ବନ ବିଭାଗର ବଡ଼ ପଦକ୍ଷେପ: ଜଙ୍ଗଲ ନିଆଁ ରୋକିବ…

ଭୁବନେଶ୍ୱର,୧୮।୩: ଚିନ୍ତା ବଢାଉଛି ଜଙ୍ଗଲ ନିଆଁ। ଏହାକୁ ରୋକିବା ପାଇଁ ବନ ବିଭାଗ ପକ୍ଷରୁ ପ୍ରୟାସ କରାଯାଉଛି। ହେଲେ ବଭିନ୍ନ ସ୍ଥାନରେ ଜଙ୍ଗଲ ନିଆଁ ଭୟଙ୍କର ହୋଇ ପଡୁଛି। ଜଙ୍ଗଲ ନିଆଁକୁ କିପରି ରୋକାଯାଇ ପାରିବ ସେନେଇ ବନ ବିଭାଗ ପକ୍ଷରୁ ଏକ ନୂଆ ଆପ୍ଲିକେସନ ବ୍ୟବହାର କରାଯାଉଛି।

ଏହି ଆପ୍ଲିକେସନ ମାଧ୍ୟମରେ ଜଙ୍ଗଲରେ ନିଆଁ ଲାଗିବା ଆରମ୍ଭରୁ ତାହାକୁ ନିୟନ୍ତ୍ରଣ କରାଯିବ। ଫଳରେ ଆଉ ହୁତୁହୁତୁ ହୋଇ ଜଳିବ ନାହିଁ ଜଙ୍ଗଲ। ଦେଶର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ବନ କର୍ମଚାରୀ OFMS ଫରେଷ୍ଟ ଫାୟାର ଆପ୍ଲିକେସନ ବ୍ୟବହାର କରୁଥିବା ପିସିସିଏଫ୍‌ ସୁରେଶ ପନ୍ତ ପ୍ରକାଶ କରିଛନ୍ତି। ଏହି ଆପ୍ଲିକେସନ ଜଙ୍ଗଲ ନିଆଁ ଅନୁସନ୍ଧାନ ଏବଂ ରିପୋଟିଂ ପାଇଁ ବେଶ ଉପଯୋଗୀ ବୋଲି ସେ କହିଛନ୍ତି।

ଏପରିକି ପାଇଲଟ ପ୍ରକଳ୍ପ ଭାବେ ଶମିଳିପାଳରେ ୫ଟି ଏଆଇ କ୍ୟାମେରା ସ୍ଥାପିତ କରାଯାଇଛି। ସେହିପରି ରାଉରକେଲରେ ଅଗ୍ନି ଏବଂ ବନ୍ୟଯନ୍ତୁଙ୍କ ପାଇଁ ୪ଟି ଏଆଇ କ୍ୟାମେରା ସ୍ଥାପିତ ହୋଇଥିବା ପିସିସିଏଫ୍‌ ସୂଚନା ଦେଇଛନ୍ତି।

ଏପରିକି ଆଗକୁ ଗୃହ ବିଭାଗ ଜରିଆରେ ଓଡ୍ରାଫର ସହାୟତା ନିଆଯାଇ ଜଙ୍ଗଲ ନିଆଁକୁ ଆୟତ୍ତ କରାଯିବ। ଚଳିତ ବର୍ଷ ମାର୍ଚ୍ଚ ୧୬ ତାରିଖ ସୁଦ୍ଧା ରାଜ୍ୟରେ ୧୪,୯୨୨ ବନାଗ୍ନି ସତର୍କ ସଙ୍କତେ ମିଳିଛି ବୋଲି ପିସିସିଏଫ୍‌ ପ୍ରକାଶ କରିଛନ୍ତି। ଏପରିକି ଜଙ୍ଗଲ ନିଆଁ ରୋକିବାକୁ ଜିଲାସ୍ତରରେବନ ବିଭାଗର ଆକ୍ସନ ପ୍ଲାନ କରାଯାଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri