Posted inଖେଳ

ନେଦରଲାଣ୍ଡ ୩୮ ରନରେ ଦକ୍ଷିଣ ଆଫ୍ରିକାକୁ କଲା ପରାଜିତ…

ଧର୍ମଶାଳା,୧୭।୧୦ : ହିମାଚଳପ୍ରଦେଶର ଧର୍ମଶାଳାର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଖେଳା ଯାଉଥିବା ବିଶ୍ୱକପ ୨୦୨୩ର ୧୫ ତମ ମ୍ୟାଚରେ ନେଦରଲାଣ୍ଡ ୩୮ ରନରେ ଦକ୍ଷିଣ ଆଫ୍ରିକାକୁ ପରାଜିତ କରିଛି। ଟସ ଜିତି ଦକ୍ଷିଣ ଆଫ୍ରିକା ଅଧିନାୟକ ଟେମ୍ବା ବେଭୁମା ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବାବେଳେ ନେଦରଲାଣ୍ଡ ଦଳ ବ୍ୟାଟିଂ ଅଧିନାୟକ ସ୍କଟ ଏଡଓ୍ବାଡଙ୍କ ନେତୃତ୍ୱରେ ବ୍ୟାଟିଂ ଆରମ୍ଭ କରିଥିଲେ। ତେବେ ବର୍ଷା ଯୋଗୁ ଖେଳ ୪୩ ଓଭର କରିବାକୁ ମ୍ୟାଚ ଅମ୍ପାୟର ଘୋଷଣା କରିଥିଲେ।
ନେଦରଲାଣ୍ଡ ୪୩ ଓଭରରେ ୮ ଓ୍ବିକେଟ ହରାଇ ୨୪୫ ରନ କରିଥିଲା। ଫଳରେ ଦକ୍ଷିଣ ଆଫ୍ରିକା ପାଇଁ ବିଜୟ ଲକ୍ଷ୍ୟ ୨୪୬ ରନ ରହିଥିଲା। ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ଦକ୍ଷିଣ ଆଫ୍ରିକା ୪୨.୫ ଓଭରରେ ୧୦ ଓ୍ବିକେଟ ହରାଇ ୨୦୭ ରନ କରିଥିଲା।

ଦକ୍ଷିଣ ଆଫ୍ରିକା ପକ୍ଷରୁ ଟେମ୍ବା ବେଭୁମା ୧୬ ରନ କରିଥିବାବେଳେ କ୍ୱିଣ୍ଟୋ ଡି କକ ୨୦, ହେନରିଚ କ୍ଲାସେନ ୨୮,ଡେଭିଡ ମିଲର ୪୩ , ଗେର୍ଲାଡ କୋଟେଜ ୨୨, କେଶବ ମହାରାଜ ୪୦ ରନ କରିଥିଲେ।

ନେଦରଲାଣ୍ଡ ପକ୍ଷରୁ ମାକ୍ସ ଓ ଡାଉଡ ୧୮ ରନ କରିଥିବାବେଳେ କୋଲିନ ଏକେମାନ ୧୩ ରନ, ସିବ୍ରାଣ୍ଡ ଏଞ୍ଜେଲ ବ୍ରେକ୍ଟ ୧୯, ତେଜା ନିଦାମନରୁ ୨୦, ସ୍କଟ ଏଡଓ୍ବାର୍ଡ ୭୮ ,ରୋଏଲଫ ଭାନେଡେର ମେରଓ୍ବେ ୨୯ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡି ଜଙ୍ଗଲରେ କୁଢ଼ କୁଢ଼ ଅଳିଆ: ନାକ ଟେକୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି, ୬।୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିର ପରିବେଶ ଏବେ ଦିନକୁ ଦିନ ଏବେ ବାୟୁ ପ୍ରଦ୍ୟୁଷଣ ସହ ଦୂଷିତ ପରିବେଶ ଦିଗକୁ ଗତି…

RCBର ଚମତ୍କାର ବିଜୟ ପରେ କହୁ କହୁ ଏମିତି କହିଦେଲେ ବିରାଟ କୋହଲି

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ ଫାଇନାଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଜବରଦସ୍ତ ବିଜୟ ପରେ, ପୂର୍ବତନ ପୁରୁଷ ଦଳର ଅଧିନାୟକ ଏବଂ ଷ୍ଟାର ବ୍ୟାଟସମ୍ୟାନ…

ନେତୃତ୍ୱ ଆଶଙ୍କାରେ ବିଜେଡି: କିଏ ହେବେ ଆଗାମୀ ନେତା

ଭୁବନେଶ୍ୱର,୬।୨ (ସୁନିତ୍‌ ମିଶ୍ର):ନିମାପଡ଼ା ନିର୍ବାଚନମଣ୍ଡଳୀରେ ବିଜେଡିର ନେତା କିଏ ହେବେ ତାକୁ ନେଇ ଦଳ ଭିତରେ ବର୍ତ୍ତମାନ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ନିମାପଡ଼ା ବିଧାନସଭା କ୍ଷେତ୍ରରୁ ପ୍ରଭାତୀ…

ଚାଲି ଚାଲି ଶାଶୁଘର ଗାଁ ବୁଲିଲେ ରାଷ୍ଟ୍ରପତି: ପ୍ରୋଟୋକଲ ଭାଙ୍ଗି…

ବାରିପଦା/ ରାଇରଙ୍ଗପୁର, ୬ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ/ ମାନସ ମହାନ୍ତି):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି।  ଶାଶୁଘର ପାହାଡ଼ପୁର ଗ୍ରାମକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ…

ଏଫ୍‌ଆଇଏଚ୍ ପ୍ରୋ-ଲିଗ୍‌: ଭାରତୀୟ ଦଳରେ ୫ ଓଡ଼ିଆ, ରୋଶନ କୁଜୁରଙ୍କୁ ପ୍ରଥମ ଥର ସୁଯୋଗ

ରାଉରକେଲା,୬ା୨: ଫେବ୍ରୁଆରୀ ୧୦ରୁ ୧୫ ପର୍ଯ୍ୟନ୍ତ ରାଉରକେଲାର ବିର୍ସା ମୁଣ୍ଡା ଆନ୍ତର୍ଜାତୀୟ ହକି ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ଏଫ୍‌ଆଇଏଚ୍ ପ୍ରୋ-ଲିଗ୍ (ପୁରୁଷ) ପାଇଁ ହକି ଇଣ୍ଡିଆ…

ସମସ୍ୟା ଘେରରେ ସାହାଜଟ ଆଶ୍ରମ ବିଦ୍ୟାଳୟ: ବାରଣ୍ଡାରେ ବସି ପାଠ ପଢୁଛନ୍ତି ପିଲା

ନୂଆପଡ଼ା,୬ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଜଟଗଡ ପଞ୍ଚାୟତର ସାହାଜଟ ଆଶ୍ରମ ବିଦ୍ୟାଳୟ ସମସ୍ୟାଘେରରେ ଗତିକରୁଛି। ୧୯୫୫ ମସିହାରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ…

ଖଣି ବିଭାଗର ଚଢ଼ାଉ: ୩ ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି): ଖଣି ବିଭାଗ ଥୁଆମୂଳ ରାମପୁର ଅଞ୍ଚଳରେ ଚଢ଼ାଉ କରି ୩ ବାଲି ବୋଝେଇ ହାଇୱା ଜବତ କରିଛି। କଳାହାଣ୍ଡି ଖଣି…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର: ଆବେଦନ ତାରିଖ ବୃଦ୍ଧି

ଭୁବନେଶ୍ୱର,୬ା୨(ସୁଚିସ୍ମିତା ସାହୁ):ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ସମୟସୀମା ବୃଦ୍ଧି କରାଯାଇଛି। ପୂର୍ବରୁ ଏହାକୁ ଫେବୃଆରୀ ୫ ତାରିଖ ଯାଏ ବଢ଼ାଯାଇଥିଲାବେଳେ ଏବେ ଆସନ୍ତା ୧୮ ତାରିଖକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri