Posted inଜାତୀୟ

ନେତାନ୍ୟାହୁଙ୍କୁ ବିନା ବିଚାରରେ ଗୁଳି କରିଦେବା ଉଚିତ: କଂଗ୍ରେସ ଏମପିଙ୍କ ବିବାଦୀୟ ମନ୍ତବ୍ୟ…

ଥିରୁଭାନନ୍ତପୁରମ,୧୮।୧୧ : ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ କଂଗ୍ରେସ ଇସ୍ରାଏଲର ଆକ୍ରମଣକୁ ନରସଂହାର ବୋଲି କହିଛି। ଏଥିରେ ପାଲେଷ୍ଟାଇନକୁ ସମର୍ଥନ କରି କଂଗ୍ରେସ ଏକ ବିବୃତ୍ତି ଦେଇଛି। କଂଗ୍ରେସ ଏମପି ରାଜମୋହନ ଉନିଥାନ ଶନିବାର କହିଛନ୍ତି ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ବିନା ବିଚାରରେ ଗୁଳି କରାଯିବା ଉଚିତ।

ପାଲେଷ୍ଟାଇନକୁ ସମର୍ଥନ କରି କେରଳର କାସରଗୋଡରେ ଆୟୋଜିତ ଏକ ରାଲିରେ ସେ ଏଭଳି ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ବିରୋଧରେ ନୁର୍ନବର୍ଗ ମଡେଲକୁ ଦୃଢ଼ ଭାବରେ ସମର୍ଥନ କରିଥିଲେ। ନରସଂହାର ପାଇଁ ଦାୟୀ କରି ନାଜିମାନଙ୍କୁ ନୁର୍ନବଗର୍ର୍ରେ ବିଚାର ଲାଗି ହାଜର କରାଯାଇଥିଲା।

ସେ କହିଛନ୍ତି ଯେଉଁମାନେ ଜେନେଭା କନଭେନଶନ ଅଧୀନରେ ସମସ୍ତ ଚୁକ୍ତି ଭଙ୍ଗ କରିଥିବା ଲୋକଙ୍କ ବିରୋଧରେ କେଊଁ ପଦକ୍ଷେପ ଗ୍ରହଣ କରାଯିବା ଉଚିତ। ଯୁଦ୍ଧ ଅପରାଧରେ ନାଜିମାନଙ୍କୁ ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ନୁର୍ନବର୍ଗରେ ବିଚାର ଲାଗି ହାଜର କରାଯାଇଥିଲା।

ନୁର୍ନବର୍ଗ ମଡେଲ ଅଧୀନରେ ଯୁଦ୍ଧ ଅପରାଧରେ ଅଭିଯୁକ୍ତମାନଙ୍କୁ ବିନା ବିଚାରରେ ଗୁଳି କରାଯାଇଥିଲା। ବର୍ତ୍ତମାନ ସମୟ ଆସିଛି ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ନୁର୍ନବର୍ଗ ମଡେଲ କାର୍ଯ୍ୟକାରୀ କରାଯିବା ଉଚିତ। ଆଜି ବେଞ୍ଜାମିନ ନେତାନ୍ୟାହୁ ଯୁଦ୍ଧ ଅପରାଧୀ ଭାବରେ ବିଶ୍ୱ ସମ୍ମୁଖରେ ଠିଆ ହୋଇଛନ୍ତି। ପାଲେଷ୍ଟାଇନୀୟମାନଙ୍କୁ ସେମାନଙ୍କ ସୈନ୍ୟବାହିନୀ ଦ୍ୱାରା କରାଯାଇଥିବା ଅତ୍ୟାଚାର ପାଇଁ ବିନା ବିଚାରରେ ହତ୍ୟା ନେତାନ୍ୟାହୁଙ୍କୁ ଗୁଳି କରି ହତ୍ୟା କରିବାର ସମୟ ଆସିଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri