ଲୋକ ସଭାରେ ଆଗତ ହେଲା ନୂଆ ବିଲ୍‌: ସମସ୍ତ ଶ୍ରେୟ ନବୀନଙ୍କର:ବିଜେଡି

ଭୁବନେଶ୍ୱର,୨୦।୯(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ୟମ ଯୋଗୁ ଲୋକ ସଭାରେ ମହିଳା ସଂରକ୍ଷଣ ବିଲ୍‌ ଆଗତ ହୋଇଛି ବୋଲି ବିଜେଡି ପକ୍ଷରୁ କୁହାଯାଇଛି। ବିଜେଡି ଉପସଭାପତି ଦେବୀ ପ୍ରସାଦ ମିଶ୍ର କହିଛନ୍ତି ଯେ, ୨୦୧୯ ନିର୍ବାଚନରେ ବିଜେଡି ଲୋକ ସଭା ନିର୍ବାଚନରେ ୩୩ ପ୍ରତିଶତ ମହିଳାଙ୍କୁ ପ୍ରାର୍ଥୀ କରିଛି। ୭ ଜଣ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୫ ଜଣ ବିଜୟୀ ହୋଇଛନ୍ତି। ବିଜେଡି ସରକାର ବିଭିନ୍ନ ପୌର ନିର୍ବାଚନରେ ମହିଳା ମାନଙ୍କ ପାଇଁ ୫୦ ପ୍ରତିଶତ ଆସନ ସଂରକ୍ଷଣ ବ୍ୟବସ୍ଥା କାର୍ଯ୍ୟକାରୀ କରିଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ବିଜେଡିର ବରିଷ୍ଠ ନେତ୍ରୀ ତଥା ମନ୍ତ୍ରୀ ପ୍ରମିଳା ମଲ୍ଲିକ କହିଛନ୍ତି ଯେ, ପାର୍ଲମେଣ୍ଟରେ ମହିଳା ସଂରକ୍ଷଣ ବିଲ ଆଗତ ହେବାର ସମସ୍ତ ଶ୍ରେୟ ମୁଖ୍ୟମନ୍ତ୍ରୀଙ୍କୁ ନିଶ୍ଚିତ ଯିବ। ମହିଳାମାନଙ୍କୁ ସେମାନଙ୍କର ଅଧିକାର ଦେବା ପାଇଁ ସେ ନିରନ୍ତର ଉଦ୍ୟମ ଜାରି ରଖିଥିଲେ। ଏବେ ତାହା ଫଳପ୍ରଦ ହେବାକୁ ଯାଉଛି। ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ରାଜନୀତିରେ ମହିଳାମାନଙ୍କୁ ସୁଯୋଗ ଦେଇଥିଲେ। ତାଙ୍କ ପୁତ୍ର ନବୀନ ପଟ୍ଟନାୟକ ଏହାକୁ ଆହୁରି ଆଗକୁ ନେବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି। ରାଜ୍ୟ ବିଧାନସଭା ଓ ପାର୍ଲାମେଣ୍ଟରେ ମହିଳାଙ୍କୁ ୩୩
ପ୍ରତିଶତ ସଂରକ୍ଷଣ ଦେବାକୁ ୨୦୧୮ରେ ବିଧାନସଭାରେ ସଙ୍କଳ୍ପ ପାରିତ ହୋଇଥିଲା ବୋଲି ପ୍ରମିଳା କହିଛନ୍ତି। ଲୋକସଭା ଏବଂ ରାଜ୍ୟ ବିଧାନସଭାରେ ମହିଳାମାନଙ୍କ ସକାଶେ ଏକ ତୃତୀୟାଂଶ ସ୍ଥାନ ସରକ୍ଷଣ ପାଇଁ କେନ୍ଦ୍ର ସରକାର ସମ୍ବିଧାନ ସଂଶୋଧନ କରିଛନ୍ତି। ୨୦୪୭ ସୁଦ୍ଧା ଭାରତକୁ ବିକାଶିତ ରାଷ୍ଟ୍ରରେ ପରିଣତ କରିବା ଦିଗରେ ଏହା ସହାୟତା କରିବ ବୋଲି କେନ୍ଦ୍ର ସରକାର କହିଛନ୍ତି।
ବିଧାନସଭାରେ ସଂକଳ୍ପ ପାରିତ କରାଇ ଜାତୀୟ ସ୍ତରରେ ସବୁ ଦଳର ସହମତି ଆଣିବାରେ ନବୀନ ସାଜିଥିଲେ ପ୍ରଥମ ପୁରୋଧା। ୧୯୯୬, ୧୯୯୮, ୧୯୯୯ ଓ ୨୦୧୦ରେ ପାର୍ଲାମେଣ୍ଟରେ ମହିଳା ସଂରକ୍ଷଣ ବିଲ୍‌ ଆସିଥିଲା। କିନ୍ତୁ ଆନ୍ତରିକତା ଅଭାବରୁ ତାହା ପାରିତ ହୋଇ ପାରି ନ ଥିଲା। ଜାତୀୟ ସ୍ତରରେ ସହମତି ପାଇଁ ନବୀନ ୨୨ଟି ରାଜନୈତିକ ଦଳର ମୁଖ୍ୟଙ୍କ ସହଯୋଗ ଲୋଡ଼ିଥିଲେ। ଲଗାତର କେନ୍ଦ୍ର ଆଗରେ ଦାବି କରିବା ସହ ପାର୍ଲମେଣ୍ଟର ପ୍ରତି ଅଧିବେଶନରେ ବିଜେଡି ଏମ୍‌ପିମାନେ ଜୋରଦାର ଦାବି କରିଆସୁଥିଲେ। ମୁଖ୍ୟମନ୍ତ୍ରୀଙ୍କ ଲଗାତାର ସଂଗ୍ରାମର ଫଳ ଏବେ ଦେଶର ମହିଳାଙ୍କ ପାଇଁ ନୂଆ ଇତିହାସ ଲେଖିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri