ବର୍ଷେ ହେଲା ନେଟ୍‌ଓ୍ବର୍କ ଅଚଳ: ରାସ୍ତାକୁ ଓହ୍ଲାଇବା ପାଇଁ ଚେତାବନୀ ଦେଲେ ଅଞ୍ଚଳବାସୀ

ଦାରିଙ୍ଗବାଡ଼ି,୨୫ା୧୦(ଅରୁଣ ସାହୁ): ଦିନେ କି ୨ ଦିନ ନୁହଁ। ଗତ ୧ ବର୍ଷ ଧରି ବିଏସ୍‌ଏନ୍‌ଏଲ୍‌ ମୋବାଇଲ ନେଟଓ୍ବର୍କ ଅଚଳକୁ ନେଇ ଦେଖାଦେଇଛି ଅସନ୍ତୋଷ। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ପର୍ତ୍ତମାହା ପଞ୍ଚାୟତରେ ରହିଥିବା ବିଏସ୍‌ଏନ୍‌ଏଲ୍‌ର ମୋବାଇଲ ନେଟ୍‌ଓ୍ବର୍କରେ। ଉକ୍ତ ପଞ୍ଚାୟତରେ ଏକମାତ୍ର ବିକଳ୍ପ ଏହି ନେଟ୍‌ଓ୍ବର୍କର ରକ୍ଷଣାବେକ୍ଷଣ ଅଭାବରୁ ବାରମ୍ବାର ଅଚଳ ହେଉଛି। ଅଞ୍ଚଳବାସୀ ବାରମ୍ବାର ସ୍ଥାନୀୟ ପ୍ରଶାସନଠାରୁ ଆରମ୍ଭ କରି ଜିଲା ପ୍ରଶାସନ ପର୍ଯ୍ୟନ୍ତ ଅଭିଯୋଗ କରିଥିଲେ ମଧ୍ୟ କେହି ଗୁହାରି ଶୁଣୁନାହାନ୍ତି। ଫଳରେ ଅଞ୍ଚଳବାସୀ ଏବେ ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରିବାକୁ ସଜବାଜ ହେଉଥିବା ପର୍ତ୍ତମାହା ପଞ୍ଚାୟତର ଯୋହନ ପ୍ରଧାନଙ୍କ ସମେତ ଲୋକନାଥ ପ୍ରଧାନ, ସୁଶୀଲ ଚନ୍ଦ୍ର ପ୍ରଧାନ, ଇଏମାନୁଏଲ ପ୍ରଧାନ ପ୍ରମୁଖ ଶନିବାର ବିଡିଓ ପ୍ରୀତିରଞ୍ଜନ ରଥଙ୍କ ନିକଟରେ ଅଭିଯୋଗ କରିବାକୁ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଥିବା କହିଛନ୍ତି। ସେମାନେ ଆନ୍ଦୋଳନ କରିବାକୁ ପ୍ରସ୍ତୁତ ହେଉଥିବା ନେଇ ଦାରିଙ୍ଗବାଡ଼ି ଥାନା, ତହସିଲ କାର୍ଯ୍ୟାଳୟ ଆଦିରେ ଅଭିଯୋଗ କରିଥିବା ଯୋହନ ପ୍ରଧାନ କହିଛନ୍ତି। ଏନେଇ ବିଏସ୍‌ଏନ୍‌ଏଲର କନ୍ଧମାଳ ଡିଜିଏମ୍‌ ବୃନ୍ଦାବନ ମାଝୀଙ୍କ ସହ ଯୋଗାଯୋଗ କରାଯିବାରୁ ଯୋଗାଯୋଗ ସମ୍ଭବ ହୋଇପାରୁନାହିଁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏକାଗ୍ର ମନ, ତୀକ୍ଷ୍ଣ ଦୃଷ୍ଟି: ବଜେଟ ଭାଷଣ ସମୟରେ ଏମିତି ଟେବୁଲ ବାଡେଇଲେ ମୋଦି, ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧।୨: ସଂସଦୀୟ କାର୍ଯ୍ୟକାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତି ସର୍ବଦା ପ୍ରଭାବଶାଳୀ, କିନ୍ତୁ ବଜେଟ ଦିବସରେ ତାଙ୍କର ଗମ୍ଭୀରତା ଏକ ଭିନ୍ନ ସ୍ତରକୁ ପହଞ୍ଚେ। ଅର୍ଥମନ୍ତ୍ରୀ ନିର୍ମଳା…

ରୋହିତ ସେଟ୍ଟୀଙ୍କ ଘର ବାହାରେ ଫାୟାରିଂ, ପହଞ୍ଚିଲା ମୁମ୍ବାଇ ପୋଲିସ 

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ରୋହିତ ସେଟ୍ଟୀଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଶନିବାର ବିଳମ୍ବିତ ରାତିରେ ତାଙ୍କ ଘର ବାହାରେ…

Budget 2026: ଶସ୍ତା ହେଲା ଜୋତା ମହଙ୍ଗା ହେଲା ମଦ, ଜାଣନ୍ତୁ ଏଥର ବଜେଟରେ କ’ଣ ହେଲା ଶସ୍ତା

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ଉପସ୍ଥାପିତ କ୍ରମାଗତ ନବମ ବଜେଟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି। ସାଧାରଣ ଜନତାଙ୍କ ପାଇଁ ସବୁଠାରୁ ବଡ଼ ଏବଂ…

ଏଣିକି ଟ୍ୟାକ୍ସ ଫାଙ୍କିଲେ କି ନ ଦେଲେ ହେବନି ଜେଲ୍‌…ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧।୨: ଯଦି ଆପଣ ମଧ୍ୟ କଠୋର ଆୟକର ନିୟମ ଏବଂ ଯାଞ୍ଚ ପ୍ରକ୍ରିୟାକୁ ଭୟ କରୁଥିଲେ, ତେବେ 2026-27 ଆର୍ଥିକ ବର୍ଷର ବଜେଟ ଏକ ବଡ଼ ଆଶ୍ୱସ୍ତି…

Union Budget 2026-27: ଆୟକର ଦାତାଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୨।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ସଂସଦରେ ତାଙ୍କର ନବମ ବଜେଟ ଉପସ୍ଥାପନ କରିଛନ୍ତି। ଆର୍ଥିକ ବର୍ଷ 2026-27 ପାଇଁ ବଜେଟ ଦେଶର ସଂସଦୀୟ ଇତିହାସରେ ଏକ…

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ମହାବିଦ୍ୟାଳୟର ପଛ ପଟେ…

ଖୋର୍ଦ୍ଧା,୧ା୨(ପ୍ରଭାତ ପାଣିଗ୍ରାହୀ): ଭଡ଼ାଘରୁ ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ଖୋର୍ଦ୍ଧା ଜିଲା ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ଅଧ୍ୟାପିକା ବର୍ଷା ରାଣୀ ଗଜେନ୍ଦ୍ରଙ୍କ…

ଫେବୃଆରୀ ୬ରୁ ରାମଚଣ୍ଡୀ ମହୋତ୍ସବ: ଦର୍ଶକଙ୍କ ମନମୋହିବ…

ଗଞ୍ଜାମ,୧।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ନୀଳାଦ୍ରିପୁରସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀଙ୍କ ଶକ୍ତିପୀଠରେ ଫେବୃଆରୀ ୬, ୭ ଓ ୮ ତାରିଖ ୩ଦିନ ଧରି…

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri