ଖାନ୍‌ନଗରରେ ନିର୍ମାଣ ହେବ ବିଶ୍ୱସ୍ତରୀୟ ‘ନେତାଜୀ ବସ୍‌ ଟର୍ମିନାଲ’: ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

କଟକ ଅଫିସ,୨୩।୧: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଖାନ୍‌ନଗର ଅଞ୍ଚଳର ୧୨ ଏକର ପରିମିତ ଜମିରେ ନିର୍ମାଣ ହେବାକୁ ଥିବା ଅତ୍ୟାଧୁନିକ ବସ୍‌ ଟର୍ମିନାଲର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ଶନିବାର ଆୟୋଜିତ ସମାରୋହରେ ସେ ନେତାଜୀଙ୍କ ବଳିଦାନକୁ ମନେ ପକାଇଛନ୍ତି। ଟର୍ମିନାଲଟି ବିଶ୍ୱସ୍ତରୀୟ ହେଉଥିବାରୁ ଏଠାରେ ନେତାଜୀଙ୍କ ଆଦର୍ଶର ପ୍ରଚାର ହେବା ପାଇଁ ସମସ୍ତ ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ପ୍ରକାଶ ଯେ, ଉକ୍ତ ବସ୍‌ଷ୍ଟାଣ୍ଡରେ ଯାତ୍ରୀମାନଙ୍କ ନିମନ୍ତେ ଅତ୍ୟାଧୁନିକ ସୁବିଧା ଉପଲବ୍ଧ ହେବ। ବସ୍‌ଷ୍ଟାଣ୍ଡକୁ ଲାଗି କରି ଥିବା ରିଂ ରୋଡକୁ ୨ କିମି ପର୍ଯ୍ୟନ୍ତ ସମ୍ପ୍ରସାରଣ କରାଯାଇ ୬ ଲେନ୍‌ ବିଶିଷ୍ଟ କରାଯିବ। ଏହି ପ୍ରକଳ୍ପକୁ ଦେଢ଼ ବର୍ଷ ମଧ୍ୟରେ ଶେଷ ହେବାକୁ ଯୋଜନା ରହିଛି। ଟର୍ମିନାଲ ପାଇଁ ୬୫ କୋଟି ଟଙ୍କା ରାଜ୍ୟ ସରକାର ଖର୍ଚ୍ଚ କରିବେ। ଏଠାରେ ୧୮୦ ବସ୍‌ ପାର୍କିଂର ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। ରାଜ୍ୟ ସରକାରଙ୍କ ଅର୍ବାନ ଡିପାର୍ଟମେଣ୍ଟ ପକ୍ଷରୁ ଏହାର ବ୍ୟୟବରାଦ କରାଯାଇଥିବା ବେଳେ ଏହାର ପରିଚାଳନା ଦାୟିତ୍ୱ ସିଡିଏକୁ ଦିଆଯିବାକୁ ସ୍ଥିର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଲ ହିଡ଼ଦେଇ ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର

ଖୋର୍ଦ୍ଧା,୨୫ା୧୦(ପ୍ରଭାତ ପାଣିଗ୍ରାହୀ): ହାତରେ ବହି, ଆଖିରେ ପଢ଼ିବାର ସ୍ୱପ୍ନ। ହେଲେ ସ୍କୁଲ ଯିବା ବାଟରେ ପାଦେ ପାଦେ ବିପଦ। କେଉଁଠି କାଦୁଅ ଓ ଖାଲଖମା ତ ଆଉ…

ଆଦିବାସୀଙ୍କ ସେବାରେ ନିୟୋଜିତ ଡାକ୍ତର ଏବେ ଜେଲରେ

ଭବାନୀପାଟଣା,୨୫ା୧୦(ଉତ୍ତମ କୁମାର ଦାଶ):ଆଦିବାସୀଙ୍କ ଚିକିତ୍ସା ସେବା ପାଇଁ ମୁମ୍ୱାଇ ଛାଡ଼ି କଳାହାଣ୍ଡିକୁ ଚାଲି ଆସିଥିଲେ ଡାକ୍ତର ରାଣ୍ଡାଲ ସେକ୍ୟୁରା। ଦୁର୍ଗମ ଅଞ୍ଚଳରେ ପହଞ୍ଚତ୍ ମ୍ୟାଲେରିଆ ଓ ଯକ୍ଷ୍ମା…

ଆଜି ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୫।୧୦ (ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ସେ ଅପରାହ୍ନ ୨ଟା ୪୫ ମିନିଟ୍‌ ସମୟରେ ଉତ୍ତରପ୍ରଦେଶର ବାରାଣସୀ…

ଆନ୍ଧ୍ରରେ ମାଡ଼ହେବ ବାତ୍ୟା, ଓଡ଼ିଶାରେ ବର୍ଷା

ଭୁବନେଶ୍ୱର,୨୫ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ଇତିମଧ୍ୟରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ରାତିରେ ଅବପାତରେ ପରିଣତ ହୋଇଛି। ଏହା ଅଧିକ ଘନୀଭୂତ ହୋଇ ରବିବାର…

ବିଶ୍ୱ ରେକର୍ଡ ଭାଙ୍ଗିଲେ ତିଲକ ବର୍ମା, ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ବନିଲେ ନମ୍ବର ୧…

ନୂଆଦିଲ୍ଲୀ, ୨୪।୧୦: ଭାରତୀୟ ଯୁବ କ୍ରିକେଟର୍ ତିଲକ ବର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଏକ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଶନିବାର ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ…

ଭୁବନେଶ୍ୱର କୁମାରଙ୍କ ଜର୍ସି ନମ୍ବର ‘୮୭’ର ରହସ୍ୟ, କ୍ରିକେଟର୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ, ୨୪।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଭୁବନେଶ୍ୱର କୁମାରଙ୍କ ଯାଦୁ ଦେଖିବାକୁ ମିଳିନାହିଁ। ଦୀର୍ଘ ଦିନ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ…

ବୋମା ଖାଇ ୨ ଗୋରୁ ଗୁରୁତର, ତଦନ୍ତ ନିର୍ଦ୍ଦେଶ

ଖମାର,୨୪।୧୦(ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ଖମାର ଥାନା ଅନ୍ତର୍ଗତ ରଜଡ଼ଙ୍ଗ ଗାଁ ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ପାଇଁ ଜଙ୍ଗଲରେ ବିଛାଯାଇଥିବା ବୋମା ଖାଇ ୨ଟି ଗୋରୁ ଶୁକ୍ରବାର…

ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ

ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?