ନଭେମ୍ବରରୁ ୟୁଜି, ପିଜି ପାଇଁ ନୂଆ ଶିକ୍ଷାବର୍ଷ

ଭୁବନେଶ୍ୱର, ୨୩।୯(ବ୍ୟୁରୋ):କରୋନା ସ୍ଥିତି ଲାଗି ଚଳିତବର୍ଷ ଅଣ୍ଡର ଗ୍ରାଜୁଏଟ(ୟୁଜି) ଓ ପୋଷ୍ଟ ଗ୍ରାଜୁଏଟ(ପିଜି) ଶିକ୍ଷାବର୍ଷକୁ ପରିବର୍ତ୍ତନ କରାଯାଇଛି। ମାର୍ଚ୍ଚ ପରିବର୍ତ୍ତେ ଏଥର ନଭେମ୍ବରରୁ ନୂତନ ଶିକ୍ଷାବର୍ଷ ଆରମ୍ଭ ହୋଇ ୨୦୨୧ ଅଗଷ୍ଟ ପର୍ଯ୍ୟନ୍ତ ଚାଲିବ। କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ୨୦୨୦-୨୧ ଶିକ୍ଷାବର୍ଷ ନିମନ୍ତେ ପ୍ରଥମବର୍ଷ ୟୁଜି ଓ ପିଜି ଛାତ୍ରୀଛାତ୍ରଙ୍କ ପାଇଁ ସଂଶୋଧିତ ୟୁଜିସି ନିୟମାବଳୀ ଘୋଷଣା କରାଯାଇଛି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶଲାଲ୍‌ ପୋଖରିଆଲ ନିଶଙ୍କ ମଙ୍ଗଳବାର ଏନେଇ ଟୁଇଟ୍‌ କରି ସୂଚନା ଦେଇଛନ୍ତି।
ଗତ ୨୧ ତାରିଖରେ ଅନୁଷ୍ଠିତ ୟୁନିଭର୍ସିଟି ଗ୍ରାଣ୍ଟ୍‌ସ କମିଶନ(ୟୁଜିସି) ବୈଠକରେ ଏକାଡେମିକ୍‌ କ୍ୟାଲେଣ୍ଡରର ନୂତନ ଗାଇଡ୍‌ଲାଇନ୍‌କୁ ଅନୁମୋଦନ ମିଳିଛି। ଏହି ଅନୁଯାୟୀ, ଛାତ୍ରୀଛାତ୍ର ଅକ୍ଟୋବର ୩୧ ସୁଦ୍ଧା ୟୁଜି ଓ ପିଜିରେ ନାମ ଲେଖାଇପାରିବେ। ନଭେମ୍ବର ୧ରୁ ପିଲାଙ୍କ ପଠାପଢା ଆରମ୍ଭ ହେବ। ନୂତନ କ୍ୟାଲେଣ୍ଡର ଅନୁଯାୟୀ, ୨୦୨୦-୨୧ ଶିକ୍ଷାବର୍ଷରେ ଯେଉଁ ଛାତ୍ରୀଛାତ୍ରମାନେ ନାମ ଲେଖାଇବେ ସେମାନେ ୨୦୨୧ ମାର୍ଚ୍ଚ ୮ରୁ ୨୬ ମଧ୍ୟରେ ପ୍ରଥମ ସେମିଷ୍ଟର ପରୀକ୍ଷା ଦେବେ। ସେହିଭଳି ଦ୍ୱିତୀୟ ସେମିଷ୍ଟର ୨୦୨୧ ଅଗଷ୍ଟ ୨୨ରୁ ୨୯ ତାରିଖ ମଧ୍ୟରେ କରାଯିବ। ଏହାପରେ ଅଗଷ୍ଟ ୩୦ରୁ ୨୦୨୧-୨୨ ଶିକ୍ଷାବର୍ଷ ଆରମ୍ଭ ହେବ। ଚଳିତବର୍ଷ କରୋନା ମହାମାରୀ ଓ ଲକ୍‌ଡାଉନ ଯୋଗୁ ପାଠପଢା ସମୟ ନଷ୍ଟ ହୋଇଥିବାରୁ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକ ସପ୍ତାହକୁ ୬ଦିନ ପାଠ ପଢାଇ ତାହାକୁ ଶେଷ କରିବାକୁ ଉଦ୍ୟମ କରିବେ। ଛୁଟି ଓ ବିରତି ସମୟକୁ ମଧ୍ୟ ହ୍ରାସ କରି ପାଠପଢା ପାଇଁ ସମୟ ବାହାର କରିବେ। ତେବେ କରୋନା ଲାଗି ଅଭିଭାବକମାନେ କଠିନ ସମୟ ଦେଇ ଗତି କରୁଥିବାରୁ ଆଡ୍‌ମିଶନବେଳେ ଏହାକୁ ନଜରରେ ରଖାଯିବ। ନଭେମ୍ବର ୩୦ ମଧ୍ୟରେ ଯେଉଁ ଛାତ୍ରୀଛାତ୍ରମାନେ ନାମଲେଖା ବାତିଲ କରିବେ କିମ୍ବା ସ୍ଥାନାନ୍ତର କରିବେ ସେ କ୍ଷେତ୍ରରେ ସେମାନଙ୍କୁ ସମ୍ପୂର୍ଣ୍ଣ ନାମଲେଖା ଫି’ ଫେରାଇ ଦିଆଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri