ପାରାଦୀପରେ ହେବ ନୂଆ ଏୟାରପୋର୍ଟ

ଭୁବନେଶ୍ୱର,୧।୫: ରାଜ୍ୟରେ ବିମାନ ଚଳାଚଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଲୋକସେବା ଭବନରେ ବିମାନ ଚଳାଚଳ ଏବଂ ନେଟୱାର୍କ ନିର୍ମାଣ ପରିଚାଳନା ସମ୍ପର୍କରେ ଆଲୋଚନା କରିଛନ୍ତି।

ବୈଠକରେ, ପାରାଦୀପରେ ଏକ ଗ୍ରୀନଫିଲ୍ଡ ବିମାନବନ୍ଦର ପାଇଁ ଯୋଜନା ସମେତ ପୁରୀରେ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର (SJIA) ବିକାଶ ଏବଂ ରାଉରକେଲା ବିମାନ ବନ୍ଦରର ଉନ୍ନୀତକରଣ ଉପରେ ଆଲୋଚନା ହୋଇଥିବା ବେଳେ ଆଞ୍ଚଳିକ ସଂଯୋଗୀକରଣକୁ ବୃଦ୍ଧି କରିବା ପାଇଁ, ଜୟପୁର, ଦାଣ୍ଡବୋଷ, ରଙ୍ଗେଇଲୁଣ୍ଡା, ଗୋତମା, ସତୀଭତା, ରାଇସୁଆଁ, ତୁଷରା, ଜମାଦାରପାଲୀ, ମାଲକାନଗିରି, ଅମର୍ଦ୍ଦା ରୋଡ ଏବଂ ଉତ୍କେଲା ସମେତ ରାଜ୍ୟର ପ୍ରମୁଖ ବିମାନବନ୍ଦରଗୁଡ଼ିକର ଉନ୍ନତିକରଣ ଉପରେ ଗୁରୁତ୍ୱାରୋପ କରାଯାଇଥିଲା।

ଏଥିସହିତ ରାଜ୍ୟର ୧୫ଟି ଜିଲାରେ ହେଲିପୋର୍ଟ ନିର୍ମାଣ ଏବଂ ଢେଙ୍କାନାଳର ବିରାଶୋଳ ସ୍ଥିତ ଏୟାରଷ୍ଟ୍ରିପରେ ବିଜୁ ପଟ୍ଟନାୟକ ବିମାନ ଚଳାଚଳ କେନ୍ଦ୍ର (BPAC)ର ବିକାଶ ସମ୍ବନ୍ଧରେ ବୈଠକରେ ଆଲୋଚନା ହୋଇଥିଲା। ନୋଡାଲ ଏଜେନ୍ସି ଭାବେ ବିକାଶ କାର୍ଯ୍ୟଗୁଡ଼ିକୁ ତ୍ୱରାନ୍ବିତ କରିବା ପାଇଁ ପୂର୍ତ୍ତ ବିଭାଗକୁ ଦାୟିତ୍ୱ ଦିଆଯାଇଥିଲା।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିମାନବନ୍ଦର, ହେଲିପ୍ୟାଡ ଏବଂ ଡ୍ରୋନ ହବ ସମେତ ରାଜ୍ୟରେ ବିଶ୍ୱସ୍ତରୀୟ ବିମାନ ଚଳାଚଳ ଭିତ୍ତିଭୂମି ପ୍ରତିଷ୍ଠା ସମ୍ବନ୍ଧରେ ଆଲୋଚନା କରିଥିଲେ। ଏଥିସହିତ ରାଜ୍ୟରେ ବର୍ତ୍ତମାନ ଚାଲୁଥିବା ବିମାନବନ୍ଦରଗୁଡିକର କାର୍ଯ୍ୟ ଦକ୍ଷତାକୁ ଆହୁରି ବିକାଶ କରିବା ଏବଂ ଏହାର ଆଧୁନିକୀକରଣ କରିବା ବିଷୟରେ ସେ ଗୁରୁତ୍ୱାରୋପ କରିଥିଲେ।

ରାଷ୍ଟ୍ରାୟତ୍ତ ବିମାନବନ୍ଦରଗୁଡ଼ିକର ଉନ୍ନତିକରଣ, ବିମାନ ସଂଯୋଗ ବୃଦ୍ଧି, ବିମାନ ଚଳାଚଳ ୟୁନିଟର ଦକ୍ଷତା ବୃଦ୍ଧି ସହିତ ଭିତ୍ତିଭୂମି ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ରାଜ୍ୟର ବୃଦ୍ଧି ପାଉଥିବା ବିମାନ ଚଳାଚଳ କ୍ଷେତ୍ରକୁ ସୁଦୃଢ କରିବା ପାଇଁ ଆଧୁନିକ ଭିତ୍ତିଭୂମି ଏବଂ ଉନ୍ନତ ମାନବ ସମ୍ବଳର ପ୍ରସ୍ତାବ ସହିତ ବିମାନ ଚଳାଚଳ ନିର୍ଦ୍ଦେଶାଳୟର ପୁନର୍ଗଠନ ବିଷୟରେ ବୈଠକରେ ଆଲୋଚନା ହୋଇଥିଲା।

ବୈଠକରେ ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ବିଭୁତି ଭୂଷଣ ଜେନାଙ୍କ ସମେତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ, ଇପିକଲ୍‌ ଏମ୍‌.ଡି ଭୂପିନ୍ଦର ସିଂ ପୁନିଆ, ଡାଇରେକ୍ଟର, ସିଭିଲ ଆଭିଏସନ ଦେବଦତ୍ତା ସୁରଞ୍ଜିତା ଜେନା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri