ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର ଜିଲାର ଉମରକୋଟ ବ୍ଲକରେ ବିଡିିଓ ଏବଂ  ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟରେ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅତିରିକ୍ତ ଦାୟିତ୍ୱରେ ଥିଲେ। ସେଠାରୁ ସେ ଫୁଲବାଣୀ ହେଡକ୍ୱାଟରରେ ଦାରିଙ୍ଗବାଡି ବିଡିଓ ଭାବେ କାର୍ଯ୍ୟରେ ଯୋଗ ଦେବା ସହ କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜ ଏବଂ ସିଡିଓ ଶମ୍ଭୁନାଥ ନନ୍ଦିଙ୍କ ସହ ସୌଜନ୍ୟ ମୂଳକ ସାକ୍ଷାତ କରିଥିଲେ।  ପରେ ବିଳମ୍ବିତ ରାତିରେ ଦାରିଙ୍ଗବାଡି ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିଡିଓ ଗଦାଧର ପାତ୍ରଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି।
ନୂତନ ବିଡିିଓ ପ୍ରୀତିରଞ୍ଜନ ରଥଙ୍କୁ ବ୍ଲକ କାର୍ଯ୍ୟାଳୟ ପକ୍ଷରୁ ସହକାରୀ ନିର୍ବାହୀ ଯନ୍ତ୍ରୀ ଶିଶିର ପାତ୍ର, ଏପିଓ କେଦାର ଚନ୍ଦ୍ର ପଣ୍ଡା, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ, ବିପିଏମ୍‌, ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀଙ୍କ ସମେତ ସମସ୍ତ କନିଷ୍ଠ ଯନ୍ତ୍ରୀ, ବରିଷ୍ଠ କିରାଣୀ, ସାମାଜିକ ସୁରକ୍ଷା ଅଧିକାରୀ ପ୍ରମୁଖ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ଦାରିଙ୍ଗବାଡି ଅଞ୍ଚଳର ବିକାଶ ପାଇଁ ପ୍ରୟାସ କରିବା ସହ ଅଞ୍ଚଳବାସୀଙ୍କ ସହଯୋଗରେ ଦାରିଙ୍ଗବାଡି ଭଳି ଦୁର୍ଗମ ଅଞ୍ଚଳର ଗମନାଗମନ, ପିଇବାପାଣିରଥିବା ସମସ୍ୟା, ପର୍ଯ୍ୟଟନ କ୍ଷେତ୍ରର ବିକାଶ ସହ ଲୋକଙ୍କ ସମସ୍ୟାର ସମାଧାନ ପାଇଁ କାର୍ଯ୍ୟକାରିବେ ବୋଲି କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri