Posted inଖେଳ

କ୍ୱାର୍ଟର ଫାଇନାଲରେ ନେଦରଲାଣ୍ଡ୍ସ

ରାଉରକେଲା ଅଫିସ, ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), ୧୭।୧: ଗତ ସଂସ୍କରଣର ରନରଅପ୍‌ ନେଦରଲାଣ୍ଡ୍ସ ପ୍ରଥମ ଦଳ ଭାବେ ଚଳିତ ହକି ବିଶ୍ୱକପ୍‌ର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ପୁଲ୍‌ ସି’ ମ୍ୟାଚ୍‌ରେ ଏହି ଦଳ ନ୍ୟୁଜିଲାଣ୍ଡକୁ ୪-୦ ଗୋଲରେ ହରାଇ କ୍ୱାର୍ଟର ଫାଇନାଲ ଯୋଗ୍ୟତା ପାଇଛି। ୨ ମ୍ୟାଚ୍‌ରୁ ଏହା ଥିଲା ନେଦରଲାଣ୍ଡ୍ସର ଦ୍ୱିତୀୟ ବିଜୟ। ଅନ୍ୟ ଏକ ମ୍ୟାଚ୍‌ରେ ଚିଲିକୁ ୩-୨ ଗୋଲରେ ହରାଇ ମାଲେସିଆ ପଏଣ୍ଟ ଖାତା ଖୋଲିଛି। ନେଦରଲାଣ୍ଡ ୨ ମ୍ୟାଚ୍‌ରୁ ୬ ପଏଣ୍ଟ ପାଇସାରିଥିବାବେଳେ ନ୍ୟୁଜିଲାଣ୍ଡ ଓ ମାଲେସିଆ ୩ ପଏଣ୍ଟ ଲେଖାଏ ହାସଲ କରି ଆପାତତଃ କ୍ରସ୍‌ଓଭର ଖେଳିବା ନିଶ୍ଚିତ କରିଛନ୍ତି। ଚିଲି ଏହାର ୨ଟି ଯାକ ମ୍ୟାଚ୍‌ ହାରିସାରିଥିବାରୁ ଗ୍ରୁପ୍‌ ପର୍ଯ୍ୟାୟରୁ ବିଦାୟ ପଥରେ ରହିଛି।
ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ୍‌ରେ ନେଦରଲାଣ୍ଡ୍ସ ଆରମ୍ଭରୁ ଆକ୍ରମଣାତ୍ମକ ଖେଳି ଫାଇଦାରେ ରହିଥିଲା। ମ୍ୟାଚ୍‌ର ୩ ଓ ୧୩ତମ ମିନିଟ୍‌ରେ ୮ ନମ୍ବର ଖେଳାଳି ତଥା ଅଧିନାୟକ ଥିଏରୀ ବ୍ରିଙ୍କ୍‌ମାନ ୨ଟି ଗୋଲ ଦେଇ ନେଦରଲାଣ୍ଡକୁ ୨-୦ ଗୋଲରେ ଅଗ୍ରଣୀ କରାଇଥିଲେ। ଏହି କ୍ଷତିକୁ ନ୍ୟୁଜିଲାଣ୍ଡ ଶେଷପର୍ଯ୍ୟନ୍ତ ଭରଣା କରିପାରି ନ ଥିଲା। ଦ୍ୱିତୀୟ କ୍ୱାର୍ଟର ଅର୍ଥାତ୍‌ ୨୦ତମ ମିନିଟରେ କୋଏନ ବିଜେନ ଆଉ ଏକ ଗୋଲ ଦେଇ ପ୍ରଥମାର୍ଦ୍ଧ ଶେଷବେଳକୁ ନେଦରଲାଣ୍ଡର ଅଗ୍ରଣୀ ବ୍ୟବଧାନକୁ ୩-୦ରେ ପହଞ୍ଚାଇଥିଲେ। ତୃତୀୟ କ୍ୱାର୍ଟରରେ ନ୍ୟୁଜିଲାଣ୍ଡ କଡ଼ା ଚ୍ୟାଲେଞ୍ଜ ଦେଇଥିଲେ ହେଁ ଗୋଲ ପରିଶୋଧ କରିପାରି ନ ଥିଲା। ୪ର୍ଥ ତଥା ଅନ୍ତିମ କ୍ୱାର୍ଟର ଅର୍ଥାତ୍‌ ୫୫ତମ ମିନିଟ୍‌ରେ ନେଦରଲାଣ୍ଡର ୧୯ ନମ୍ବର ଖେଳାଳି ଜେପ୍‌ ହୋଏଡମେକର୍ସ ଆଉ ଏକ ଫିଲ୍ଡ ଗୋଲ ଦେଇ ଦଳର ବିଜୟକୁ ନିଶ୍ଚିତ କରିଦେଇଥିଲେ। ପ୍ରକାଶଯୋଗ୍ୟ, ନେଦରଲାଣ୍ଡ ଗତ ସଂସ୍କରଣରେ ମଧ୍ୟ ଚମତ୍କାର ପ୍ରଦର୍ଶନ କରି ଫାଇନାଲ ଖେଳିଥିଲା। ମାତ୍ର ଟାଇଟଲ ମୁକାବିଲାରେ ବେଲଜିୟମ୍‌ଠାରୁ ହାରି ରନରଅପ୍‌ ହୋଇଥିଲା। ଏହି ଦଳ ବିଶ୍ୱକପ୍‌ ଇତିହାସରେ ଅନ୍ୟତମ ସଫଳ ଦଳ ଭାବେ ପରିଗଣିତ। ୧୯୭୩, ୧୯୦ ଓ ୧୯୯୮ରେ ୩ ଥର ଚାମ୍ପିୟନ ହୋଇଥିବାବେଳେ ୧୯୬୮, ୧୯୯୪, ୨୦୧୪ ଓ ୨୦୧୮ରେ ୪ଥର ରନରଅପ୍‌ ହୋଇଛି। ଏହା ବ୍ୟତୀତ ୨ ଥର ୨୦୦୨ ଓ ୨୦୧୦ରେ ବ୍ରୋଞ୍ଜ ପଦକ ମଧ୍ୟ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କ୍ରିକେଟର ନୂଆ ଅଧ୍ୟାୟ: ଦିଲ୍ଲୀ U-19 ଦଳର ଅଧିନାୟକ ହେଲେ ବୀରେନ୍ଦ୍ର ସେହୱାଗଙ୍କ ପୁଅ ଆର୍ଯ୍ୟବୀର

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ସ୍ଫୋରକ ଓପନର ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ଏକ ବଡ଼ ଦାୟିତ୍ୱ ମିଳିଛି।…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?