Posted inଖେଳ

ନେଦରଲାଣ୍ଡ ୩୮ ରନରେ ଦକ୍ଷିଣ ଆଫ୍ରିକାକୁ କଲା ପରାଜିତ…

ଧର୍ମଶାଳା,୧୭।୧୦ : ହିମାଚଳପ୍ରଦେଶର ଧର୍ମଶାଳାର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଖେଳା ଯାଉଥିବା ବିଶ୍ୱକପ ୨୦୨୩ର ୧୫ ତମ ମ୍ୟାଚରେ ନେଦରଲାଣ୍ଡ ୩୮ ରନରେ ଦକ୍ଷିଣ ଆଫ୍ରିକାକୁ ପରାଜିତ କରିଛି। ଟସ ଜିତି ଦକ୍ଷିଣ ଆଫ୍ରିକା ଅଧିନାୟକ ଟେମ୍ବା ବେଭୁମା ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବାବେଳେ ନେଦରଲାଣ୍ଡ ଦଳ ବ୍ୟାଟିଂ ଅଧିନାୟକ ସ୍କଟ ଏଡଓ୍ବାଡଙ୍କ ନେତୃତ୍ୱରେ ବ୍ୟାଟିଂ ଆରମ୍ଭ କରିଥିଲେ। ତେବେ ବର୍ଷା ଯୋଗୁ ଖେଳ ୪୩ ଓଭର କରିବାକୁ ମ୍ୟାଚ ଅମ୍ପାୟର ଘୋଷଣା କରିଥିଲେ।
ନେଦରଲାଣ୍ଡ ୪୩ ଓଭରରେ ୮ ଓ୍ବିକେଟ ହରାଇ ୨୪୫ ରନ କରିଥିଲା। ଫଳରେ ଦକ୍ଷିଣ ଆଫ୍ରିକା ପାଇଁ ବିଜୟ ଲକ୍ଷ୍ୟ ୨୪୬ ରନ ରହିଥିଲା। ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ଦକ୍ଷିଣ ଆଫ୍ରିକା ୪୨.୫ ଓଭରରେ ୧୦ ଓ୍ବିକେଟ ହରାଇ ୨୦୭ ରନ କରିଥିଲା।

ଦକ୍ଷିଣ ଆଫ୍ରିକା ପକ୍ଷରୁ ଟେମ୍ବା ବେଭୁମା ୧୬ ରନ କରିଥିବାବେଳେ କ୍ୱିଣ୍ଟୋ ଡି କକ ୨୦, ହେନରିଚ କ୍ଲାସେନ ୨୮,ଡେଭିଡ ମିଲର ୪୩ , ଗେର୍ଲାଡ କୋଟେଜ ୨୨, କେଶବ ମହାରାଜ ୪୦ ରନ କରିଥିଲେ।

ନେଦରଲାଣ୍ଡ ପକ୍ଷରୁ ମାକ୍ସ ଓ ଡାଉଡ ୧୮ ରନ କରିଥିବାବେଳେ କୋଲିନ ଏକେମାନ ୧୩ ରନ, ସିବ୍ରାଣ୍ଡ ଏଞ୍ଜେଲ ବ୍ରେକ୍ଟ ୧୯, ତେଜା ନିଦାମନରୁ ୨୦, ସ୍କଟ ଏଡଓ୍ବାର୍ଡ ୭୮ ,ରୋଏଲଫ ଭାନେଡେର ମେରଓ୍ବେ ୨୯ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜସ୍ଥାନର ଅଷ୍ଟମ ବିଜୟ, ସଞ୍ଜୁ ସାମସନ୍‌ଙ୍କ ଅଧିନାୟକ ପାଳି

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ରେ ଶନିବାର ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ୭ ଉଇକେଟରେ ହରାଇ ଅଷ୍ଟମ ବିଜୟ ହାସଲ କରିଛି ରାଜସ୍ଥାନ ରୟାଲ୍ସ। ଟସ୍‌ ହାରି...

ହାଇସ୍କୋରିଂ ମ୍ୟାଚ୍‌ରେ କ୍ୟାପିଟାଲ୍ସ ବିଜୟୀ

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଶନିବାର ଅନୁଷ୍ଠିତ ଡବଲ୍‌ ହେଡରର ହାଇସ୍କୋରିଂ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ୧୦ ରନ୍‌ରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ପ୍ରଥମେ...

ଆଇପିଏଲ୍‌ ୨୦୨୪ର ନୂଆ ହିରୋ ଶଶାଙ୍କ କିଏ? ୧୦୦ ଟେଷ୍ଟ ଖେଳିଥିବା କ୍ରିକେଟର ବି କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୪: ଆଇପିଏଲ୍‌ ୨୦୨୪କୁ ମିଳିଛି ନୂଆ ହିରୋ। ସେ କୌଣସି ବିଦେଶୀ ଖେଳାଳି ନୁହନ୍ତି ବରଂ ପଞ୍ଜାବ କିଙ୍ଗ୍ସର ଅନ୍‌କ୍ୟାପ୍ଡ ଖେଳାଳି ଶଶାଙ୍କ ସିଂ। ଶଶାଙ୍କଙ୍କୁ...

ସେମିରେ ଦୀପିକା କୁମାରୀ

ସାଂଘାଇ, ୨୭ା୪: ମାତୃତ୍ୱ ଲାଭ ପରେ ମଧ୍ୟ ଭାରତର ପୂର୍ବତନ ବିଶ୍ୱର ନମ୍ବର-୧ ତୀରନ୍ଦାଜ ଦୀପିକା କୁମାରୀ ତାଙ୍କ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଏଠାରେ...

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri