ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ଖୁସିଖବର: ନୂତନ ୩୩ କେ.ଭି. ଫିଡର୍‌ ଲାଇନର ଶୁଭାରମ୍ଭ

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ବିଦ୍ୟୁତ୍‌ ବିତରଣ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ୱେଷ୍ଟର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ଼ ତରଫରୁ ୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ହାତକୁ ନିଆଯାଇଛି। ଏହାକୁ ସୂଚାର ରୂପେ ସମ୍ପାଦନ କରାଯାଇ ଚଳିତ ମାସ ୭ ତାରିଖରେ ଏଥିରେ ବିଦ୍ୟୁତ୍‌ ସରବରାହ କରି ଦିଆଯାଇଛି। ପ୍ରଥମଟି ବରଗଡ଼ ଜିଲା ଅମ୍ବାଭୋନାଠାରେ ୨୫ବର୍ଗ କିଲୋମିଟର ପର୍ଯ୍ୟନ୍ତ ଏକ ନୂତନ ୩୩ କେ.ଭି. ଭୁକ୍ତା ଫିଡର୍‌ ଏବଂ ଅନ୍ୟଟି ଡୁଙ୍ଗୁରୀ ୩୩ କେ.ଭି. ଫିଡର୍‌ ଲାଇନର ଶୁଭାରମ୍ଭ ହୋଇଛି।
ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଏହି ଫିଡର୍‌ ଲାଇନ ଆରମ୍ଭ ହେବା ପୂର୍ବରୁ ଯେଉଁ ଫିଡର୍‌ ଲାଇନ ଅବସ୍ଥିତ ଥିଲା, ତାହା ଘଞ୍ଚ ଜଙ୍ଗଲ ମଧ୍ୟରେ ଗତି କରୁଥିବାରୁ ଏହାର ରକ୍ଷଣାବେକ୍ଷଣ କାର୍ଯ୍ୟରେ ବିଭିନ୍ନ ସମୟରେ ବହୁତ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଥିଲା। ଫଳରେ ବିଦ୍ୟୁତ୍‌ ସରବରାହ ଏବଂ ବିତରଣରେ ବ୍ୟାଘାତ ଘଟୁଥିଲା। ଏହି ୨ଟି ଫିଡର୍‌ ଲାଇନକୁ କାର୍ଯ୍ୟକ୍ଷମ କରିବା ପାଇଁ କମ୍ପାନୀ ତରଫରୁ ପ୍ରାୟ ୪ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଏହା ଦ୍ୱାରା ପ୍ରାୟ ୩୦ ହଜାରରୁ ଊର୍ଦ୍ଧ୍ୱ ବିଦ୍ୟୁତ୍‌ ଉପଭୋକ୍ତାମାନେ ଉପକୃତ ହୋଇପାରିବେ। ଟିପିଡବ୍ଲ୍ୟୁଓଡିଏଲ ପଶ୍ଚିମ ଓଡ଼ିଶାର ଜନସାଧାରଣଙ୍କୁ ଅନବରତ ବିଦ୍ୟୁତ୍‌ ସେବା ଯୋଗାଇ ଦେବା ପାଇଁ ଏହାର ବିତରଣ ଅଞ୍ଚଳରେ ବିଭିନ୍ନ ପ୍ରକାର ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ହାତକୁ ନେଇଛି ଏବଂ ଗ୍ରାହକମାନଙ୍କୁ ଉନ୍ନତମାନର ବିଦ୍ୟୁତ୍‌ ସେବା ଯୋଗାଇ ଦେବା ପାଇଁ ପ୍ରତ୍ୟେକ ସମୟରେ ଚେଷ୍ଟା ଜାରି ରଖିଛି ବୋଲି ଟିପିଡବ୍ଲୁଓଡିଏଲ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଡୁମ୍ବୁଳା ଗାଁରେ ସିରିଜ ଚୋରି, ମନ୍ଦିର ହୁଣ୍ଡିକୁ ବି ଛାଡ଼ିଲେନି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମରେ ସିରିଜ ଚୋରି ହୋଇଛି। ରବିବାର ବିଳମ୍ବିତ ରାତିରେ ଗ୍ରାମର ନାଗେଶର ସୁବୁଦ୍ଧିଙ୍କ ଲୁଗାଦୋକାନ,ଦେବରାଜ ସାହୁଙ୍କ…

ବଢୁଛି କଙ୍ଗାରୁକୋର୍ଟ, ହଇରାଣ ହେଉଛନ୍ତି ଅସହାୟ ପରିବାର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ): ଜାଣତରେ ହେଉ କିମ୍ବା ଅଜାଣତରେ କିଛି ଭୁଲ ହେଇଯାଏ। ତା’ହେଲେ ସଙ୍ଗେ ସଙ୍ଗେ ଗ୍ରାମ ସଭା ବସେ। ତା’ପରେ ଆରମ୍ଭ ହୁଏ ନିର୍ଯାତନା। ରମ୍ଭା…

ମାଫିଆ ସକ୍ରିୟ, ସାରର କୃତ୍ରିମ ସଙ୍କଟ, ଚାଷୀ ହଟହଟା

ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟକୁ ୨ମାସ ବିତି ଯାଇଛି। ଏହାସତ୍ତ୍ୱେ ଜିଲାରେ ସାରର କୃତ୍ରିମ ସଙ୍କଟ ଦେଖାଯାଇଛି। ଜିଲା କୃଷି ବିଭାଗ ଜିଲାରେ ପର୍ଯ୍ୟାପ୍ତ…

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା…

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri