ନେଟ୍‌ସେବା ବନ୍ଦ: ଛାତ୍ରୀଛାତ୍ର ହଇରାଣ

ସମ୍ବଲପୁର,୨୧।୪: (ବ୍ୟୁରୋ) ସମ୍ବଲପୁର ନାଗରିକ କଲ୍ୟାଣ ସମିତି ସଦସ୍ୟମାନେ ସମ୍ବଲପୁର ଉତ୍ତରାଞ୍ଚଳ ରାଜସ୍ବ କମିଶନର ଡ. ସୁରେଶ ଚନ୍ଦ୍ର ଦଳେଇଙ୍କୁ ଭେଟି ଦାବି ପତ୍ର ଦେଇଛନ୍ତି। ସମ୍ବଲପୁରରେ ହୋଇଥିବା ହିଂସା ଘଟଣା ପରେ ସହର ଅଶାନ୍ତ ହୋଇପଡିଛି। ନେଟ୍‌ସେବା ବନ୍ଦ ଯୋଗୁ ବିଶେଷ କରି ଶିକ୍ଷା ନଗରୀ ଭାବେ ପରିଚିତ ସମ୍ବଲପୁରର ଛାତ୍ରୀଛାତ୍ରମାନେ ହଇରାଣ ହେଉଛନ୍ତି। ଏଠାରେ ଆଇଆଇଏମ୍‌, ମେଡିକାଲ କଲେଜ, ଜିଏମ୍‌ୟୁ, ଏସ୍‌ୟୁ ଭଳି ୫ରୁ ଊର୍ଦ୍ଧ୍ୱ ବିଶ୍ୱବିଦ୍ୟାଳୟ ରହିଛି। ଏହା ସହ ଅଗ୍ରଣୀ ଶିକ୍ଷା ଅନୁଷ୍ଠାନ ରହିଛି। ଏସବୁରେ ହଜାର ସଂଖ୍ୟାରେ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ନେଟ୍‌ ସେବା ବନ୍ଦ ଯୋଗୁ ସେମାନେ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏବେ ପରିସ୍ଥିତି ସ୍ବାଭାବିକ ହେଉଥିବା ମନେ ହେଉଛି । ତେଣୁ ନେଟ୍‌ସେବା କୋହଳ କରିବା ଦିଗରେ ପଦକ୍ଷେପ ଗ୍ରହଣ କରାଯାଉ। ଏହାସହ ଏହି ଘଟଣାରେ ଯେଉଁମାନଙ୍କ ସମ୍ପୃକ୍ତି ରହିଛି ସେମାନଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ବୋଲି ସମିତି ସଦସ୍ୟ ଦାବି କରିଥିଲେ। ଶାନ୍ତି ଫେରାଇ ଆଣିବାରେ ଯାହା ପଦକ୍ଷେପ ଗ୍ରହଣ କରାଯିବ ସେଥିରେ ସମିତି ସହଯୋଗ କରୁଛି ବୋଲି ଆଲୋଚନା କରିଥିଲେ। ସମିତିର ମହେନ୍ଦ୍ର ମିଶ୍ର, ଡାକ୍ତର ସଞ୍ଜୀବ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri