ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର ମଲ୍ଲିକଙ୍କୁ ଏଠାରୁ ପ୍ରାର୍ଥୀ କରାଯାଇଥିବା ବେଳେ କଂଗ୍ରେସ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ପ୍ରାର୍ଥୀ କରିଛି। ଭାଜପା ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ପ୍ରାର୍ଥୀ ଘୋଷଣା କରାଯାଇ ନାହିଁ। ସଞ୍ଜୀବ ଏହି ବିଧାନସଭା କ୍ଷେତ୍ର ପାଇଁ ନୂଆ ହୋଇଥିବା ବେଳେ ନିରଞ୍ଜନ ୨ୟ ଥର ଏଠାରୁ ଲଢ଼ିବେ। ସଞ୍ଜୀବ ୨୦୧୯ ସାଧାରଣ ନିର୍ବାଚନରେ ଭଦ୍ରକ ବିଧାନସଭା ନିର୍ବାଚନମଣ୍ଡଳୀରୁ ଲଢ଼ି ବିଧାୟକ ହୋଇଥିଲେ। ଚଳିତ ନିର୍ବାଚନରେ ଦଳ ତାଙ୍କୁ ଭଣ୍ଡାରିପୋଖରୀରୁ ପ୍ରାର୍ଥୀ କରିଥିବାରୁ ଏହା ତାଙ୍କ ପାଇଁ ସମ୍ପୂର୍ଣ୍ଣ ନୂଆ ରଣକ୍ଷେତ୍ର ହୋଇଛି। କିନ୍ତୁ ପୂର୍ବରୁ ୧୫ବର୍ଷ ଧରି ଏହି ବିଧାନସଭା ଆସନ ବିଜେଡି ଦଖଲରେ ରହିଛି। ଦଳର ବରିଷ୍ଠ ନେତା ପ୍ରଫୁଲ୍ଲ ସାମଲ ଏଠାରୁ ୩ ଥର ବିଧାୟକ ହୋଇ ନିଜର ସଙ୍ଗଠନକୁ ଅକ୍ଷୁଣ୍ଣ ରଖିଛନ୍ତି। ଏଣୁ ସଞ୍ଜୀବଙ୍କ ପାଇଁ କୌଣସି ଅସୁବିଧା ହେବ ନାହିଁ ବୋଲି କର୍ମୀମାନେ କହୁଛନ୍ତି।
ନିରଞ୍ଜନ ୨୦୧୯ ନିର୍ବାଚନରେ ଏହି ଆସନରୁ ପ୍ରାର୍ଥୀ ହୋଇଥିଲେ। ସେ ପ୍ରଫୁଲ୍ଲଙ୍କଠାରୁ ମାତ୍ର ୮୮୫୯ ଖଣ୍ଡ ଭୋଟରେ ପରାଜିତ ହୋଇଥିଲେ। ପ୍ରଫୁଲ୍ଲ ୭୦,୧୮୦ ଖଣ୍ଡ ଭୋଟ ପାଇଥିବା ବେଳେ ନିରଞ୍ଜନଙ୍କୁ ୬୧,୩୨୧ ଭୋଟ୍‌ ମିଳିଥିଲା। ୨୦୧୯ ନିର୍ବାଚନରେ ନିରଞ୍ଜନଙ୍କ ଭୋଟ ହାର ଯଥେଷ୍ଟ ବୃଦ୍ଧି ପାଇଥିଲା। ୨୦୧୪ ନିର୍ବାଚନରେ ୨୩.୨୮ ପ୍ରତିଶତ ଥିବାବେଳେ ୨୦୧୯ ନିର୍ବାଚନରେ ୩୫.୩୮ ପ୍ରତିଶତ ଥିଲା। ତେବେ ଏଥର ନିର୍ବାଚନରେ ନିରଞ୍ଜନ ଏହି ଆସନରୁ ୨ୟ ଥର ପ୍ରାର୍ଥୀ ହେବା ପରେ ଦଳୀୟ କର୍ମୀମାନଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। କଂଗ୍ରେସ ଏହି ଆସନରୁ ନିଶ୍ଚୟ ବିଜୟୀ ହେବ ବୋଲି କର୍ମୀମାନେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍‌…

ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

ଆଟଲାଣ୍ଟିକ ମହାସାଗର ଉପରେ ରହସ୍ୟଜନକ ଭାବେ ନିଖୋଜ ହେଲା ବିମାନ, ସାମ୍ନାକୁ ଆସିଲା ପାଇଲଟ୍‌ଙ୍କ ଶେଷ କଲ୍‌

ନୂଆଦିଲ୍‌ଲୀ,୪।୧୦: ଆଟଲାଣ୍ଟିକ ମହାସାଗର ଉପରେ ଉଡ଼ାଣ ଭରୁଥିବା ଏକ ବିମାନ ନିଖୋଜ ହୋଇଯାଇଛି, ଯାହା ଏକ ମେଡିକାଲ ଜେଟ ଅର୍ଥାତ ଏୟାର ଆମ୍ୱୁଲାନ୍ସ ଅଟେ। ଏଥିରେ ୬…

ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି

ଦାରିଙ୍ଗବାଡ଼ି, ୪/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି…

କଣ୍ଟାପଡ଼ା ଯାତ୍ରା ଦେଖିବା ହେଲା ଶେଷ ଯାତ୍ରା: ଦୁର୍ଘଟଣାରେ ଏଲ୍‌ଆଣ୍ଡ୍‌ଟି କର୍ମଚାରୀଙ୍କ ମୃତ୍ୟୁ

ଭଞ୍ଜନଗର, ୪/୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାର କଣ୍ଟାପଡ଼ା ଯାତ୍ରା ଦେଖି ଶନିବାର ମଧ୍ୟରାତ୍ରିରେ ଭଞ୍ଜନଗର ନିକଟସ୍ଥ ଡିହପଢ଼ାଳ ଗ୍ରାମସ୍ଥିତ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା…

ତାମିଲନାଡୁରେ ବନ୍ଧା ପଡ଼ିଛି ଦାଦନ ଶ୍ରମିକଙ୍କ ମୃତଦେହ

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଦାଦନ ସମସ୍ୟା ଅସମାହିତ ରହିଛି। ଜିଲାର ପଦ୍ମପୁର ଉପଖଣ୍ଡରେ ଏହି ସମସ୍ୟା ଲାଗି ରହିଛି। ଏଠାରୁ ପ୍ରତିବର୍ଷ ରାଜ୍ୟ ବାହାରକୁ ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?