ଟ୍ରମ୍ପ୍‌ଙ୍କ ଶାନ୍ତି ପ୍ରସ୍ତାବରେ ନେତାନ୍ୟାହୁ ରାଜି

ଓ୍ବାଶିଂଟନ୍‌, ୩୦ା୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଓ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସୋମବାର ହ୍ବାଇଟହାଉସରେ ପରସ୍ପରକୁ ଭେଟିଛନ୍ତି। ଟ୍ରମ୍ପ୍‌ ଦ୍ୱିତୀୟ ଥର ରାଷ୍ଟ୍ରପତି ହେବା ପରେ ଏହା ନେତାନ୍ୟାହୁଙ୍କ ଚତୁର୍ଥ ଆମେରିକା ଗସ୍ତ। ଏହି ଅବସରରେ ଗାଜାରେ ଯୁଦ୍ଧ ବନ୍ଦ ପାଇଁ ଆମେରିକାର ୨୦ ସୂତ୍ରୀ ଯୋଜନାରେ ନେତାନ୍ୟାହୁ ରାଜି ହୋଇଛନ୍ତି। ଏନେଇ ଟ୍ରମ୍ପ୍‌ ଘୋଷଣା କରିବା ସହ ନେତାନ୍ୟାହୁଙ୍କୁ ଧନ୍ୟବାଦ ଦେଇଛନ୍ତି। ଯୁଦ୍ଧ ବନ୍ଦ ପାଇଁ ଆମେରିକାର ଉକ୍ତ ପ୍ରସ୍ତାବରେ ହମାସ ମଧ୍ୟ ସହମତି ଦେଖାଇବ ବୋଲି ସେ ଆଶା ପ୍ରକାଶ କରିଛନ୍ତି। ତେବେ ଆମେରିକାର ପ୍ରସ୍ତାବକୁ ହମାସ ପ୍ରତ୍ୟାଖ୍ୟାନ କଲେ ଏହାକୁ ଧ୍ୱଂସ କରିବାରେ ଆମେରିକା ଇସ୍ରାଏଲକୁ ପୂର୍ଣ୍ଣ ସମର୍ଥନ କରିବ ବୋଲି ଟ୍ରମ୍ପ୍‌ ହମାସକୁ ଚେତାବନୀ ଦେଇ କହିଛନ୍ତି। ଆମେରିକାର ଗାଜା ଶାନ୍ତି ଯୋଜନାରେ ନେତାନ୍ୟାହୁ ରାଜି ହେବା ଗାଜାରେ ଶାନ୍ତି ସ୍ଥାପନ ଦିଗରେ ଏକ ଉଲ୍ଲେଖଯୋଗ୍ୟ ସଫଳତା ବୋଲି ଟ୍ରମ୍ପ୍‌ କହିଛନ୍ତି। ତେବେ ଏହି ଆଲୋଚନା ସମୟରେ ନେତାନ୍ୟାହୁ ହ୍ବାଇଟ ହାଉସରୁ କାତାର ପ୍ରଧାନମନ୍ତ୍ରୀ ଶେଖ୍‌ ମହମ୍ମଦ ବିନ୍‌ ଅବଦୁଲ ରହମାନ ଅଲ୍‌-ଥାନୀଙ୍କୁ ଫୋନ୍‌ କରି ଗତ ସେପ୍ଟେମ୍ବର ୯ରେ ଇସ୍ରାଏଲ ପକ୍ଷରୁ ଦୋହାରେ କରାଯାଇଥିବା ଆକ୍ରମଣ ପାଇଁ କ୍ଷମା ମାଗିଥିବା ନେଇ ରଏଟର୍ସରେ ରିପୋର୍ଟ ପ୍ରକାଶ ପାଇଛି। କାତାରର ସାର୍ବଭୌମତ୍ୱକୁ ଉଲ୍ଲଂଘନ କରିଥିବାରୁ ନେତାନ୍ୟାହୁ ଦୁଃଖ ପ୍ରକାଶ କରିବା ସହ ଭବିଷ୍ୟତରେ ଇସ୍ରାଏଲ ଏପରି ଆକ୍ରମଣ କରିବ ନାହିଁ ବୋଲି କାତାର ପ୍ରଧାନମନ୍ତ୍ରୀଙ୍କୁ ପ୍ରତିଶ୍ରୁତି ଦେଇଥିବା ରିପୋର୍ଟରେ କୁହାଯାଇଛି। ପ୍ରକାଶ ଯେ, ଗତ ୯ରେ କାତାରର ରାଜଧାନୀ ଦୋହାରେ ଇସ୍ରାଏଲ ହମାସର ବରିଷ୍ଠ ନେତାଙ୍କୁ ଟାର୍ଗେଟ କରି ଏୟାର ଷ୍ଟ୍ରାଇକ୍‌ କରିଥିଲା, ଯେଉଁଥିରେ ୫ ହମାସ ସଦସ୍ୟ ଏବଂ କାତାରର ଜଣେ ସୁରକ୍ଷା ଅଧିକାରୀଙ୍କର ମୃତ୍ୟୁ ଘଟିଥିଲା। ଏହି ଆକ୍ରମଣ ପରେ ଆମେରିକା ସହ ଇସ୍ରାଏଲର ସମ୍ପର୍କରେ ତୀକ୍ତତା ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

ଯୁଦ୍ଧ ମଧ୍ୟରେ ଇରାନକୁ ସାହାଯ୍ୟ କଲା ଭାରତ: ଯୁଦ୍ଧଜାହାଜକୁ…

ତେହରାନ,୭।୩: ତେହରାନର ଅନୁରୋଧରେ ଭାରତ ଏକ ଇରାନୀ ଯୁଦ୍ଧଜାହାଜକୁ ଦକ୍ଷିଣ କୋଚି ବନ୍ଦରରେ ଡକିଂ କରିବାକୁ ଅନୁମତି ଦେଇଛି ଏବଂ ଜାହାଜର ୧୮୩ ସଦସ୍ୟ ବିଶିଷ୍ଟ କର୍ମଚାରୀଙ୍କୁ…

ମା’ ସମଲେଶ୍ୱରୀଙ୍କ ପୀଠରେ ଅପବିତ୍ର କାର୍ଯ୍ୟ: ଦୀପଘର ପଛପଟେ ଜମୁଥିଲା…

ସମ୍ବଲପୁର,୭ା୩(ପ୍ରମୋଦ ବହିଦାର):ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର ପରିସର ଅସାମାଜିକ କାର୍ଯ୍ୟର ପେଣ୍ଠସ୍ଥଳୀ ପାଲଟିଥିବା ଅଭିଯୋଗ ହୋଇଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭକ୍ତି ଓ ବିଶ୍ୱାସର ପ୍ରତୀକ…

ଓଡ଼ିଶାର ଏହି ୩ ନେତାଙ୍କ ସହ ରୁଦ୍ଧଦ୍ୱାର ବୈଠକ କଲେ ଶାହା: ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଳମ୍ବିତ ସାରେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ବିଭିନ୍ନ ସରକାରୀ…

ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…

ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍‌କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର…

ବୃହତ୍‌ ବିଜୟ ଦିଗରେ ଆର୍‌ଏସ୍‌ପି: ୬ ମାସ ପରେ…

କାଠମାଣ୍ଡୁ,୭ା୩(ପି.ଟି.):ଗତବର୍ଷ ସେପ୍ଟେମ୍ବରରେ ନେପାଳରେ ହିଂସାତ୍ମକ ଜେନ୍‌ ଜି ଆନ୍ଦୋଳନ ଯୋଗୁ କେ.ପି. ଶର୍ମା ଓଲିଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରର ପତନ ଘଟିଥିଲା। ଏହାର ୬ ମାସ ପରେ…

ଇରାନ୍‌ର ଆତ୍ମସମର୍ପଣ ଲୋଡ଼ିଲେ ଟ୍ରମ୍ପ୍‌

ଓ୍ବାଶିଂଟନ୍‌/ଦୁବାଇ,୭ା୩: ଇରାନ୍‌ ବିରୋଧୀ ଯୁଦ୍ଧ ଦ୍ୱିତୀୟ ସପ୍ତାହରେ ପ୍ରବେଶ କରିଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଶୁକ୍ରବାର ଇରାନ୍‌ର ନିଃସର୍ତ୍ତ ଆତ୍ମସମର୍ପଣ ଦାବି କରିଛନ୍ତି। ତେହରାନ୍‌ ଆତ୍ମସମର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri