ଲୋକ ସଭାରେ ଆଗତ ହେଲା ନୂଆ ବିଲ୍‌: ସମସ୍ତ ଶ୍ରେୟ ନବୀନଙ୍କର:ବିଜେଡି

ଭୁବନେଶ୍ୱର,୨୦।୯(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ୟମ ଯୋଗୁ ଲୋକ ସଭାରେ ମହିଳା ସଂରକ୍ଷଣ ବିଲ୍‌ ଆଗତ ହୋଇଛି ବୋଲି ବିଜେଡି ପକ୍ଷରୁ କୁହାଯାଇଛି। ବିଜେଡି ଉପସଭାପତି ଦେବୀ ପ୍ରସାଦ ମିଶ୍ର କହିଛନ୍ତି ଯେ, ୨୦୧୯ ନିର୍ବାଚନରେ ବିଜେଡି ଲୋକ ସଭା ନିର୍ବାଚନରେ ୩୩ ପ୍ରତିଶତ ମହିଳାଙ୍କୁ ପ୍ରାର୍ଥୀ କରିଛି। ୭ ଜଣ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୫ ଜଣ ବିଜୟୀ ହୋଇଛନ୍ତି। ବିଜେଡି ସରକାର ବିଭିନ୍ନ ପୌର ନିର୍ବାଚନରେ ମହିଳା ମାନଙ୍କ ପାଇଁ ୫୦ ପ୍ରତିଶତ ଆସନ ସଂରକ୍ଷଣ ବ୍ୟବସ୍ଥା କାର୍ଯ୍ୟକାରୀ କରିଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ବିଜେଡିର ବରିଷ୍ଠ ନେତ୍ରୀ ତଥା ମନ୍ତ୍ରୀ ପ୍ରମିଳା ମଲ୍ଲିକ କହିଛନ୍ତି ଯେ, ପାର୍ଲମେଣ୍ଟରେ ମହିଳା ସଂରକ୍ଷଣ ବିଲ ଆଗତ ହେବାର ସମସ୍ତ ଶ୍ରେୟ ମୁଖ୍ୟମନ୍ତ୍ରୀଙ୍କୁ ନିଶ୍ଚିତ ଯିବ। ମହିଳାମାନଙ୍କୁ ସେମାନଙ୍କର ଅଧିକାର ଦେବା ପାଇଁ ସେ ନିରନ୍ତର ଉଦ୍ୟମ ଜାରି ରଖିଥିଲେ। ଏବେ ତାହା ଫଳପ୍ରଦ ହେବାକୁ ଯାଉଛି। ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ରାଜନୀତିରେ ମହିଳାମାନଙ୍କୁ ସୁଯୋଗ ଦେଇଥିଲେ। ତାଙ୍କ ପୁତ୍ର ନବୀନ ପଟ୍ଟନାୟକ ଏହାକୁ ଆହୁରି ଆଗକୁ ନେବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି। ରାଜ୍ୟ ବିଧାନସଭା ଓ ପାର୍ଲାମେଣ୍ଟରେ ମହିଳାଙ୍କୁ ୩୩
ପ୍ରତିଶତ ସଂରକ୍ଷଣ ଦେବାକୁ ୨୦୧୮ରେ ବିଧାନସଭାରେ ସଙ୍କଳ୍ପ ପାରିତ ହୋଇଥିଲା ବୋଲି ପ୍ରମିଳା କହିଛନ୍ତି। ଲୋକସଭା ଏବଂ ରାଜ୍ୟ ବିଧାନସଭାରେ ମହିଳାମାନଙ୍କ ସକାଶେ ଏକ ତୃତୀୟାଂଶ ସ୍ଥାନ ସରକ୍ଷଣ ପାଇଁ କେନ୍ଦ୍ର ସରକାର ସମ୍ବିଧାନ ସଂଶୋଧନ କରିଛନ୍ତି। ୨୦୪୭ ସୁଦ୍ଧା ଭାରତକୁ ବିକାଶିତ ରାଷ୍ଟ୍ରରେ ପରିଣତ କରିବା ଦିଗରେ ଏହା ସହାୟତା କରିବ ବୋଲି କେନ୍ଦ୍ର ସରକାର କହିଛନ୍ତି।
ବିଧାନସଭାରେ ସଂକଳ୍ପ ପାରିତ କରାଇ ଜାତୀୟ ସ୍ତରରେ ସବୁ ଦଳର ସହମତି ଆଣିବାରେ ନବୀନ ସାଜିଥିଲେ ପ୍ରଥମ ପୁରୋଧା। ୧୯୯୬, ୧୯୯୮, ୧୯୯୯ ଓ ୨୦୧୦ରେ ପାର୍ଲାମେଣ୍ଟରେ ମହିଳା ସଂରକ୍ଷଣ ବିଲ୍‌ ଆସିଥିଲା। କିନ୍ତୁ ଆନ୍ତରିକତା ଅଭାବରୁ ତାହା ପାରିତ ହୋଇ ପାରି ନ ଥିଲା। ଜାତୀୟ ସ୍ତରରେ ସହମତି ପାଇଁ ନବୀନ ୨୨ଟି ରାଜନୈତିକ ଦଳର ମୁଖ୍ୟଙ୍କ ସହଯୋଗ ଲୋଡ଼ିଥିଲେ। ଲଗାତର କେନ୍ଦ୍ର ଆଗରେ ଦାବି କରିବା ସହ ପାର୍ଲମେଣ୍ଟର ପ୍ରତି ଅଧିବେଶନରେ ବିଜେଡି ଏମ୍‌ପିମାନେ ଜୋରଦାର ଦାବି କରିଆସୁଥିଲେ। ମୁଖ୍ୟମନ୍ତ୍ରୀଙ୍କ ଲଗାତାର ସଂଗ୍ରାମର ଫଳ ଏବେ ଦେଶର ମହିଳାଙ୍କ ପାଇଁ ନୂଆ ଇତିହାସ ଲେଖିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri