ନେଭା ଆପ୍ଲିକେଶନ ପ୍ରୟୋଗର ପ୍ରଶିକ୍ଷଣ ନେଲେ ଆମେନିଟିଜ୍‌ କମିଟି ସଦସ୍ୟ

ଭୁବନେଶ୍ବର, ୨୦ା୭(ସୁନିତ୍‌ ମିଶ୍ର):ଓଡ଼ିଶା ବିଧାନସଭାରେ ବୁଧବାର ଆମେନିଟିଜ୍‌ କମିଟିର ସଦସ୍ୟ ଥିବା ବିଧାୟକମାନେ ନେଭା ଆପ୍ଲିକେଶନର ପ୍ରୟୋଗ ସମ୍ପର୍କିତ ପ୍ରଶିକ୍ଷଣ ନେଇଛନ୍ତି। ଏହା ହେଉଛି କେନ୍ଦ୍ର ସରକାରଙ୍କ ଏକ ମିଶନ ମୋଡ୍‌ ପ୍ରକଳ୍ପ ା ଖୁବ୍‌ଶୀଘ୍ର ଏହା ପାର୍ଲାମେଣ୍ଟ ସମେତ ସମସ୍ତ ବିଧାନସଭାକୁ ପେପରଲେସ୍‌ ପ୍ରକ୍ରିୟାରେ ପରିଚାଳନା କରାଯିବ ା ଦ୍ୱିତୀୟ ଦିନର ଏହି କାର୍ଯ୍ୟକ୍ରମରେ କାର୍ଯ୍ୟକାରୀ ବାଚସ୍ପତି ରଜନୀକାନ୍ତ ସିଂଙ୍କ ଉପସ୍ଥିତିରେ ନେଭା କାର୍ଯ୍ୟକ୍ରମ କିଭଳି ବିଧାନସଭାରେ ସଫଳ ଭାବେ କାର୍ଯ୍ୟକାରୀ ହେବ ସେନେଇ ସମସ୍ତ ଦିଗକୁ ଦୃଷ୍ଟିରେ ରଖି ବିଶଦ ଆଲୋଚନା କରାଯାଇଛି ା ପ୍ରଶିକ୍ଷଣ ଗ୍ରହଣ କରୁଥିବା ବିଧାୟକଙ୍କୁ ରଜନୀକାନ୍ତ ସିଂ କହିଛନ୍ତି, ଏହି ଆପ୍ଲିକେଶନର ସଫଳ ପ୍ରୟୋଗରେ ସାଧାରଣ ଜନତାଙ୍କ ପାଖରେ ସରକାରଙ୍କ ଆଭିମୁଖ୍ୟ ପହଞ୍ଚତ୍ପାରିବ ଏବଂ ଏହି ଆପ୍ଲିକେଶନ ସମସ୍ତଙ୍କ କାର୍ଯ୍ୟପ୍ରଣାଳୀକୁ ଆହୁରି ସରଳ କରିବ ା ବିଧାନସଭା ପକ୍ଷରୁ ନେଭାର ସଫଳ କାର୍ଯ୍ୟକାରିତା ପାଇଁ ୩ଟି କମିଟି ଗଠନ କରାଯାଇଛି। ଅଳ୍ପଦିନ ମଧ୍ୟରେ ଯେଭଳି ଓଡ଼ିଶା ବିଧାନସଭାର ସମସ୍ତ ବିଧାୟକ ନେଭା ଆପ୍‌ ସହ ଅଭ୍ୟସ୍ତ ହୋଇପାରିବେ ସେଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ସେ ନେଭା କର୍ମକର୍ତ୍ତା ଏବଂ ବିଧାନସଭା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ା ଏନ୍‌ଆଇସି ପକ୍ଷରୁ ଇ-ବିଧାନ ଆପ୍ଲିକେଶନ ସମ୍ବନ୍ଧୀୟ ପ୍ରଶିକ୍ଷଣ ପ୍ରଦାନ କରାଯାଇଛି। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ବିଧାନସଭା ଆମେନିଟିଜ୍‌ କମିଟିର ସଦସ୍ୟବୃନ୍ଦ, ବିଧାନସଭା ସଚିବ ଦାଶରଥି ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri