ଭୁବନେଶ୍ବର, ୨୦ା୭(ସୁନିତ୍ ମିଶ୍ର):ଓଡ଼ିଶା ବିଧାନସଭାରେ ବୁଧବାର ଆମେନିଟିଜ୍ କମିଟିର ସଦସ୍ୟ ଥିବା ବିଧାୟକମାନେ ନେଭା ଆପ୍ଲିକେଶନର ପ୍ରୟୋଗ ସମ୍ପର୍କିତ ପ୍ରଶିକ୍ଷଣ ନେଇଛନ୍ତି। ଏହା ହେଉଛି କେନ୍ଦ୍ର ସରକାରଙ୍କ ଏକ ମିଶନ ମୋଡ୍ ପ୍ରକଳ୍ପ ା ଖୁବ୍ଶୀଘ୍ର ଏହା ପାର୍ଲାମେଣ୍ଟ ସମେତ ସମସ୍ତ ବିଧାନସଭାକୁ ପେପରଲେସ୍ ପ୍ରକ୍ରିୟାରେ ପରିଚାଳନା କରାଯିବ ା ଦ୍ୱିତୀୟ ଦିନର ଏହି କାର୍ଯ୍ୟକ୍ରମରେ କାର୍ଯ୍ୟକାରୀ ବାଚସ୍ପତି ରଜନୀକାନ୍ତ ସିଂଙ୍କ ଉପସ୍ଥିତିରେ ନେଭା କାର୍ଯ୍ୟକ୍ରମ କିଭଳି ବିଧାନସଭାରେ ସଫଳ ଭାବେ କାର୍ଯ୍ୟକାରୀ ହେବ ସେନେଇ ସମସ୍ତ ଦିଗକୁ ଦୃଷ୍ଟିରେ ରଖି ବିଶଦ ଆଲୋଚନା କରାଯାଇଛି ା ପ୍ରଶିକ୍ଷଣ ଗ୍ରହଣ କରୁଥିବା ବିଧାୟକଙ୍କୁ ରଜନୀକାନ୍ତ ସିଂ କହିଛନ୍ତି, ଏହି ଆପ୍ଲିକେଶନର ସଫଳ ପ୍ରୟୋଗରେ ସାଧାରଣ ଜନତାଙ୍କ ପାଖରେ ସରକାରଙ୍କ ଆଭିମୁଖ୍ୟ ପହଞ୍ଚତ୍ପାରିବ ଏବଂ ଏହି ଆପ୍ଲିକେଶନ ସମସ୍ତଙ୍କ କାର୍ଯ୍ୟପ୍ରଣାଳୀକୁ ଆହୁରି ସରଳ କରିବ ା ବିଧାନସଭା ପକ୍ଷରୁ ନେଭାର ସଫଳ କାର୍ଯ୍ୟକାରିତା ପାଇଁ ୩ଟି କମିଟି ଗଠନ କରାଯାଇଛି। ଅଳ୍ପଦିନ ମଧ୍ୟରେ ଯେଭଳି ଓଡ଼ିଶା ବିଧାନସଭାର ସମସ୍ତ ବିଧାୟକ ନେଭା ଆପ୍ ସହ ଅଭ୍ୟସ୍ତ ହୋଇପାରିବେ ସେଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ସେ ନେଭା କର୍ମକର୍ତ୍ତା ଏବଂ ବିଧାନସଭା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ା ଏନ୍ଆଇସି ପକ୍ଷରୁ ଇ-ବିଧାନ ଆପ୍ଲିକେଶନ ସମ୍ବନ୍ଧୀୟ ପ୍ରଶିକ୍ଷଣ ପ୍ରଦାନ କରାଯାଇଛି। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ବିଧାନସଭା ଆମେନିଟିଜ୍ କମିଟିର ସଦସ୍ୟବୃନ୍ଦ, ବିଧାନସଭା ସଚିବ ଦାଶରଥି ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ।
୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…
ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…
ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…
ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…
ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…
ଫସିଗଲେ ଡେଭିଡ୍ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ
ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…
ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ
ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…
ରାଜ୍ୟସଭା କ୍ରସ୍ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ
ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…
ଆମେରିକା ରେଡ୍ ଲାଇନ୍ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ
ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍ଲାଇନ୍ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…
ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ
କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…
Archives

