Posted inଜାତୀୟ

ନିଟ୍‌ ଅନିୟମିତତା ମାମଲା: ପେପର୍‌ ଲିକ୍‌ ହୋଇଥିବା ମାନିଲେ ପରିକ୍ଷାର୍ଥୀ

ନୂଆଦିଲ୍ଲୀ,୨୦।୬: ନିଟ୍‌ ପରୀକ୍ଷା ଅନିୟମିତତାକୁ ନେଇ ବଡ଼ ଧରଣର ଖୁଲାସା ହୋଇଛି। ଏହି ମାମଲାରେ ଗିରଫ ହୋଇଥିବା ନିଟ୍‌ ପରୀକ୍ଷାର୍ଥୀ ଅନୁରାଗ ୟାଦବ ପ୍ରଶ୍ନପତ୍ର ଲିକ୍‌ ନେଇ ବଡ଼ ଖୁଲାସା କରିଛନ୍ତି। ସେ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ସ୍ବୀକାର କରିଛନ୍ତି।

ବିହାରର ଦାନାପୁର ନଗର ପରିଷଦର ୨୨ବର୍ଷିୟ ୟାଦବ ଏକ ଜାତୀୟ ଗଣମାଧ୍ୟମକୁ କହିଛନ୍ତି, ତାଙ୍କୁ ଲିକ୍‌ ପ୍ରଶ୍ନପତ୍ର ମିଳିଥିଲା। ଯାହା କି, ନିଟ୍‌ର ବାସ୍ତବିକ ପ୍ରଶ୍ନପତ୍ର ସହ ପୁରା ସମାନ ଥିଲା। ୟାଦବ ଏପରି ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଏକ ସ୍ବିକାରୋକ୍ତି ପତ୍ର ଦେଇଛନ୍ତି। ଯେଉଁଥିରେ ତାଙ୍କର ହସ୍ତାକ୍ଷର ବି ରହିଛି। ଯାହା ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ସେ ଏହି ସ୍ବିକାରୋକ୍ତିରେ କହିଛନ୍ତି, ତାଙ୍କ ସମ୍ପର୍କୀୟ ସିକନ୍ଦର ପ୍ରସାଦ ୟାଦବେନ୍ଦୁ ଏହି ଲିକ୍‌ ପେପର୍‌ର ସବୁ ବ୍ୟବସ୍ଥା କରିଥିଲେ।

Confession letter by Anurag Yadav (Credits: India Today)

ସୂଚନାଥାଉ କି, ଡାକ୍ତରୀ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଉଦ୍ଦିଷ୍ଟ ଏନଇଇଟି-ୟୁଜି ପରୀକ୍ଷା ଗତ ମେ’ ୫ରେ ଅନୁଷ୍ଠିତ ହୋଇଥିଲା। ଦେଶର ପ୍ରାୟ ୨୪ ଲକ୍ଷ ଛାତ୍ରୀଛାତ୍ର ୪,୭୫୦ ସେଣ୍ଟରରେ ଏହି ପ୍ରବେଶିକା ପରୀକ୍ଷା ଦେଇଥିଲେ। ୬୭ ଜଣ ପରୀକ୍ଷାର୍ଥୀଙ୍କୁ ସର୍ବୋଚ୍ଚ ନମ୍ବର ଦିଆଯାଇ ର଼୍ୟାଙ୍କ ଓ୍ବାନରେ ସ୍ଥାନିତ କରାଯାଇଥିଲା। ହରିୟାଣାର ଗୋଟିଏ ପରୀକ୍ଷା କେନ୍ଦ୍ରର ୬ ଜଣ ପିଲା ସର୍ବୋଚ୍ଚ ନମ୍ବର ରଖିଥିଲେ। କେତେକ ପରୀକ୍ଷା କେନ୍ଦ୍ରର ଛାତ୍ରୀଛାତ୍ରଙ୍କୁ ଅତ୍ୟଧିକ ଗ୍ରେସ୍‌ ମାର୍କ ଦିଆଯିବା ପରେ ସେମାନଙ୍କ ନମ୍ବର ୧୦୦% ରହିଥିଲା, ଯାହାକୁ ନେଇ ପ୍ରଶ୍ନ ଉଠିଛି। ସାନି ପରୀକ୍ଷା ଦାବିରେ ଛାତ୍ରୀଛାତ୍ର ଓ ସେମାନଙ୍କ ଅଭିଭାବକ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ପରୀକ୍ଷା ଅନିୟମିତତାକୁ ବିରୋଧକରି ବିଭିନ୍ନ ରାଜ୍ୟରେ ଆନ୍ଦୋଳନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri