କରୋନାର ଲମ୍ବ ଡିଆଁ: ନୂଆ ୨୯୨୪ ଆକ୍ରାନ୍ତ ସହ ରାଜ୍ୟରେ ୬୦,୦୦୦ ପାର ହେଲା ସଂଖ୍ୟା

ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ୩୦ ଜିଲାରୁ ସର୍ବାଧିକ ୨୯୨୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮୧୫ଜଣ କ୍ୱାରାଣ୍ଟାଇନ୍‌ର ଥିବା ବେଳେ ୧୧୦୯ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୬୦୦୫୦କୁ ବୃଦ୍ଧି ପାଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୋଳର ୩୭, ବାଲେଶ୍ୱରର ୧୨୭, ବରଗଡ଼ର ୪୮, ଭଦ୍ରକ ୧୦୭, ବଲାଙ୍ଗୀରର ୨୭, ବୌଦ୍ଧରୁ ୮, କଟକରୁ ୧୮୯, ଦେବଗଡ଼ରୁ ୧୬, ଢ଼େଙ୍କାନାଳରୁ ୪୦, ଗଜପତିରୁ ୭୧, ଗଞ୍ଜାମରୁ ୩୧୮, ଜଗତସିଂହପୁରରୁ ୪୭, ଯାଜପୁରରୁ ୨୦୦, ଝାରସୁଗୁଡ଼ାରୁ ୩୦, କଳାହାଣ୍ଡିରୁ ୨୭, କନ୍ଧମାଳରୁ ୫୦, କେନ୍ଦ୍ରାପଡ଼ାରୁ ୬୦, କେନ୍ଦୁଝରରୁ ୨୬, ଖୋର୍ଦ୍ଧାରୁ ୪୮୮, କୋରାପୁଟରୁ ୯୫, ମାଲକାନଗିରିରୁ ୯୩, ମୟୂରଭଞ୍ଜରୁ ୧୩୬, ନବରଙ୍ଗପୁରରୁ ୨୬, ନୟାଗଡ଼ରୁ ୧୪୨, ନୂଆପଡ଼ାର ୨୦, ପୁରୀରୁ ୧୪୪, ରାୟଗଡ଼ାରୁ ୧୧୬, ସମ୍ବଲପୁରରୁ ୩୭, ସୋନପୁରରୁ ୩୮, ସୁନ୍ଦରଗଡ଼ରୁ ୧୬୧ଜଣ ରହିଛନ୍ତି। ତେବେ ରାଜ୍ୟରେ ଏବେ ୧୮୯୨୮ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୦୭୨୬ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର କୋର୍ଟକୁ ବୋମା ଧମକ, ବ୍ୟାପକ ସୁରକ୍ଷା ବ୍ୟବସ୍ଥା; ବୋମା ନିଷ୍କ୍ରିୟକାରୀ ଦଳର ଛାନଭିନ୍ ଜାରି

ଭୁବନେଶ୍ୱର, ୮।୭: ରାଜଧାନୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ ମିଳିବା ପରେ ସମଗ୍ର କୋର୍ଟ ପରିସରରେ ହାଇ ଆଲର୍ଟ ଜାରି କରାଯାଇଛି। ଧମକ ଖବର ପାଇବା ମାତ୍ରେ…

ପାଞ୍ଚ ଦିନ ମଧ୍ୟରେ କାହିଁକି ତରଳିଗଲେ ବାବା ବର୍ଫାନି? ଏକ୍ସପର୍ଟ କହିଲେ ଏହାର କାରଣ

ଶ୍ରୀନଗର,୮।୭: ପବିତ୍ର ଅମରନାଥ ଗୁମ୍ଫାରେ ପ୍ରାକୃତିକ ଭାବରେ ଗଠିତ ବରଫ ଶିବଲିଙ୍ଗ ତୀର୍ଥଯାତ୍ରାର ପ୍ରଥମ ସପ୍ତାହ ମଧ୍ୟରେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଉଭାନ ହୋଇଗଲା। ଜୁଲାଇ ୩…

ଚର୍ଚ୍ଚାରେ ପିସି: ପ୍ୟାରିସ୍‌ରେ କଲେ…

ବଲିଉଡ୍‌ରୁ ହଲିଉଡ ପର୍ଯ୍ୟନ୍ତ ରାଜ୍‌ କରୁଥିବା ପ୍ରିୟଙ୍କା ଚୋପ୍ରା ବେଶ୍‌ ଆତ୍ମବିଶ୍ୱାସୀ। କାମରେ ହେଉ କି ପୋଷାକ ସେ ସର୍ବଦା ନିଜକୁ ଦୃଢ ଭାବରେ ପ୍ରଦର୍ଶିତ କରିଥାନ୍ତି।…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

‘ଇରାନ ସହିତ ଚୁକ୍ତି ଶେଷ’: ଶାନ୍ତି ଚୁକ୍ତିର ସମାପ୍ତି ଘୋଷଣା କଲେ ଟ୍ରମ୍ପ, ଏବେ ହେବ କଡା ଟକ୍କର!

ଓ୍ବାଶିଂଟନ,୮।୭: ତୁର୍କୀର ରାଜଧାନୀ ଅଙ୍କାରାରେ ଅନୁଷ୍ଠିତ ନାଟୋ ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଥିଲେ। ଗଣମାଧ୍ୟମ ସହିତ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri