ରାଜ୍ୟରେ ୩୬୪ ନୂଆ କରୋନା ପଜିଟିଭ ଚିହ୍ନଟ, ୩ ମୃତ

ଭୁବନେଶ୍ୱର, ୨୩।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉି ୩୬୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଘଟିଛି। ନୂଆ ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୭,୨୭୯ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୦ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୫୪ ଲୋକାଲ କେସ୍‌ ରହିଛି।
ନୂଆ ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୬୪ଜଣ ଚିହ୍ନଟ ହୋଇଛନ୍ତି। ଏହା ତଳକୁ ରହିଛି ଖୋର୍ଦ୍ଧା ଜିଲା। ଏଠାରୁ ୪୨ ଜଣ ଚିହ୍ନଟ ହୋଇଛନ୍ତି।
ଅନୁଗୋଳଳ ଜିଲାରୁ ୨୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୨, ବରଗଡ଼ରୁ ୧୬ , ଭଦ୍ରକରୁ ୧୩ , ବଲାଙ୍ଗୀରରୁ ୨୨, କଟକରୁ୨୨, ଗଞ୍ଜାମରୁ ୭, ଗଜପତିରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛି। ସେହିପରି, ଜଗତସିଂହପୁରରୁ ୪ , ଯାଜପୁରରୁ ୮, ଝାରସୁଗୁଡ଼ାରୁ ୧୦, କଳାହାଣ୍ଡିରୁ ୫, କେନ୍ଦ୍ରାପଡ଼ାରୁ ୧୨, କେନ୍ଦୁଝରରୁ ୧୩, କୋରାପୁଟରୁ ୩ , ମୟୂରଭଞ୍ଜରୁ ୨୬ , ନବରଙ୍ଗପୁରରୁ ୯ , ନୟାଗଡ଼ରୁ ୧, ନୂଆପଡ଼ାରୁ ୧୧ , ପୁରୀରୁ ୧୧, ରାୟଗଡ଼ାରୁ ୧, ସମ୍ବଲପୁରରୁ ୧୫ ଓ ସୋନପୁରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ ପୋଲରୁ ୧୦ଜଣ ରହିଛନ୍ତି।
ସେହିପରି ରାଜ୍ୟରେ ୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୩,୨୭,୨୭୯ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୩୦୩୬ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୩୨୨୩୪୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୪୬ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri