ନେଟ୍‌ ପ୍ରତ୍ୟକ୍ଷ ଟିକସ ଆଦାୟ ୩୧% କମିଲା

 

ନୂଆଦିଲ୍ଲୀ: ଚଳିତ ଆର୍ଥତ୍କ ବର୍ଷ ଏପ୍ରିଲରୁ ଅଗଷ୍ଟ ମାସ ମଧ୍ୟରେ ନେଟ୍‌ ପ୍ରତ୍ୟକ୍ଷ ଟିକସ ସଂଗ୍ରହ ୩୧.୧% ହ୍ରାସ ଘଟିଛି। ଏହି ଅବଧିରେ ୧.୯୨ ଲକ୍ଷ କୋଟି ଟଙ୍କାର ଟିକସ ଆଦାୟ କରିବାକୁ ସରକାର ସକ୍ଷମ ହୋଇଥିବା ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ଲୋକ ସଭାକୁ ସୂଚନା ଦେଇଛନ୍ତି। ୨୦୧୮-୧୯ ଆର୍ଥତ୍କ ବର୍ଷର ଏହି ସମୟ ମଧ୍ୟରେ ୨.୭୯ ଲକ୍ଷ କୋଟି ଟଙ୍କାର ପ୍ରତ୍ୟକ୍ଷ ଟିକସ ସଂଗ୍ରହ ହୋଇଥିଲା। ସେହିଭଳି ଚଳିତ ଆର୍ଥତ୍କ ବର୍ଷ ଏପ୍ରିଲ-ଅଗଷ୍ଟ ସମୟରେ ପରୋକ୍ଷ ଟିକସ ସଂଗ୍ରହ ୧୧.୨୩% ହ୍ରାସ ଘଟି ୩.୪୨ ଲକ୍ଷ କୋଟି ଟଙ୍କା ରହିଛି। ଗତ ବର୍ଷ ସମାନ ସମୟ ଅବଧିରେ ୩.୮୬ ଲକ୍ଷ କୋଟି ଟଙ୍କାର ଟିକସ ପରୋକ୍ଷ ସଂଗ୍ରହ ହୋଇଥିଲା।
ଲୋକ ସଭାରେ ଲିଖିତ ଉତ୍ତରରେ ଠାକୁର କହିଛନ୍ତି ଯେ, ଚଳିତ ଆର୍ଥତ୍କ ବର୍ଷରେ ହାରାହାରି ଜିଏସ୍‌ଟି ସଂଗ୍ରହରେ କ୍ରମାଗତ ଭାବେ ହ୍ରାସ ଘଟି ଚାଲିଛି। ଗତ ବର୍ଷ ତୁଳନାରେ ଜିଏସ୍‌ଟି ସଂଗ୍ରହ ଆଖିଦୃଶିଆ ହୋଇ ପାରୁନାହିଁ। କୋଭିଡ ଲାଗି ବଜାର କ୍ଷତିଗ୍ରସ୍ତ ହୋଇଥିବାରୁ ଲକ୍‌ଡାଉନରେ ଟିକସଦାତା ବିଭିନ୍ନ ସମସ୍ୟା ସାମ୍ନା କରୁଥିବାରୁ ସରକାର ଟିକସ କ୍ଷେତ୍ରରେ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ସୁଧଛାଡ, ବିଳମ୍ବ ଦେୟ ଏବଂ ରିଟର୍ନ ଫାଇଲିଂ ସୀମାକୁ ବଢାଯାଇଥିବା ସେ ସ୍ପଷ୍ଟ କରିଛନ୍ତି।
ସେ ଆହୁରି କହିଛନ୍ତି ଯେ, ଟିକସ ଅନୁପାଳନକୁ ବଢାଇବା ଦିଗରେ ସରକାର ନିରନ୍ତର ପ୍ରକ୍ରିୟା ଜାରି ରଖିଛନ୍ତି। ସିଷ୍ଟମ ଭିତ୍ତିକ ଆନାଲିଟିକାଲ ଟୁଲ୍‌, ସିଷ୍ଟମ ଜେନେରେଟେଡ ରେଡ ଫ୍ଲାଗ ରିପୋର୍ଟ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସ୍ତରର ଟିକସ କର୍ତ୍ତୃପକ୍ଷଙ୍କୁ ସହ ବିନିମୟ ହେଉଛି। ଟିକସ ଠକେଇକୁ ରୋକିବା ଲାଗି କେନ୍ଦ୍ର ସରକାର କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଥିବା ଠାକୁର ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

ରିଲାଏନ୍ସ ଜିଓର ନେଟ ଲାଭ ୨୦,୪୬୬ କୋଟି

ନୂଆଦିଲ୍ଲୀ,୨୩।୪: ଦେଶର ସର୍ବବୃହତ୍‌ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ତଥା ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୩ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ, ଜାଣନ୍ତୁ ବଜାର ଦାମ୍

ନୂଆଦିଲ୍ଲୀ, ୨୨।୪: ନିକଟ ଅତୀତରେ ଭାରତରେ ସୁନା ଓ ରୂପା ମୂଲ୍ୟରେ ବହୁତ ବୃଦ୍ଧି ଘଟିଛି। କିନ୍ତୁ ସୋମବାର ଏଥିରେ କିଛି ମାତ୍ରାରେ ହ୍ରାସ ପାଇଛି।...

ସର୍ବୋତ୍ତମ ପ୍ରଯୁକ୍ତିକୁ ଗୁରୁତ୍ୱ

ଭୁବନେଶ୍ୱର,୨୨ା୪: ବ୍ରିଜ୍‌ଷ୍ଟୋନ୍‌ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ନୂତନ ଉତ୍ପାଦ ‘ତୁରଞ୍ଜା ୬ଆଇ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଯାତ୍ରୀବାହୀ ଯାନ ସେଗ୍‌ମେଣ୍ଟ ପାଇଁ ବ୍ରାଣ୍ଡ୍‌...

ଶ୍ରୀଲେଦର୍ସ ପ୍ରତିଷ୍ଠାତାଙ୍କ ପ୍ରତିମୂର୍ତ୍ତି ଅନାବରଣ

ଭୁବନେଶ୍ୱର,୨୨ା୪: ଦେଶର ପ୍ରମୁଖ ସୁଜ୍‌ ବ୍ରାଣ୍ଡ୍‌ ଶ୍ରୀଲେଦର୍ସର ପ୍ରତିଷ୍ଠାତା ତଥା ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ସ୍ବର୍ଗତ ସୁରେଶ ଚନ୍ଦ୍ର ଦେଙ୍କର ୧୧୩ତମ ଜନ୍ମବାର୍ଷିକୀ ରବିବାର ପାଳିତ...

ଶପର୍ସ ଷ୍ଟପ୍‌ ସହ ଆକ୍ସିସ ବ୍ୟାଙ୍କର ସହଭାଗିତା

ଭୁବନେଶ୍ୱର,୨୨ା୪: ଆକ୍ସିସ୍‌ ବ୍ୟାଙ୍କ ଏବଂ ଶପର୍ସ ଷ୍ଟପ୍‌ସ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ନିକଟରେ ସ୍ଥାପନ ହୋଇଛି। ଏପରିକି ଉଭୟ ସଂସ୍ଥାର ମିଳିତ ସହଭାଗିତାରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri