ନେତାଜୀ ବସ୍‌ ଟର୍ମିନାଲ ନିର୍ମାଣରେ ସ୍ଥଗିତାଦେଶ

କଟକ ଅଫିସ୍‌, ୩।୨: କଟକ ଖାନ୍‌ନଗରଠାରେ ନିର୍ମାଣ ହେବାକୁ ଥିବା ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲ୍‌ ପ୍ରକଳ୍ପ ନିର୍ମାଣରେ ଲାଗିଛି ରୋକ୍‌। ପ୍ରସ୍ତାବିତ ୧୨ଏକର ପରିମିତ ବସ୍‌ ଟର୍ମିନାଲ ପ୍ରକଳ୍ପ ମଧ୍ୟରେ ଥିବା କାଳୀ ମନ୍ଦିରକୁ ନ ଭାଙ୍ଗିବା ପାଇଁ ମଙ୍ଗଳବାର ହାଇକୋର୍ଟ ସ୍ଥଗିତାଦେଶ ଦେଇଛନ୍ତି। ସ୍ଥାନୀୟ କେତେଜଣ ବାସିନ୍ଦାଙ୍କ ଦ୍ୱାରା କରାଯାଇଥିବା ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ଅଦାଲତ ସ୍ଥାନୀୟ ପ୍ରଶାସନକୁ ଉକ୍ତ ପ୍ରକଳ୍ପ ସ୍ଥାନ ଉପରେ ଥିବା ମନ୍ଦିରର ସମସ୍ତ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଉପରେ ସ୍ଥିତାବସ୍ଥା ଜାରି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଗତ ୨୩ତାରିଖ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖାନ୍‌ନଗରଠାରେ ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲର ଶିଳାନ୍ୟାସ କରିଥିଲେ। ୬୫କୋଟି ଟଙ୍କା ବ୍ୟୟରେ ଏହି ପ୍ରକଳ୍ପ ନିର୍ମାଣ କରାଯିବା ପାଇଁ ବ୍ୟୟ ଅଟକଳ କରାଯାଇଛି। ଏଥିରେ ଯାତ୍ରୀମାନଙ୍କ ପାଇଁ ବିଭିନ୍ନ ଅତ୍ୟାଧୁନିକ ସୁବିଧା ବ୍ୟବସ୍ଥା ରହିବା ସହ ୩ମହଲା ବିଶିଷ୍ଟ ଟର୍ମିନାଲ ରହିବ। ଏକକାଳୀନ ୧୮୦ ବସ୍‌, ୨୪୭ ଗାଡ଼ି ପାର୍କିଂ, ଗାଡ଼ି ମରାମତି ଏବଂ ରକ୍ଷଣାବେକ୍ଷଣ ସୁବିଧା ମଧ୍ୟ ଉପଲବ୍ଧ ହୋଇପାରିବ। ଏବେ ହାଇକୋର୍ଟ ବସ୍‌ ଟର୍ମିନାଲ୍‌ ଉପରେ ସ୍ଥଗିତାଦେଶ ଜାରି କରିବା ପରେ ଏହାର ଭବିଷ୍ୟତ ନିର୍ମାଣ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପ୍ରକାଶ ଯେ, ଗତ ସପ୍ତାହରେ କଟକ ଏମ୍‌ପି ଭର୍ତ୍ତୃହରି ମହତାବ ବସ୍‌ ଟର୍ମିନାଲ ପ୍ରକଳ୍ପକୁ ନେଇ ପ୍ରଶ୍ନ ଉଠାଇଥିଲେ। ଖାନ୍‌ନଗରରେ ବସ୍‌ ଟର୍ମିନାଲ ପ୍ରକଳ୍ପ ନିର୍ମାଣ କରିବା ନେଇ ନିଷ୍ପତ୍ତି ରାଜ୍ୟ ସଚିବାଳୟରେ ନିଆଯାଇଛି। ଏହି ନିଷ୍ପତ୍ତି ନେବା ସମୟରେ ସ୍ଥାନୀୟ ଏମ୍‌ପି ଭାବରେ ତାଙ୍କର ମତାମତ ନିଆଯାଇ ନ ଥିଲା। ପ୍ରସ୍ତାବିତ ସ୍ଥାନରେ ବସ୍‌ ଟର୍ମିନାଲ୍‌ ନିର୍ମାଣ କରାଗଲେ ମନ୍ଦିର ସହ ଏକ ବୃହତ୍‌ ଗ୍ରନ୍ଥାଗାର ଏବଂ ପଡ଼ିଆ ଉଚ୍ଛେଦ ହେବ। ଏପରି କି ଏହି ପ୍ରକଳ୍ପ ନିମନ୍ତେ ସ୍ଥାନୀୟ ଲୋକଙ୍କ ମତାମତ ମଧ୍ୟ ନିଆଯାଇ ନ ଥିବା ଭର୍ତ୍ତୃହରି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ଜଙ୍ଗଲରେ ବଣଭୋଜି ବେଳେ କାଳବୈଶାଖୀର କୋପ: ଗଛ ଡାଳ ପଡ଼ି ଆଖି ବୁଜିଲେ ମହିଳା, ସ୍ତବ୍ଧ ପରିବାର

କୋରାପୁଟ,୧୦।୬ (ଅମିତାଭ ବେହେରା): କୋରାପୁଟରେ ବଣଭୋଜି ବେଳେ ଏକ ଦୁଃଖଦ ଅଘଟଣ ଘଟିଛି। କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବହିବା ସମୟରେ ଗଛର ଏକ ବଡ଼ ଡାଳ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଦିଗପହଣ୍ଡି ସହରର ବିକାଶ-ଡ୍ରେନେଜ୍‌ ବ୍ୟବସ୍ଥା: ୫୦ ବର୍ଷର ମାଷ୍ଟର ପ୍ଲାନ୍‌ ପାଇଁ ବ୍ରହ୍ମପୁର MPଙ୍କ ନିର୍ଦ୍ଦେଶ, ଗଠନ ହେଲା…

ଦିଗପହଣ୍ଡି, ୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଆଗାମୀ ୫୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏକ ସୁଚିନ୍ତିତ ମାଷ୍ଟର ପ୍ଲାନ୍ ଓ ସୁଦୃଢ଼…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ଦିଗପହଣ୍ଡିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ପ୍ରସ୍ତୁତି ବୈଠକ: ବାର୍ଷିକ ସମ୍ମିଳନୀ ପାଇଁ ଗଠନ ହେଲା ୧୫ ଜଣିଆ କମିଟି

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଂଘର ବାର୍ଷିକ ସମ୍ମିଳନୀ ପାଇଁ ପ୍ରସ୍ତୁତି ସଭା ବୁଧବାର ଅନୁଷ୍ଠିତ ହୋଇଥିଲା। ସଂଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri