ନେରେଡ଼ି ବ୍ୟାରେଜ: ନବୀନଙ୍କ ସହଯୋଗ ଲୋଡ଼ିଲେ ଜଗନ

ଭୁବନେଶ୍ୱର, ୧୯ା୪(ବ୍ୟୁରୋ): ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନ୍‌ମୋହନ ରେଡ୍ଡୀ ଶନିବାର ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଓଡ଼ିଶାର ଗଜପତି ଏବଂ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ୍‌ ଜିଲା ମଧ୍ୟରେ ଥିବା ବଂଶଧାରା ନଦୀର ନେରେଡ଼ି ବ୍ୟାରେଜ ସଂକ୍ରାନ୍ତରେ ଚିଠି ଲେଖିଛନ୍ତି। ଜଗନ୍‌ମୋହନ ତାଙ୍କ ପତ୍ରରେ ବଂଶଧାରା ପ୍ରକଳ୍ପରେ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ସହଯୋଗ ଆଶା କରିଥିବା ଉଲ୍ଲେଖ କରିଛନ୍ତି। ଏହାକୁ ନେଇ ରହିଥିବା ବିବାଦ ବୁଝାମଣା ଜରିଆରେ ସମାଧାନ କରାଯାଇପାରିବ। ନେରେଡ଼ି ଜଳପ୍ରକଳ୍ପ ହେଲେ ଉଭୟ ରାଜ୍ୟର ସୀମାନ୍ତ ଚାଷୀ ଉପକୃତ ହେବେ। ଏଥିଲାଗି ଆଲୋଚନା କରିବାକୁ ସେ ସକାରାତ୍ମକ ଅଛନ୍ତି। ଓଡ଼ିଶା ଆସି ଆଲୋଚନା କରିବାକୁ ମଧ୍ୟ ସେ ଆଗ୍ରହ ପ୍ରକାଶ କରିଛନ୍ତି। ବଂଶଧାରାରେ ପ୍ରବାହିତ ହେଉଥିବା ୭୦ ପ୍ରତିଶତ ଜଳ ନଷ୍ଟ ହେଉଛି। ଏହା ଚାଷୀଙ୍କ କାର୍ଯ୍ୟରେ ଉପଯୋଗ ହୋଇପାରୁ ନାହିଁ। ତେଣୁ ବହିଯାଉଥିବା ଜଳକୁ ଅଟକାଇ ଚାଷୀଙ୍କ ସ୍ବାର୍ଥରେ ବିନିଯୋଗ ପାଇଁ ଆନ୍ଧ୍ର ସରକାର ଆଗ୍ରହୀ ଅଛନ୍ତି ବୋଲି ଜଗନ ଚିଠିରେ ଉଲ୍ଲେଖ କରିଛନ୍ତି। ଏହି ପ୍ରକଳ୍ପ ହେଲେ ଆନ୍ଧ୍ର ସମେତ ଓଡ଼ିଶାର ଗଜପତି ଜିଲାର ଚାଷୀ ମଧ୍ୟ ଉପକୃତ ହେବେ। ତେଣୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ସହଯୋଗ ନିତାନ୍ତ ଆବଶ୍ୟକ। ନେରେଡ଼ି ବ୍ୟାରେଜକୁ ନେଇ ସୁପ୍ରିମକୋର୍ଟରେ ମଧ୍ୟ ମାମଲା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri