ରାଜ୍ୟରେ ୩୬୪ ନୂଆ କରୋନା ପଜିଟିଭ ଚିହ୍ନଟ, ୩ ମୃତ

ଭୁବନେଶ୍ୱର, ୨୩।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉି ୩୬୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଘଟିଛି। ନୂଆ ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୭,୨୭୯ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୦ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୫୪ ଲୋକାଲ କେସ୍‌ ରହିଛି।
ନୂଆ ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୬୪ଜଣ ଚିହ୍ନଟ ହୋଇଛନ୍ତି। ଏହା ତଳକୁ ରହିଛି ଖୋର୍ଦ୍ଧା ଜିଲା। ଏଠାରୁ ୪୨ ଜଣ ଚିହ୍ନଟ ହୋଇଛନ୍ତି।
ଅନୁଗୋଳଳ ଜିଲାରୁ ୨୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୨, ବରଗଡ଼ରୁ ୧୬ , ଭଦ୍ରକରୁ ୧୩ , ବଲାଙ୍ଗୀରରୁ ୨୨, କଟକରୁ୨୨, ଗଞ୍ଜାମରୁ ୭, ଗଜପତିରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛି। ସେହିପରି, ଜଗତସିଂହପୁରରୁ ୪ , ଯାଜପୁରରୁ ୮, ଝାରସୁଗୁଡ଼ାରୁ ୧୦, କଳାହାଣ୍ଡିରୁ ୫, କେନ୍ଦ୍ରାପଡ଼ାରୁ ୧୨, କେନ୍ଦୁଝରରୁ ୧୩, କୋରାପୁଟରୁ ୩ , ମୟୂରଭଞ୍ଜରୁ ୨୬ , ନବରଙ୍ଗପୁରରୁ ୯ , ନୟାଗଡ଼ରୁ ୧, ନୂଆପଡ଼ାରୁ ୧୧ , ପୁରୀରୁ ୧୧, ରାୟଗଡ଼ାରୁ ୧, ସମ୍ବଲପୁରରୁ ୧୫ ଓ ସୋନପୁରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ ପୋଲରୁ ୧୦ଜଣ ରହିଛନ୍ତି।
ସେହିପରି ରାଜ୍ୟରେ ୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୩,୨୭,୨୭୯ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୩୦୩୬ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୩୨୨୩୪୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୪୬ରେ ପହଞ୍ଚିଛି।