ମାଇଁଙ୍କ ଶୁଦ୍ଧିକ୍ରିୟାକୁ ଆସିଥିଲେ, ଟ୍ରକ୍‌ ଚାପାରେ ଚାଲିଗଲା ଭଣଜାଙ୍କ ଜୀବନ

କେନ୍ଦୁଝର,୨୩ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅଧୀନ ୪୯ ନଂ ଜାତୀୟ ରାଜପଥ ପଟାଟାଙ୍ଗର ଛକରେ ଶନିବାର ଏକ ୧୦ ଚକିଆ ଟ୍ରକ୍‌ ଚାପି ଦେବାରୁ ଘଟଣାସ୍ଥଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ଅନୁଗୋଳ ଜିଲା ପାଲଲହଡ଼ା ଥାନା ଜେନାପଶି ଗ୍ରାମର ବିଷ୍ଣୁ ବୋଇତା।

ସୂଚନାନୁଯାୟୀ, ମୃତ ବିଷ୍ଣୁ ପଟାଟାଙ୍ଗର ଗ୍ରାମକୁ ତାଙ୍କ ମାଇଁଙ୍କ ଶୁଦ୍ଧିକ୍ରିୟାକୁ ଆସିଥିଲେ। ଆଜି ଅପରାହ୍ନରେ ବୈରାଗୀ ପଧାନ ନାମକ ଜଣେ ବ୍ୟକ୍ତିଙ୍କ ସାଙ୍ଗରେ ନିଜ ଗାଁକୁ ଏକ ବାଇକ୍‌ରେ ଫେରୁଥିଲେ। ତେବେ ପଟାଟାଙ୍ଗର ଛକରେ ଏକ ୧୦ ଚକିଆ ଟ୍ରକ୍‌ ବାଇକ୍‌କୁ ପଛରୁ ଧକ୍କା ଦେବାରୁ ବିଷ୍ଣୁ ତଳେ ପଡ଼ିଯାଇଥିଲେ ଓ ଟ୍ରକ୍‌ଟି ଚାପି ଦେଇଥିଲା। ଘଟଣାସ୍ଥଳରେ ବିଷ୍ଣୁଙ୍କର ମୃତ୍ୟୁ ହୋଇଥିଲ। ତେବେ ଟ୍ରକ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଏ ନେଇ ଘଟଣାସ୍ଥଳରେ ଉତ୍ତେଜନା ଲାଗିରହିଛି। ଜାତୀୟ ରାଜପଥ ମରାମତି ହେଉଥିବାରୁ ଗୋଟିଏ ପଟ ରାସ୍ତା ଅବରୋଧ ଥିଲା। ତେଣୁ ଏ ଦୁର୍ଘଟଣା ଘଟିଲା ବୋଲି ମୃତକଙ୍କ ସମ୍ପର୍କୀୟ ଓ ସ୍ଥାନୀୟ ଲୋକେ ଅଭିଯୋଗ ଆଣିବା ସହିତ କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରୁଛି, ଖବର ଲେଖା ହେଲାବେଳକୁ ରାସ୍ତା ଅବରୋଧ ହଟିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା

ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri