ନୂଆ ସରକାର ଗଢ଼ିବାରେ ନେତାନ୍ୟାହୁ ବିଫଳ

ଜେରୁଜେଲମ୍‌, ୬।୫(ପି.ଟି.): ଦୀର୍ଘଦିନ ଧରି ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ଥିବା ବେଞ୍ଜାମିନ ନେତାନ୍ୟାହୁ ଧାର୍ଯ୍ୟ ସମୟସୀମା ମଧ୍ୟରାତ୍ର ସୁଦ୍ଧା ନୂଆ ସରକାର ଗଢ଼ିବାରେ ବିଫଳ ହୋଇଛନ୍ତି। ଫଳରେ ତାଙ୍କ ବିରୋଧୀମାନଙ୍କୁ ସରକାର ଗଢ଼ିବା ନେଇ ଏକ ସୁଯୋଗ ମିଳିଯାଇଛି। ୨୦୦୯ରୁ କ୍ଷମତାରେ ଥିବା ୭୧ ବର୍ଷୀୟ ନେତାନ୍ୟାହୁ ଏକାଧିକ ଦୁର୍ନୀତି ମାମଲାରେ ବିଚାରର ସମ୍ମୁଖୀନ ହୋଇଛନ୍ତି। ଗତ ଦୁଇବର୍ଷରେ ସେଠାରେ ୪ ଥର ନିର୍ବାଚନ ହେଲାଣି କିନ୍ତୁ ଫଳାଫଳ ନିର୍ଣ୍ଣାୟକ ହୋଇପାରୁ ନାହିଁ। ଚତୁର୍ଥ ନିର୍ବାଚନରେ କୌଣସି ଦଳ ପକ୍ଷରେ ସ୍ପଷ୍ଟ ମତ ନ ମିଳିବାରୁ ଏକାଠି ସରକାର ଗଢ଼ିବା ପାଇଁ ରାଷ୍ଟ୍ରପତି ରୁଭେନ୍‌ ରିଭ୍‌ଲିନ୍‌ ଏପ୍ରିଲ ୬ରେ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କୁ ଦାୟିତ୍ୱ ଦେଇଥିଲେ। ଏହି ସମୟସୀମା ମଙ୍ଗଳବାର ମଧ୍ୟରାତ୍ରରେ ଶେଷ ହୋଇଯାଇଛି। ଦୀର୍ଘଦିନ ହେଲା ଦେଶରେ ରାଜନୈତିକ ଅଚଳାବସ୍ଥା ଜାରି ରହିଥିବାବେଳେ ମେଣ୍ଟ ସରକାର ଲାଗି ଆଲୋଚନା ଆଗେଇ ପାରିନାହିଁ। ନେତାନ୍ୟାହୁଙ୍କ ଲିକୁଡ୍‌ ପାର୍ଟି ୧୨୦ ଆସନ ବିଶିଷ୍ଟ ପାର୍ଲାମେଣ୍ଟରେ ଏକକ ସଂଖ୍ୟାଗରିଷ୍ଠ ହୋଇଥିଲେ ହେଁ, ସରକାର ଗଠନ ଲାଗି ଆବଶ୍ୟକ ୬୧ ସଦସ୍ୟଙ୍କ ସମର୍ଥନ ଯୋଗାଡ଼ କରିପାରି ନାହିଁ। ଗତ ମାର୍ଚ୍ଚରେ ହୋଇଥିବା ସାଧାରଣ ନିର୍ବାଚନରେ ଲିକୁଡ୍‌ ପାର୍ଟିକୁ ୩୦ ଆସନ ମିଳିଥିଲା। ନେତାନ୍ୟାହୁ ବିଫଳ ହେବା ପରେ ସରକାର ଗଠନ ନେଇ ରାଷ୍ଟ୍ରପତି ଅନ୍ୟ ଦଳର ନେତାମାନଙ୍କ ସହ ଯୋଗାଯୋଗ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri