ସିଏମ୍‌ କିଷାନ ଯୋଜନାରେ ନୂତନ ହିତାଧିକାରୀମାନେ ଏହି ତାରିଖ ଯାଏ କରିପାରିବେ ଆବେଦନ

ଭୁବନେଶ୍ୱର,୧୯।୯: ସିଏମ୍‌ କିଷାନ ଯୋଜନାରେ ନୂତନ ହିତାଧିକାରୀମାନେ ନଭେମ୍ବର ମାସ ୮ ତାରିଖ ପର୍ଯ୍ୟନ୍ତ ପଞ୍ଜିକରଣ କରିପାରିବେ। ଚାଷୀମାନେ cmkissan.odisha.gov.in ମାଧ୍ୟମରେ ପଞ୍ଜିକରଣ କରିପାରିବେ। ଏହି ଯୋଜନାରେ ହିତାଧିକାରୀମାନେ ୨ଟି କିସ୍ତିରେ ୨ହଜର ଟଙ୍କା ଲେଖାଏଁ ବାର୍ଷିକ ମୋଟ୍‌ ୪ ହଜାର ଟଙ୍କାର ସହାୟତା ପାଇବେ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି।

ନୂଆଁଖାଇ ଅବସରରେ ସମ୍ବଲପୁର ଠାରେ ସି.ଏମ କିଷାନ ସହାୟତା ଯୋଜନାର ଶୁଭାରମ୍ଭ କରିଛନ୍ତି ସରକାର। ଏହାସହ ମୁଖ୍ୟମନ୍ତ୍ରୀ ପିଏମ କିଷାନ ଯୋଜନାର ସ୍ବତନ୍ତ୍ର ଅଭିଯାନ, ସିଏମ କିଷାନ ପୋର୍ଟାଲ ଓ କୃଷକ ଓଡିଶା ୟୁନିଫାଏଡ୍‌ ପୋର୍ଟାଲର ଉନ୍ମୋଚନ କରାଯାଇଛି।

ସିଏମ କିଷାନ ଯୋଜନାରେ ରବି ଋତୁରେ ୯୨୫ କୋଟିରୁ ଅଧିକ ଟଙ୍କା ବିନିଯୋଗ ମାଧ୍ୟମରେ ରାଜ୍ୟର ୪୫,୫୭,୭୩୩ ଜଣ କ୍ଷୁଦ୍ର ଓ ନାମ ମାତ୍ର ଚାଷୀ ଏବଂ ୩୯,୩୦୩ ଭୂମିହୀନ କୃଷି ପରିବାର ଏହା ମାଧ୍ୟମରେ ଉପକୃତ ହେବେ। ସିଏମ କିଷାନର ଏହି ସହାୟତା ରାଶି ଉଭୟ ଖରିଫ ଓ ରବି ଋତୁ ପାଇଁ ୨ଟି କିସ୍ତିରେ ସମୁଦାୟ ୪ ହଜାର ଟଙ୍କା ପ୍ରଦାନ କରାଯିବ। ସେହିପରି ସିଏମ କିଷାନ ଯୋଜନାର ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ପିଲାମାନଙ୍କ ବୈଷୟିକ ଉଚ୍ଚଶିକ୍ଷା ନିମନ୍ତେ କୃଷି ବିଦ୍ୟା ନିଧି ଯୋଜନାରେ ୨ ଲକ୍ଷ ଟଙ୍କା ଛାତ୍ର ବୃତ୍ତିର ବ୍ୟବସ୍ଥା କରାଯାଇଛି।

ଏହି ଯୋଜନାର ଆରମ୍ଭ କରି ମୁଖ୍ୟମନ୍ତ୍ର କହିଛନ୍ତି, କେନ୍ଦ୍ର ସରକାରଙ୍କ ଦ୍ବାରା ପରିଚାଳିତ କୃଷକ କଲ୍ୟାଣକାରୀ ଯୋଜନା ପିଏମ କିଷାନ ଯୋଜନାରେ ଭୂମିଧାରି ଚାଷୀଙ୍କ ପାଇଁ ୩ଟି କିସ୍ତିରେ ବାର୍ଷିକ ୬ ହଜାର ଟଙ୍କାର ବ୍ୟବସ୍ଥା କରାଯାଇଛି। ଏଥିରେ ସିଏମ କିଷାନ ଯୋଡି ହୋଇଗଲେ ଚାଷୀ ବର୍ଷକୁ ୧୦ ହଜାର ଟଙ୍କା ମିଳିବ। ଏହି ଯୋଜନାର ହିତାଧିକାରୀ ଚୟନ ପ୍ରକ୍ରିୟା କାର୍ଯ୍ୟକୁ ୨ ମାସ ବୃଦ୍ଧି କରି ନଭେମ୍ବର ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ବ୍ଲକରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି ସମୟରେ ନାମ ପଞ୍ଜିକରଣ ଓ ଅନ୍ୟାନ୍ୟ ଜରୁରୀ କାର୍ଯ୍ୟ କୃଷକମାନେ ଜନସେବା କେନ୍ଦ୍ର ମାଧ୍ୟମରେ ନିଶୁଳ୍କ ଭାବେ ସମ୍ପାଦନ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri