ଇସ୍ରାଏଲ୍‌ରେ ନୂଆ ସରକାର ଗଢ଼ିଲେ ନେତାନ୍ୟାହୁ

ଜେରୁଜେଲମ୍‌,୨୩ା୧୨:ଇସ୍ରାଏଲ୍‌ର ବରିଷ୍ଠ ନେତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ ନୂଆ ସରକାର ଗଢ଼ିବାରେ ସଫଳ ହୋଇଛନ୍ତି। ଏ ସମ୍ପର୍କରେ ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିବୃତିରେ କୁହାଯାଇଛି। ସେ ବୁଧବାର ରାଷ୍ଟ୍ରପତି ଆଇଜାକ୍‌ ହେର୍‌ଜୋଗ୍‌ଙ୍କ ସହ ସରକାର ଗଠନ ନେଇ ଆଲୋଚନା କରିଥିଲେ। ଗତ ନଭେମ୍ବରରେ ଅନୁଷ୍ଠିତ ନିର୍ବାଚନରେ ଦକ୍ଷିଣପନ୍ଥୀ ରକ୍ଷଣଶୀଳ ଲିକୁଡ୍‌ ପାର୍ଟି ନେତା ନେତାନ୍ୟାହୁ ସଂଖ୍ୟାଗରିଷ୍ଠ ଆସନରେ ବିଜୟୀ ହୋଇଥିଲେ। ଧର୍ମୀୟ ଜିଓନିଜମ୍‌ ପାର୍ଟି ନେତା ଇତ୍‌ମାର ବେନ୍‌-ଗ୍ବିର୍‌ଙ୍କୁ ଜନସୁରକ୍ଷା ମନ୍ତ୍ରୀ କରାଯାଇଛି। ଇସ୍ରାଏଲ୍‌ ପୋଲିସ ତାଙ୍କ ନିୟନ୍ତ୍ରଣରେ ରହିବ। ନେତାନ୍ୟାହୁ ୧୯୯୬ରୁ ୧୯୯୯ ଏବଂ ୨୦୦୯ରୁ ୨୦୨୧ ପର୍ଯ୍ୟନ୍ତ ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ଥିଲେ। ସରକାର ଗଢ଼ିବା ଲାଗି ଧାର୍ଯ୍ୟ ସମୟସୀମା ଶେଷ ହେବା ପୂର୍ବରୁ ସେ ରାଷ୍ଟ୍ରପତିଙ୍କୁ ନୂଆ ମନ୍ତ୍ରିମଣ୍ଡଳର ତାଲିକା ପ୍ରଦାନ କରିଛନ୍ତି। ଇସ୍ରାଏଲ୍‌ର ୭୪ ବର୍ଷର ଇତିହାସରେ ନେତାନ୍ୟାହୁ ସରକାର ସବୁଠୁ ଦକ୍ଷିଣପନ୍ଥୀ ସରକାର ହେବା ଆଶା କରାଯାଉଛି। କିଛି ସପ୍ତାହର ବୁଝାମଣା ପରେ ସହଯୋଗୀ ଦଳଗୁଡ଼ିକ ସହ ଲିକୁଡ୍‌ ପାର୍ଟି କ୍ଷମତା ବଦଳ ପାଇଁ ରାଜି ହୋଇଥିଲା। ତେବେ ଏନେଇ ଚୂଡ଼ାନ୍ତ ଡିଲ୍‌ର ଆବଶ୍ୟକତା ରହିଛି। ଆସନ୍ତା ସପ୍ତାହରେ ଏହି ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବ ବୋଲି ନେତାନ୍ୟାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri