିଲେ, ମୋର ରକ୍ତର ପ୍ରତ୍ୟେକ ବୁନ୍ଦା ଭାରତର ଏକତାକୁ ଦୃଢ଼ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

୨୦୨୩ରେ ୨୮.୨ କୋଟି ଦୁର୍ଭିକ୍ଷ ପ୍ରଭାବିତ

ଜାତିସଂଘ,୨୬ା୪:୨୦୨୩ରେ ୫୯ଟି ଦେଶର ପ୍ରାୟ ୨୮.୨ କୋଟି ଲୋକ ଅତ୍ୟଧିକ କ୍ଷୁଧା ମଧ୍ୟରେ ରହିଛନ୍ତି। ଯୁଦ୍ଧ କ୍ଷତିଗ୍ରସ୍ତ ଗାଜାରେ ବହୁସଂଖ୍ୟାରେ ଲୋକ ଦୁର୍ଭିକ୍ଷର ସମ୍ମୁଖୀନ ହୋଇଥିବା...

ଲଣ୍ଡନ ରାସ୍ତାରେ ରାଜାଙ୍କ ଘୋଡ଼ା

ଲଣ୍ଡନ,୨୬ା୪:ବ୍ରିଟେନ୍‌ ରାଜାଙ୍କ ୪ଟି ଘୋଡ଼ା ବୁଧବାର ପୂର୍ବାହ୍ନର ଗହଳି ସମୟରେ କେନ୍ଦ୍ରୀୟ ଲଣ୍ଡନରେ ବିନା ସବାରରେ ଦୌଡ଼ୁଥିବା ଦେଖିବାକୁ ମିଳିଥିଲା। ସେଥିରୁ ୨ଟି ଘୋଡ଼ା କୌଣସି...

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ...

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri