ରୁଷିଆରେ ସମସ୍ତ ସେବା ବନ୍ଦ କଲା ନେଟଫ୍ଲିକ୍ସ

ମସ୍କୋ,୭ ।୩: ୟୁକ୍ରେନ୍‌-ରୁଷିଆ ମଧ୍ୟରେ ଯୁଦ୍ଧ ସମଗ୍ର ବିଶ୍ୱକୁ ଚିନ୍ତାରେ ପକାଇ ଦେଇଛି । ଦୀର୍ଘ ୧୨ ଦିନର ଘମାଘୋଟ ଲଢେଇ ଭିତରେ ଛାରଖାର ହୋଇଗଲାଣି ୟୁକ୍ରେନ୍ । ଏପଟେ ରୁଷିଆର ଜିଦ୍ ଯୋଗୁ ଯୁଦ୍ଧ ବେଳକୁ ବେଳ ଆହୁରି ଭୟଙ୍କର ହେବାରେ ଲାଗିଛି । ତେବେ ରୁଷିଆ ଉପରେ ଗୋଟିଏ ପରେ ଗୋଟିଏ ପ୍ରତିବନ୍ଧକ ଲାଗୁଥିବାରୁ ଏହାବି ରୁଷିଆ ପାଇଁ ଚିନ୍ତାର କାରଣ ହେଲାଣି । ମିଳିଥିବା ସୂଚନା ଅନୁଯାୟୀ, ଏବେ ନେଟଫ୍ଲିକ୍ସ ରୁଷିଆରେ ତା’ର ସମସ୍ତ ସେବାକୁ ବନ୍ଦ କରିଦେଇଛି । ତେବେ ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣକୁ ଦେଖି ନେଟଫ୍ଲିକ୍ସ ରୁଷିଆରେ ତା’ର ସମସ୍ତ ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି । ଜଣେ ପ୍ରବକ୍ତା କହିଛନ୍ତି, ୟୁେକ୍ରେନ୍ ମାଟିରେ ରୁଷିଆର ଆକ୍ରମଣକୁ ଦେଖି ଏଭଳି ନିଷ୍ପତ୍ତି ନିଆଯାଇଛି । ସୂଚନାଯୋଗ୍ୟ, ଫେବୃୟାରୀ ୨୪ରୁ ରୁଷିଆ ୟୁକ୍ରେନ୍ ଉପରେ ଆକ୍ରମଣ କରିବା ଫଳରେ ଉଭୟ ପଟରୁ ବହୁ ଧନଜୀବନ କ୍ଷୟକ୍ଷତି ହୋଇ ସାରିଲାଣି । ଯୁଦ୍ଧ ବନ୍ଦ କରିବାକୁ ସାରା ବିଶ୍ୱ ଅପିଲ କରୁଥିବା ବେଳେ ରୁଷିଆ କିନ୍ତୁ ତା’ ଜିଦରୁ ଓହରିବାକୁ ପ୍ରସ୍ତୁତ ନୁହେଁ ।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri