ଛାତ୍ରୀଛାତ୍ରଙ୍କ ଅନ୍‌ଲାଇନ ପାଠପଢାରେ ନେଟ୍‌ୱର୍କ ବାଧକ

ନୂଆପଡ଼ା,୧୩ା୬ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟ ଭିତରେ ଅବସ୍ଥିତ ସୋସେଙ୍ଗ ପଞ୍ଚାୟତ ଅଞ୍ଚଳରେ ନେଟ୍‌ୱାର୍କ ସମସ୍ୟା ଯୋଗୁ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶେଷ କରି ପଞ୍ଚାୟତ ଅନ୍ତର୍ଗତ ରୁପିଆମ, ଗୁତମା, ଅଡାର, ଧାକଲି, ଦେଓସିଲ, ଭାଓସିଲ, ଗୁରୁପାଣି, ଜଲମଡେଇ, ତାଲାବେଲା, କେଛୋପଖାନ, ହିରାପୁର, ଚନ୍ଦରସିଲ, କେନ୍ଦୁପଡା ଆଦି ଗାଁରେ ନେଟ୍‌ୱାର୍କ ପାଉ ନ ଥିବାରୁ ଛାତ୍ରୀଛାତ୍ରଙ୍କ ଅନ୍‌ଲାଇନ ପାଠ ପଢା ବାଧାପ୍ରାପ୍ତ ହେଉଛି। ଅନ୍‌ଲାଇନ କାମ ପଡିଲେ ଲୋକଙ୍କୁ ୩୦ କିଲୋମିଟର ଦୂର ଉଦ୍ୟାନବନ୍ଧ, ତରବୋଡ, କୋମନାକୁ ଯିବାକୁ ପଡୁଛି। ଏଥିଯୋଗୁ ଅଧିକ ଖର୍ଚ୍ଚାନ୍ତ ସହ ହଇରାଣ ହେବାକୁ ପଡୁଛି। ବର୍ତ୍ତମାନ ସମୟରେ ସରକାରୀ ହେଉ କିମ୍ବା ବେସରକାରୀ କୌଣସି କାର୍ଯ୍ୟ ପାଇଁ ଅନ୍‌ଲାଇନ କରିବାକୁ ପଡୁଛି। ପଞ୍ଚାୟତରେ ନେଟ୍‌ୱର୍କ ପାଉ ନ ଥିବାରୁ କର୍ମଚାରୀ ପାହାଡ ଉପରକୁ ଯାଇ କାମ କରୁଛନ୍ତି। ପାହାଡକୁ ହିତାଧିକାରୀ ଯାଇ ଫିଙ୍ଗର ପ୍ରିଣ୍ଟ ଦେଇ ପଞ୍ଚାୟତକୁ ଆସି ରାଶନ ସାମଗ୍ରୀ ନେଉଛନ୍ତି। ଅଭୟାରଣ୍ୟରେ ହିଂସ୍ରଜନ୍ତୁଙ୍କ ଭୟ ରହିଥିଲେ ମଧ୍ୟ ଲୋକେ ବାଧ୍ୟହୋଇ ପାହାଡ ଚଢୁଛନ୍ତି। ସୂଚନାଯୋଗ୍ୟ, ସୁନାବେଡା ଅଭୟାରଣ୍ୟ ମାଓବାଦୀ ଅଧ୍ୟୁଷିତ ଅଞ୍ଚଳ ହୋଇଥିବାରୁ ବରକୋଟ, ଜାମଗାଁ, ସୁନାବେଡା ଓ ସୋସେଙ୍ଗଠାରେ ୪ଟି ପୋଲିସ କ୍ୟାମ୍ପ ହୋଇଛି। କ୍ୟାମ୍ପ ବସିବା ଦିନଠାରୁ ଜାମଗାଁ, ସୋସେଙ୍କ ଓ ସୁନାବେଡାଠାରେ ୩ଟି ବିଏସ୍‌ଏନ୍‌ଏଲ୍‌ ଟାୱାର ନିର୍ମାଣ ହୋଇ ଅନ୍‌ଲାଇନ କାର୍ଯ୍ୟ ଚାଲିଥିଲା। ହେଲେ ୬ ମାସ ହେବ ସୋସେଙ୍ଗଠାରେ ଥିବା ବିଏସ୍‌ଏନ୍‌ଏଲ୍‌ ଟାୱାର ଅଚଳ ହୋଇଯିବାରୁ ଅନଲାଇନ କାମ ହୋଇପାରୁ ନାହିଁ। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ଏହି ଟାୱାର ମରାମତି ସହ ନୂତନ ଭାବରେ ଜିଓ ଟାୱାର ସ୍ଥାପନ କରିବାକୁ ସରପଞ୍ଚ ମେଘନାଦ ମାଝି ଓ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

ଥୁଆମୂଳ ରାମପୁରରେ ବାଘ ଆତଙ୍କ: ଜନଗହଳିପୂର୍ଣ୍ଣ ସାପ୍ତାହିକ ବଜାର ନିକଟରେ ବୁଲୁଛି ମହାବଳ, ଭୟଭୀତ ଅଞ୍ଚଳବାସୀ…

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମ୍ବ ପଦର ପଞ୍ଚାୟତ ଅଞ୍ଚଳରେ ଏବେ ବାଘ ଆତଙ୍କ ଖେଳିଯାଇଛି। ମୁଖ୍ୟ ରାସ୍ତା…

ଥୁଆମୂଳ ରାମପୁରରେ ମା’ ଗଙ୍ଗାଦୀଙ୍କ ଚୈତ୍ର ଯାତ୍ରା ଆରମ୍ଭ: ଅନ୍ଧାରରେ ମା’ଙ୍କ ପରିକ୍ରମା, ପୂଜା କମିଟିର ଅବ୍ୟବସ୍ଥାକୁ ନେଇ …

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପାରମ୍ପରିକ ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମା’ ଗଙ୍ଗାଦୀ ଠାକୁରାଣୀଙ୍କ ପ୍ରସିଦ୍ଧ ୮…

ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ପାଇଁ ଉତ୍ସବମୁଖର ତିଳେଶ୍ୱର ଗାଁ: ପୋଷ୍ୟ ଗ୍ରାମ ଘୋଷଣା କଲା ବ୍ଲକ ପ୍ରଶାସନ

ଦିଗପହଣ୍ଡି, ୨୪।୩ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତର ଐତିହାସିକ ଗ୍ରାମ ତିଳେଶ୍ୱର ଏବେ ଉତ୍ସବମୁଖର। ମଙ୍ଗଳବାରଠାରୁ ଗ୍ରାମଦେବତୀ ମା’ ବୁଢ଼ୀ…

ରେଳମନ୍ତ୍ରୀଙ୍କୁ ଭେଟିଲେ ଏମପି ପ୍ରଦୀପ ପୁରୋହିତ: ପଶ୍ଚିମ ଓଡ଼ିଶାର ରେଳ ସମସ୍ୟାର ସମାଧାନ ପାଇଁ…

ବରଗଡ,୨୪।୩(ପ୍ରେମାନନ୍ଦ ଖମାରୀ) – ପଶ୍ଚିମ ଓଡ଼ିଶାରେ ରେଳ ବିକାଶ ନେଇ ବରଗଡ଼ ଲୋକସଭା ସାଂସଦ(ଏମପି) ପ୍ରଦୀପ ପୁରୋହିତ ମଙ୍ଗଳବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କଠାରେ ଦାବି କରିଛନ୍ତି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

ଭଞ୍ଜନଗରରେ ବଢୁଛି ଦୁର୍ଘଟଣା: ୪ ଘଣ୍ଟାରେ ୩ ଦୁର୍ଘଟଣା, ଜଣେ ମୃତ, ଦୁଇ ଗୁରୁତର…

ଭଞ୍ଜନଗର, ୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଦୁର୍ଘଟଣା ହାର ବଢ଼ିବାରେ ଲାଗିଛି। ମଙ୍ଗଳବାର ମାତ୍ର ୪ ଘଣ୍ଟା ମଧ୍ୟରେ ଘଟିଥିବା ତିନୋଟି ପୃଥକ ପୃଥକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri