କ୍ଷମତାରୁ ଯାଇପାରନ୍ତି ନେତାନ୍ୟାହୁ

ଜେରୁଜେଲମ୍‌ , ୧।୬: ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ପଦ ହରାଇପାରନ୍ତି ବେଞ୍ଜାମିନ ନେତାନ୍ୟାହୁ। ବିରୋଧୀ ଦଳଗୁଡ଼ିକ ସହଯୋଗରେ ସରକାର ଗଢ଼ିବା ପାଇଁ ଦାବି ଉପସ୍ଥାପନ କରିବେ ବୋଲି ନେତାନ୍ୟାହୁଙ୍କ ପୂର୍ବତନ ସହଯୋଗୀ ନାଫଟାଲି ବେନ୍ନେଟ୍‌ କହିଛନ୍ତି। ଫଳରେ ଦୀର୍ଘବର୍ଷ ଧରି ଦେଶକୁ ଶାସନ କରିଆସୁଥିବା ନେତାନ୍ୟାହୁ କ୍ଷମତାରୁ ଯାଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ତାଙ୍କ ଦଳ ଲିକୁଡ୍‌ ପାର୍ଟି ଆଗାମୀ ସପ୍ତାହରେ ବିରୋଧୀ ଦଳ ଭୂମିକା ନେଇପାରେ। ବେନ୍ନେଟ ଓ ତାଙ୍କ ନୂଆ ସହଯୋଗୀମାନେ ବିରୋଧୀ ଦଳ ନେତା ୟାଇର ଲାପିଡ୍‌ଙ୍କ ନେତୃତ୍ୱରେ ଏକାଠି ହୋଇଛନ୍ତି। ଗତ ଦୁଇବର୍ଷରେ ଇସ୍ରାଏଲ୍‌ରେ ୪ ଥର ନିର୍ବାଚନ ହେଲାଣି, କିନ୍ତୁ କୌଣସି ଦଳକୁ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ମିଳୁନାହିଁ। ତେଣୁ ୟାଇର ଲାପିଡ୍‌ଙ୍କ ସହ ମିଶି ଜାତୀୟ ଏକତା ସରକାର ଗଠନ ପାଇଁ ଉଦ୍ୟମ ହେଉଛି। ଭଗବାନ ଏହା ଚାହାନ୍ତି। ସମସ୍ତେ ମିଶି ଆମେ ଦେଶକୁ ସଙ୍କଟରୁ ରକ୍ଷା କରିପାରିବା ଓ ପୂର୍ବ ଅବସ୍ଥାକୁ ଫେରାଇ ପାରିବା ବୋଲି ବେନ୍ନେଟ କହିଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri