Posted inଜାତୀୟ

ନେତାଜୀଙ୍କ ୨୮ ଫୁଟ ଉଚ୍ଚ ହଲୋଗ୍ରାମ ପ୍ରତିମା ଲୋକାର୍ପିତ…

ନୂଆଦିଲ୍ଲୀ, ୨୩।୧ : ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କର ୧୨୫ ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ଇଣ୍ଡିଆ ଗେଟ୍‌ଠାରେ ୨୮ ଫୁଟ ଉଚ୍ଚ ହଲୋଗ୍ରାମ୍‌ ପ୍ରତିମାର ଲୋକାର୍ପଣ କରିଛନ୍ତି। ରବିବାର ସନ୍ଧ୍ୟା ସାଢ଼େ ୬ଟାରେ ପ୍ରଧାନମନ୍ତ୍ରୀ ଏହି ଡିଜିଟାଲ ପ୍ରତିମାକୁ ଲୋକାର୍ପିତ କରିଛନ୍ତି।

ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ନେତାଜୀ ଦେଶବାସୀଙ୍କ ମଧ୍ୟରେ ସ୍ବାଧୀନତାର ଆତ୍ମ ବିଶ୍ୱାସ ଜାଗ୍ରତ କରାଇଥିଲେ। ସେ ସାହସର ସହିତ ଇଂରେଜ ସରକାରଙ୍କୁ ଜବାବ ଦେଇଥିଲେ ଯେ, ସ୍ବାଧୀନତାକୁ ଭିକ୍ଷା ଭାବେ ଗ୍ରହଣ କରିବି ନାହିଁ। ନେତାଜୀଙ୍କ ଏଭଳି ମନୋଭାବ ଯୁଗଯୁଗ ଧରି ଭାରତବାସୀଙ୍କ ପାଇଁ ପ୍ରେରଣାର ସ୍ରୋତ ପାଲଟି ରହିଥିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ଏହି ପ୍ରତିମା ୩୦,୦୦୦ ଲ୍ୟୁମେନ ୪କେ ପ୍ରୋଜେକ୍ଟର ଦ୍ୱାରା ପରିଚାଳିତ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ୨୦୧୯, ୨୦୨୦, ୨୦୨୧ ଏବଂ ୨୦୨୨ ବର୍ଷ ପାଇଁ ସୁଭାଷ ଚନ୍ଦ୍ର ବୋଷ ବିପର୍ଯ୍ୟୟ ପରିଚାଳନା ପୁରସ୍କାର ମଧ୍ୟ ପ୍ରଦାନ କରିଛନ୍ତି। ସମାରୋହରେ ମୋଟ ୭ ଜଣଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା।

ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଭାରତର ବ୍ୟକ୍ତିବିଶେଷ ତଥା ସଂଗଠନ ଦ୍ୱାରା ଦିଆଯାଇଥିବା ଅମୂଲ୍ୟ ଅବଦାନ ତଥା ନିସ୍ବାର୍ଥପର ସେବାକୁ ସ୍ବୀକୃତି ଦେବା ତଥା ସମ୍ମାନିତ କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ପୁରସ୍କାର ପ୍ରତିଷ୍ଠା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri