ମୋ ବିଧାୟକ ଅମଳରେ ଏତେ ଲମ୍ବା ଉତ୍ତର କେବେ ଦେଖିନି: ତାରା

ଭୁବନେଶ୍ୱର,୧୪ା୩(ବ୍ୟୁରୋ):ସୋମବାର ବିଧାନସଭା ପ୍ରଶ୍ନକାଳରେ ଏକ ଭିନ୍ନ ପରିବେଶ ଦେଖିବାକୁ ମିଳିଥିଲା। ଅର୍ଥମନ୍ତ୍ରୀଙ୍କ ଉତ୍ତରରେ ପ୍ରଶ୍ନକର୍ତ୍ତାଙ୍କ ସମେତ ବିଧାନସଭାର ଅନ୍ୟ ସଦସ୍ୟମାନେ ବୋର ହୋଇ ଯାଇଥିଲେ। କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମର ଦ୍ୱିତୀୟ ପ୍ରଶ୍ନ ନଂ. ୨୧୨ରେ ପଚାରିଥିଲେ, ରାଜ୍ୟ ସରକାର ଋଣ ଭାରରେ ବୁଡ଼ି ରହିଛନ୍ତି କି। ୨୦୨୨ ମାର୍ଚ୍ଚ ସୁଦ୍ଧା ରାଜ୍ୟର ଋଣ ଭାର କେତେ ଥିଲା। ବର୍ତ୍ତମାନ ମୁଣ୍ଡପିଛା ଋଣ ଭାର କେତେ ରହିଛି। ଋଣ ଭାର ହ୍ରାସ କରିବାକୁ ସରକାର କି ପଦକ୍ଷେପ ନେଇଛନ୍ତି। ଋଣ ବାବଦରେ ସରକାର କାହାଠାରୁ କେତେ ଆଣିଛନ୍ତି। ବର୍ତ୍ତମାନ ମୂଳ ଓ ସୁଧ କେତେ ରହିଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହାର ଜବାବରେ ୫ ପୃଷ୍ଠାର ଲିଖିତ ପଢ଼ି ଶୁଣାଇଲେ। ଉତ୍ତର ଶେଷ କରିବାକୁ ମନ୍ତ୍ରୀଙ୍କୁ ପ୍ରାୟ ୧୦ରୁ ୧୧ ମିନିଟ ସମୟ ଲାଗିଥିଲା। ଲମ୍ବା ଉତ୍ତର ଶୁଣି ବିଧାୟକମାନେ ବୋର୍‌ ହୋଇଗଲେ। ଭାଜପା ବିଧାୟକମାନେ ମନ୍ତ୍ରୀଙ୍କ ଲମ୍ବା ଉତ୍ତରକୁ ନେଇ ଆପତ୍ତି ଉଠାଇଲେ। ତଥାପି ମନ୍ତ୍ରୀ ନିଜର ଉତ୍ତର ପଢ଼ିବା ବନ୍ଦ କଲେ ନାହିଁ। ମନ୍ତ୍ରୀ ଉତ୍ତର ପଢ଼ି ଶେଷ କରିବା ପରେ ଦମ ନେଲେ। ବାଚସ୍ପତି ବିକ୍ରମ କେଶରୀ ଆରୁଖ ମୂଳ ପ୍ରଶ୍ନକର୍ତ୍ତା ତାରାଙ୍କୁ ଅତିରିକ୍ତ ପ୍ରଶ୍ନ ପଚାରିବାକୁ କହିଲେ। ତାରା କହିଲେ, ମୁଁ ୪/୫ ଥର ବିଧାୟକ ହେଲିଣି। ଏତେ ଲମ୍ବା ଉତ୍ତର କେବେ ଦେଖିନି। ମୁଁ ୪ ଧାଡ଼ିଆ ପ୍ରଶ୍ନ ପଚାରିଥିଲି। ମନ୍ତ୍ରୀ ୫ ପେଜ୍‌ ଉତ୍ତର ଦେଇଛନ୍ତି। କେହି ପଢ଼ିପାରିବେନି କି ବୁଝିପାରିବେନି। ତାରାଙ୍କ କଥା ଶୁଣି କିଛି ସମୟ ପାଇଁ ଗୃହରେ ହାସ୍ୟରୋଳ ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

ଭିଜିଲାନ୍ସ ପଞ୍ଝାରେ ଖଣି ଉପନିର୍ଦ୍ଦେଶକ: ଏକକାଳୀନ ଚଢ଼ାଉବେଳେ ଘରୁ ମିଳିଲା ଏତେ ଟଙ୍କା

କୋରାପୁଟ/ଜୟପୁର,୮।୭ (ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁରସ୍ଥିତ ଖଣି ବିଭାଗର ଉପନିର୍ଦ୍ଦେଶକ ସତ୍ୟଜିତ୍‌ ରାଉତ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି। ବାଲିଘାଟ…

ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର କାଠ ସହ…

ଧାମନଗର,୮ା୭(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନରେ ଖୋଲାଖୋଲି ଚାଲୁଛି ବେଆଇନ କରତକଳ। ଏହି ବେଆଇନ କରତକଳଗୁଡିକୁ ଧରିବା ପାଇଁ କାର୍ଯ୍ୟରତ ରେଞ୍ଜର ବବୁଲ ମଲିକ…

ପ୍ରଧାନଶିକ୍ଷକ ମାଗୁଛନ୍ତି ଫେବର: ଡିଡବ୍ଲ୍ୟୁଓଙ୍କୁ ଅଭିଯୋଗ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁରର ଏକ ସରକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ସ୍କୁଲର ମେଟ୍ରନ ଓ ୨ ଏଲ୍‌ସିସିଏଙ୍କୁ…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

ଜୀରାନଦୀରେ ରିଂ ରୋଡ୍‌ ନିର୍ମାଣ: ସମୟ ଗଡ଼ୁଛି, ବର୍ଷାରେ ଧୋଇ ଯାଉଛି

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ପାର୍ଶ୍ୱରେ ରିଂ ରୋଡ୍‌ ନିର୍ମାଣ ଚାଲିଛି। ବର୍ଷା ଓ ବନ୍ୟା ସମୟରେ ସହରକୁ ଜଳ ପ୍ଳାବନରୁ ରକ୍ଷା,…

ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ: ବାଲି ବ୍ୟବସାୟୀଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ…

ଜୟପୁର, ୮।୭(ପବନ ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ ସତ୍ୟଜିତ ରାଉତ। ଜଣେ ବାଲି ବ୍ୟବସାୟୀଙ୍କ ଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri