ଖାନ୍‌ନଗରରେ ନିର୍ମାଣ ହେବ ବିଶ୍ୱସ୍ତରୀୟ ‘ନେତାଜୀ ବସ୍‌ ଟର୍ମିନାଲ’: ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

କଟକ ଅଫିସ,୨୩।୧: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଖାନ୍‌ନଗର ଅଞ୍ଚଳର ୧୨ ଏକର ପରିମିତ ଜମିରେ ନିର୍ମାଣ ହେବାକୁ ଥିବା ଅତ୍ୟାଧୁନିକ ବସ୍‌ ଟର୍ମିନାଲର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ଶନିବାର ଆୟୋଜିତ ସମାରୋହରେ ସେ ନେତାଜୀଙ୍କ ବଳିଦାନକୁ ମନେ ପକାଇଛନ୍ତି। ଟର୍ମିନାଲଟି ବିଶ୍ୱସ୍ତରୀୟ ହେଉଥିବାରୁ ଏଠାରେ ନେତାଜୀଙ୍କ ଆଦର୍ଶର ପ୍ରଚାର ହେବା ପାଇଁ ସମସ୍ତ ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ପ୍ରକାଶ ଯେ, ଉକ୍ତ ବସ୍‌ଷ୍ଟାଣ୍ଡରେ ଯାତ୍ରୀମାନଙ୍କ ନିମନ୍ତେ ଅତ୍ୟାଧୁନିକ ସୁବିଧା ଉପଲବ୍ଧ ହେବ। ବସ୍‌ଷ୍ଟାଣ୍ଡକୁ ଲାଗି କରି ଥିବା ରିଂ ରୋଡକୁ ୨ କିମି ପର୍ଯ୍ୟନ୍ତ ସମ୍ପ୍ରସାରଣ କରାଯାଇ ୬ ଲେନ୍‌ ବିଶିଷ୍ଟ କରାଯିବ। ଏହି ପ୍ରକଳ୍ପକୁ ଦେଢ଼ ବର୍ଷ ମଧ୍ୟରେ ଶେଷ ହେବାକୁ ଯୋଜନା ରହିଛି। ଟର୍ମିନାଲ ପାଇଁ ୬୫ କୋଟି ଟଙ୍କା ରାଜ୍ୟ ସରକାର ଖର୍ଚ୍ଚ କରିବେ। ଏଠାରେ ୧୮୦ ବସ୍‌ ପାର୍କିଂର ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। ରାଜ୍ୟ ସରକାରଙ୍କ ଅର୍ବାନ ଡିପାର୍ଟମେଣ୍ଟ ପକ୍ଷରୁ ଏହାର ବ୍ୟୟବରାଦ କରାଯାଇଥିବା ବେଳେ ଏହାର ପରିଚାଳନା ଦାୟିତ୍ୱ ସିଡିଏକୁ ଦିଆଯିବାକୁ ସ୍ଥିର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri